ତିନି ମହାନଗରରେ ବିଜେଡି ମେୟର : ବ୍ରହ୍ମପୁରରେ ସଂଘମିତ୍ରା, ଭୁବନେଶ୍ୱରରେ ସୁଲୋଚନା, କଟକରେ ସୁବାସ

The Sakala Picture
Published On

ଭୁବନେଶ୍ବର : ପୌର ନିର୍ବାଚନରେ ବିଜେଡିର ଐତିହାସିକ ବିଜୟ । ପ୍ରଥମ ଥର ପାଇଁ ୩ ମହାନଗର ନିଗମରେ ହୋଇଥିବା ସିଧାସଳଖ ନିର୍ବାଚନରେ ବିଜୟୀ ହୋଇଛନ୍ତି ବିଜେଡି ମେୟର ପ୍ରାର୍ଥୀ ।ଭୁବନେଶ୍ବର ମହାନଗର ନିଗମରେ ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ, କଟକରେ ବିଜେଡି ମେୟର ପ୍ରାର୍ଥୀ ସୁବାଷ ସିଂହ, ବ୍ରହ୍ମପୁର ମହାନଗର ନିଗମରେ ବିଜେଡି ପ୍ରାର୍ଥୀ ସଂଘମିତ୍ରା ଦଳେଇ ବିଜୟୀ ହୋଇଛନ୍ତି । ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀ ସୁଲୋଚନା ଦାସ, ପ୍ରତିଦ୍ୱନ୍ଦୀଙ୍କୁ ପଛରେ ପକାଇଛନ୍ତି । […]

ଭୁବନେଶ୍ବର : ପୌର ନିର୍ବାଚନରେ ବିଜେଡିର ଐତିହାସିକ ବିଜୟ । ପ୍ରଥମ ଥର ପାଇଁ ୩ ମହାନଗର ନିଗମରେ ହୋଇଥିବା ସିଧାସଳଖ ନିର୍ବାଚନରେ ବିଜୟୀ ହୋଇଛନ୍ତି ବିଜେଡି ମେୟର ପ୍ରାର୍ଥୀ ।ଭୁବନେଶ୍ବର ମହାନଗର ନିଗମରେ ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ, କଟକରେ ବିଜେଡି ମେୟର ପ୍ରାର୍ଥୀ ସୁବାଷ ସିଂହ, ବ୍ରହ୍ମପୁର ମହାନଗର ନିଗମରେ ବିଜେଡି ପ୍ରାର୍ଥୀ ସଂଘମିତ୍ରା ଦଳେଇ ବିଜୟୀ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀ ସୁଲୋଚନା ଦାସ, ପ୍ରତିଦ୍ୱନ୍ଦୀଙ୍କୁ ପଛରେ ପକାଇଛନ୍ତି । ପ୍ରଥମ ଥର ପାଇଁ ମହିଳା ମେୟର ପାଇଛନ୍ତି ରାଜଧାନୀବାସୀ ।ଭୁବନେଶ୍ୱରରେ ବିଜେଡିର ମେୟର ପ୍ରାର୍ଥୀ ସୁଲୋଚନା ଦାସ ୬୧୧୪୩ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ସୁନୀତି ମୁଣ୍ଡଙ୍କୁ ପରାଜିତ କରିଛନ୍ତି। ସୁଲୋଚନା ୧ ଲକ୍ଷ ୭୪ ହଜାର ୫୬୨ଖଣ୍ଡ ଭୋଟ୍ ପାଇଥିବା ବେଳେ ସୁନୀତି ୧ ଲକ୍ଷ ୧୩ ହଜାର ୪୧୯ ଖଣ୍ଡ ଭୋଟ ପାଇଛନ୍ତି । କଂଗ୍ରେସ ପ୍ରାର୍ଥୀର ମଧୁସ୍ମିତା ଆଚାର୍ୟ୍ୟ ୧୧ ହଜାର ୬ ଖଣ୍ଡ ଭୋଟ୍ ସହ ତୃତୀୟ ସ୍ଥାନରେ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ସେହିପରି କଟକରେ ବିଜୟ ଲାଭ କରିଛନ୍ତି ବିଜେଡି ପ୍ରାର୍ଥୀ ସୁବାସ ସିଂ । ବିଜେଡି ମେୟର ପ୍ରାର୍ଥୀ ସୁବାସ ସିଂ ୪୫ ହଜାର ୨ଶହ ୬ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୁବାସ ସିଂଙ୍କୁ ମୋଟ୍‌ ଏକ ଲକ୍ଷ ୧୩ ହଜାର ୫୬୨ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଗିରିବାଳା ବେହେରାଙ୍କୁ ୬୮୩୫୬ ଖଣ୍ଡ ଭୋଟ୍‌ ମିଳିଛି। ବିଜେପି ପ୍ରାର୍ଥୀ ଶ୍ରୀତମ ଦାସଙ୍କୁ ୪୯୨୨୩ ଖଣ୍ଡ ଭୋଟ୍‌ ମିଳିଛି।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

ସେହିପରି ବ୍ରହ୍ମପୁରରେ ବିଜେଡିର ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ ୨୦୩୨୬ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ସବିତା ସୁଆରଙ୍କୁ ପରାଜିତ କରିଛନ୍ତି। ସଂଘମିତ୍ରା ମୋଟ ୬୬ ହଜାର ୬୮ ଖଣ୍ଡ ଭୋଟ ପାଇଛନ୍ତି । ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପିର ସବିତା ସୁଆର ୪୫ ହଜାର ୭୮୨ ଭୋଟ ପାଇଛନ୍ତି । ତୃତୀୟ ସ୍ଥାନରେ ରହିଛନ୍ତି ଆପ୍ ପ୍ରାର୍ଥୀ ସି. ସ୍ରିୟଙ୍କା । ତାଙ୍କୁ ୭ ହଜାର ୪୫୩ ଭୋଟ ମିଳିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ମଞ୍ଜୁ ରଥଙ୍କୁ ୬ ହଜାର ୭୬୮ ଭୋଟ ମିଳିଛି।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର