ଆସନ୍ତା ୨୮ରେ ବିଜେଡିର ସଂସଦୀୟ ଦଳ ବୈଠକ, ବଜେଟ ଅଧିବେଶନ ପାଇଁ ଦଳ ପ୍ରସ୍ତୁତ କରିବ ରଣନୀତି

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡିର ଏହି ବୈଠକ ବସିବ ବୋଲି ସୂଚନା ମିଳିଛି । ଏହି ବୈଠକରେ ବଜେଟ ଅଧିବେଶନ ପାଇଁ ଦଳ ପ୍ରସ୍ତୁତ କରିବ ରଣନୀତି। ୭ ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ ନବୀନ । ସଂସଦରେ କେଉଁ କେଉଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଜେଡି ସାଂସଦମାନେ ଉତଥାପନ କରିବେ, […]

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡିର ଏହି ବୈଠକ ବସିବ ବୋଲି ସୂଚନା ମିଳିଛି । ଏହି ବୈଠକରେ ବଜେଟ ଅଧିବେଶନ ପାଇଁ ଦଳ ପ୍ରସ୍ତୁତ କରିବ ରଣନୀତି। ୭ ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ ନବୀନ ।

ସଂସଦରେ କେଉଁ କେଉଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଜେଡି ସାଂସଦମାନେ ଉତଥାପନ କରିବେ, ସେ ସଂପର୍କରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏକ ଦେଶ ଏକ ନିର୍ବାଚନ ଉପରେ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଏକ ଦେଶ ଏକ ନିର୍ବାଚନ ସଂପର୍କିତ ଜେପିସିର ସଦସ୍ୟ ଅଛନ୍ତି ସାଂସଦ ମାନସ ମଙ୍ଗରାଜ ।

About The Author: The Sakala