ଦେଶର ଯବାନ ମାନଙ୍କ ମଙ୍ଗଳ କାମନା କରି ବିଜେଡି ତରଫରୁ ସାମୁହିକ ଦୀପଦାନ

The Sakala Picture
Published On

ଭୁବନେଶ୍ୱର: ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହେବା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେବା ସହିତ ଭାରତ ପାକିସ୍ତାନ ସୀମାନ୍ତରେ, ଯବାନ ମାନଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଭାରତୀୟ ଯବାନ ମାନଙ୍କ ମଙ୍ଗଳ କାମନା କରି ବିଜୁ ଜନତା ଦଳର ଭୁବନେଶ୍ୱର ଶାଖା ତରଫରୁ ଆଜି ଲିଙ୍ଗରାଜ ମନ୍ଦିରରେ ଏକ ସାମୁହିକ ଦୀପଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବିଜେଡିର ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ଅଶୋକ […]

ଭୁବନେଶ୍ୱର: ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହେବା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେବା ସହିତ ଭାରତ ପାକିସ୍ତାନ ସୀମାନ୍ତରେ, ଯବାନ ମାନଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଭାରତୀୟ ଯବାନ ମାନଙ୍କ ମଙ୍ଗଳ କାମନା କରି ବିଜୁ ଜନତା ଦଳର ଭୁବନେଶ୍ୱର ଶାଖା ତରଫରୁ ଆଜି ଲିଙ୍ଗରାଜ ମନ୍ଦିରରେ ଏକ ସାମୁହିକ ଦୀପଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବିଜେଡିର ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରରେ ଦଳର ଅନେକ ବରିଷ୍ଠ ନେତାଙ୍କ ସହିତ ଯୁବ, ଛାତ୍ର ଓ ମହିଳା ବିଜେଡିର ସଦସ୍ୟମାନେ ଯୋଗ ଦେଇଥିଲେ। ପ୍ରଥମେ, ଭାରତୀୟ ଯବାନ ମାନଙ୍କ ମଙ୍ଗଳ କାମନା କରି ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ ମନ୍ଦିର ସମ୍ମୁଖରେ ସାମୁହିକ ଦୀପଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ, ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ମନ୍ମଥ ରାଉତରାୟ, ଦୁର୍ଗା ସାମନ୍ତରାୟ, ଅମୀୟ ଦାସ,  ଶିବ ବେହେରା ଓ ଅନ୍ୟ କର୍ପୋରେଟର ମାନେ ମଧ୍ୟ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

 

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର