ମହାନଦୀ ପ୍ରସଙ୍ଗରେ ବିଜେପି ସରକାର ଉପରେ ବର୍ଷିଲେ ବିଜେଡି ବିଧାୟକ ଅରୁଣ ସାହୁ
ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗରେ ବର୍ଷିଲେ ବରିଷ୍ଠ ବିଜେଡି ବିଧାୟକ ଅରୁଣ ସାହୁ । ମହାନଦୀ ଜଳ ବିବାଦକୁ ନେଇ ସରକାର କିଛି ପଦକ୍ଷେପ ନେଲେ ନାହିଁ । ଲୋକେ ଧୀରେ ଧୀରେ ତାତିଲେଣି । ବର୍ତମାନ ଟ୍ରିପଲ ଇଂଜିନ ସରକାର ଚାଲିଛି l ସବୁଠି ବିଜେପି ସରକାର । ତେଣୁ ତୁରନ୍ତ ଏ ସମସ୍ୟାର ସମାଧାନ କରନ୍ତୁ । ଆମେ ସରକାରଙ୍କୁ ଚେତାବନୀ ଦେଉଛୁ ମହାନଦୀ ସମସ୍ୟାର ସମାଧାନ ନକଲେ ଆଗକୁ ଜୋରଦାର ଲଢେଇ ହେବ । ବିଜେପି ସରକାର ଆସିବା ପରେ ଛତିଶଗଡ ଓଡିଶାକୁ ବାଲିବନ୍ଧ କରି ପାଣି ଅଟକାଇଛି । ଆଗକୁ ଲୋକେ ଏହା ବିରୋଧରେ ଜୋରଦାର ଲଢେଇ କରିବାକୁ ପ୍ରସ୍ତୁତ ହେଲେଣି । କାଲି ଏହାର ପ୍ରତିଫଳନ ଦେଖିବାକୁ ମିଳିବ ବୋଲି କହିଛନ୍ତି ଅରୁଣ ।
ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ବୋମା ବିସ୍ଫୋରଣ ଘଟଣାର ତଦନ୍ତ କରିବ NIA





