ଟିକାକରଣକୁ ନେଇ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରୁଥିଲେ ଅପରାଜିତା ଷଡ଼ଙ୍ଗୀ, ମୁହଁତୋଡ଼ ଜବାବ ଦେଲେ ସାଂସଦ ସସ୍ମିତ ପାତ୍ର

The Sakala Picture
Published On

ଭୁବନେଶ୍ୱର: ଟିକାକରଣ ବେଳେ ବିଜେପିର ଶ୍ରେୟ ରାଜନୀତି ପ୍ରସଙ୍ଗ। ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିଥିବା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଟ୍ୱିଟ୍‌ର କଡ଼ା ଜବାବ ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏଥିସହ ଟିକାକେନ୍ଦ୍ରରେ ବିଜେପି କର୍ମୀଙ୍କ ପୋଷ୍ଟର ଚିରିବା ଘଟଣାକୁ ବି ସେ ସମାଲୋଚନା କରିଛନ୍ତି। ବିଜେପି ସାଂସଦ ଅପରାଜିତା ମହାନ୍ତି ଏକ ଟ୍ୱିଟ୍ କରି ଲେଖିଛନ୍ତି ଯେ ଓଡ଼ିଶା ସରକାର ରାଜ୍ୟ ପାଇଁ ଟିକା ସଂଗ୍ରହ କରିବାରେ ବିଫଳ ହୋଇଥିଲେ, ଏବଂ […]

ଭୁବନେଶ୍ୱର: ଟିକାକରଣ ବେଳେ ବିଜେପିର ଶ୍ରେୟ ରାଜନୀତି ପ୍ରସଙ୍ଗ। ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିଥିବା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଟ୍ୱିଟ୍‌ର କଡ଼ା ଜବାବ ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏଥିସହ ଟିକାକେନ୍ଦ୍ରରେ ବିଜେପି କର୍ମୀଙ୍କ ପୋଷ୍ଟର ଚିରିବା ଘଟଣାକୁ ବି ସେ ସମାଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ବିଜେପି ସାଂସଦ ଅପରାଜିତା ମହାନ୍ତି ଏକ ଟ୍ୱିଟ୍ କରି ଲେଖିଛନ୍ତି ଯେ ଓଡ଼ିଶା ସରକାର ରାଜ୍ୟ ପାଇଁ ଟିକା ସଂଗ୍ରହ କରିବାରେ ବିଫଳ ହୋଇଥିଲେ, ଏବଂ ଶେଷରେ କେନ୍ଦ୍ରର ସାହାୟତା ଲୋଡ଼ିଥିଲେ । ତେବେ ଆମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ସଂକଟରୁ ଉଦ୍ଧାର କରିଥିଲେ । ଆଉ ଏବେ ଓଡ଼ିଶାର ସମସ୍ତ ଟିକାକେନ୍ଦ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଲଗାଇବାକୁ ଦାବି କରାଯାଉଛି । ଏହା ନିଶ୍ଚିତ ଭାବରେ ଅସୁରକ୍ଷା ଭାବ ଏବଂ ସଂକୀର୍ଣ୍ଣ ମାନସିକତାର ଶେଷ ସୀମାର ପରିଚୟ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ତେବେ ଅପରାଜିତାଙ୍କ ଏଭଳି ଟ୍ୱିଟ୍ ର ମୁହଁତୋଡ଼ ଜବାବ ରଖିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ସେ କହିଛନ୍ତି, କୋଭିଡ୍ ଟିକାକରଣ ସାର୍ଟିଫିକେଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ରହିଛି । ସବୁ ଦଳ ଏହାକୁ ନେଇ ରାଜନୀତି କରୁଥିବା ବେଳେ ବିଜେଡି କେବେ ଏହି ପ୍ରସଙ୍ଗ ଉଠାଇନି କି ରାଜନୀତି କରିନି। ଦେଶରେ ଟିକାକରଣ ସବୁବେଳେ କେନ୍ଦ୍ର ସରକାରଙ୍କ ଦ୍ୱାରା ଜାତୀୟ କାର୍ଯ୍ୟକ୍ରମ ଭାବେ କରାଯାଏ । ପୋଲିଓ ହେଉ କି ବିସିଜି, ମିଳିମିଳା, ଡିପିଟି, ହେପାଟାଇଟିସ୍, ଭିଟାମିନ୍ ଏ ଟିକା, ସବୁବେଳେ ଏହା ଜାତୀୟ କାର୍ଯ୍ୟକ୍ରମ ଭାବେ କରାଯାଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ହେଲେ କୋଭିଡ୍ ସଂକଟରେ ଏହାକୁ ରାଜ୍ୟମାନଙ୍କ ଉପରେ ପ୍ରଥମେ ଲଦି ଦିଆ ଯାଇଥିଲା ଓ ପରେ ପ୍ରତ୍ୟାହାର କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାସ୍କ ବ୍ୟବହାର ଓ କୋଭିଡ୍ ନିୟମ ପାଳିବାକୁ ସଚେତନତା ବାର୍ତ୍ତା ଦେଇଛନ୍ତି । ଏଥିରେ ଟିକାକରଣ ସଂପର୍କିତ କଥା ନାହିଁ। ତେଣୁ ଏହାକୁ ନେଇ ରାଜନୀତି କରିବା ନିହାତି ଲଜ୍ଜାଜନକ ବୋଲି ସସ୍ମିତ ଟ୍ୱିଟ୍ କରିଛନ୍ତି ।

ତେବେ କେବଳ ସସ୍ମିତ ନୁହଁନ୍ତି ଅପରାଜିତାଙ୍କ ଏହି ଟ୍ୱିଟ୍ କୁ ନେଇ ବହୁ ଲୋକ ସମାଲୋଚନା କରିଛନ୍ତି । କେବଳ ଯେ ରାଜ୍ୟ ତା ନୁହେଁ ରାଜ୍ୟ ବାହାରର ଲୋକମାନେ ମଧ୍ୟ ନବୀନଙ୍କ ସପକ୍ଷରେ ବାହାରିଛନ୍ତି । ଫଟୋ ପ୍ରତିଯୋଗିତା ନବୀନ ନୁହଁନ୍ତି ବରଂ ପ୍ରଧାନମନ୍ତ୍ରୀ ମୋଦି ଆରମ୍ଭ କରିଥିଲେ ବୋଲି କହି ଏହି ଟ୍ୱିଟର ୟୁଜର୍ସ ଅପରାଜିତାଙ୍କୁ ସମାଲୋଚନା କରିଛନ୍ତି।

23 Jun 2021 By The Sakala

ଟିକାକରଣକୁ ନେଇ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରୁଥିଲେ ଅପରାଜିତା ଷଡ଼ଙ୍ଗୀ, ମୁହଁତୋଡ଼ ଜବାବ ଦେଲେ ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ୱର: ଟିକାକରଣ ବେଳେ ବିଜେପିର ଶ୍ରେୟ ରାଜନୀତି ପ୍ରସଙ୍ଗ। ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିଥିବା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଟ୍ୱିଟ୍‌ର କଡ଼ା ଜବାବ ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏଥିସହ ଟିକାକେନ୍ଦ୍ରରେ ବିଜେପି କର୍ମୀଙ୍କ ପୋଷ୍ଟର ଚିରିବା ଘଟଣାକୁ ବି ସେ ସମାଲୋଚନା କରିଛନ୍ତି।

ବିଜେପି ସାଂସଦ ଅପରାଜିତା ମହାନ୍ତି ଏକ ଟ୍ୱିଟ୍ କରି ଲେଖିଛନ୍ତି ଯେ ଓଡ଼ିଶା ସରକାର ରାଜ୍ୟ ପାଇଁ ଟିକା ସଂଗ୍ରହ କରିବାରେ ବିଫଳ ହୋଇଥିଲେ, ଏବଂ ଶେଷରେ କେନ୍ଦ୍ରର ସାହାୟତା ଲୋଡ଼ିଥିଲେ । ତେବେ ଆମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ସଂକଟରୁ ଉଦ୍ଧାର କରିଥିଲେ । ଆଉ ଏବେ ଓଡ଼ିଶାର ସମସ୍ତ ଟିକାକେନ୍ଦ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଲଗାଇବାକୁ ଦାବି କରାଯାଉଛି । ଏହା ନିଶ୍ଚିତ ଭାବରେ ଅସୁରକ୍ଷା ଭାବ ଏବଂ ସଂକୀର୍ଣ୍ଣ ମାନସିକତାର ଶେଷ ସୀମାର ପରିଚୟ।

ତେବେ ଅପରାଜିତାଙ୍କ ଏଭଳି ଟ୍ୱିଟ୍ ର ମୁହଁତୋଡ଼ ଜବାବ ରଖିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ସେ କହିଛନ୍ତି, କୋଭିଡ୍ ଟିକାକରଣ ସାର୍ଟିଫିକେଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ରହିଛି । ସବୁ ଦଳ ଏହାକୁ ନେଇ ରାଜନୀତି କରୁଥିବା ବେଳେ ବିଜେଡି କେବେ ଏହି ପ୍ରସଙ୍ଗ ଉଠାଇନି କି ରାଜନୀତି କରିନି। ଦେଶରେ ଟିକାକରଣ ସବୁବେଳେ କେନ୍ଦ୍ର ସରକାରଙ୍କ ଦ୍ୱାରା ଜାତୀୟ କାର୍ଯ୍ୟକ୍ରମ ଭାବେ କରାଯାଏ । ପୋଲିଓ ହେଉ କି ବିସିଜି, ମିଳିମିଳା, ଡିପିଟି, ହେପାଟାଇଟିସ୍, ଭିଟାମିନ୍ ଏ ଟିକା, ସବୁବେଳେ ଏହା ଜାତୀୟ କାର୍ଯ୍ୟକ୍ରମ ଭାବେ କରାଯାଇଛି।

ହେଲେ କୋଭିଡ୍ ସଂକଟରେ ଏହାକୁ ରାଜ୍ୟମାନଙ୍କ ଉପରେ ପ୍ରଥମେ ଲଦି ଦିଆ ଯାଇଥିଲା ଓ ପରେ ପ୍ରତ୍ୟାହାର କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାସ୍କ ବ୍ୟବହାର ଓ କୋଭିଡ୍ ନିୟମ ପାଳିବାକୁ ସଚେତନତା ବାର୍ତ୍ତା ଦେଇଛନ୍ତି । ଏଥିରେ ଟିକାକରଣ ସଂପର୍କିତ କଥା ନାହିଁ। ତେଣୁ ଏହାକୁ ନେଇ ରାଜନୀତି କରିବା ନିହାତି ଲଜ୍ଜାଜନକ ବୋଲି ସସ୍ମିତ ଟ୍ୱିଟ୍ କରିଛନ୍ତି ।

ତେବେ କେବଳ ସସ୍ମିତ ନୁହଁନ୍ତି ଅପରାଜିତାଙ୍କ ଏହି ଟ୍ୱିଟ୍ କୁ ନେଇ ବହୁ ଲୋକ ସମାଲୋଚନା କରିଛନ୍ତି । କେବଳ ଯେ ରାଜ୍ୟ ତା ନୁହେଁ ରାଜ୍ୟ ବାହାରର ଲୋକମାନେ ମଧ୍ୟ ନବୀନଙ୍କ ସପକ୍ଷରେ ବାହାରିଛନ୍ତି । ଫଟୋ ପ୍ରତିଯୋଗିତା ନବୀନ ନୁହଁନ୍ତି ବରଂ ପ୍ରଧାନମନ୍ତ୍ରୀ ମୋଦି ଆରମ୍ଭ କରିଥିଲେ ବୋଲି କହି ଏହି ଟ୍ୱିଟର ୟୁଜର୍ସ ଅପରାଜିତାଙ୍କୁ ସମାଲୋଚନା କରିଛନ୍ତି।

https://www.thesakala.in/latest-odisha-news/bjd-mp-sasmit-patra-responds-strongly-to-mp-aparajita-sarangis-tweet/article-3174
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର