ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: BJDର ରଣହୁଙ୍କାର, ଶତାଧିକ କର୍ମୀଙ୍କୁ ଉଠାଇ ନେଲା ପୁଲିସ…

ଭୁବନେଶ୍ବର: ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି। ଲୋକସେବା ଭବନ ବାହାରେ ପୁଲିସର କଡ଼ାପହରା ଥାଇ ମଧ୍ୟ ତାକୁ ଖାତିର କରି ନାହାନ୍ତି ବିଜେଡି କର୍ମୀ। ରଣକ୍ଷେତ୍ର ପାଲଟିଛି ଲୋୟର୍ ପିଏମ୍‌ଜି। ବିଜେଡି କର୍ମୀମାନେ ବ୍ୟାରିକେଡ୍ ଭାଙ୍ଗିବା ପରେ ପୁଲିସ ପକ୍ଷରୁ ସେମାନଙ୍କ ଉପରେ ପାଣି ଓ ଲୁହବୁହା ଗ୍ୟାସ୍ ମାଡ଼ କରାଯାଇଛି। ଏଣେ […]

ଭୁବନେଶ୍ବର: ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି। ଲୋକସେବା ଭବନ ବାହାରେ ପୁଲିସର କଡ଼ାପହରା ଥାଇ ମଧ୍ୟ ତାକୁ ଖାତିର କରି ନାହାନ୍ତି ବିଜେଡି କର୍ମୀ। ରଣକ୍ଷେତ୍ର ପାଲଟିଛି ଲୋୟର୍ ପିଏମ୍‌ଜି। ବିଜେଡି କର୍ମୀମାନେ ବ୍ୟାରିକେଡ୍ ଭାଙ୍ଗିବା ପରେ ପୁଲିସ ପକ୍ଷରୁ ସେମାନଙ୍କ ଉପରେ ପାଣି ଓ ଲୁହବୁହା ଗ୍ୟାସ୍ ମାଡ଼ କରାଯାଇଛି। ଏଣେ ଶତାଧିକ ଆନ୍ଦୋଳନକାରୀଙ୍କୁ ଉଠାଇନେଇଛି କମିସନରେଟ୍ ପୁଲିସ। କେତେକ ଆନ୍ଦୋଳନକାରୀଙ୍କୁ ପୁଲିସ ଅଟକ ରଖିଛି। ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ।

ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇସ୍ତଫା ଦିଅନ୍ତୁ। ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି।

About The Author: The Sakala