ଦଳମତ ନିର୍ବିଶେଷରେ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ପୁଣି ଥରେ ଅପିଲ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଦଳମତ ନିର୍ବିଶେଷରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁଣି ଅପିଲ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନିଜେ ନରସିଂହଙ୍କ ସହିତ ଫୋନରେ କଥା ହୋଇଛନ୍ତି । କଂଗ୍ରେସ ବିଧାୟକ ଓ ସାଂସଦଙ୍କୁ ଦ୍ରୌପଦୀଙ୍କୁ ଭୋଟ୍ ଦେବାକୁ ନିବେଦନ କରିଛନ୍ତି । ଏଥିପାଇଁ ନବୀନଙ୍କ ନିର୍ଦ୍ଦେଶରେ ଆଲୋଚନା […]

ଭୁବନେଶ୍ୱର: ଦଳମତ ନିର୍ବିଶେଷରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁଣି ଅପିଲ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନିଜେ ନରସିଂହଙ୍କ ସହିତ ଫୋନରେ କଥା ହୋଇଛନ୍ତି । କଂଗ୍ରେସ ବିଧାୟକ ଓ ସାଂସଦଙ୍କୁ ଦ୍ରୌପଦୀଙ୍କୁ ଭୋଟ୍ ଦେବାକୁ ନିବେଦନ କରିଛନ୍ତି । ଏଥିପାଇଁ ନବୀନଙ୍କ ନିର୍ଦ୍ଦେଶରେ ଆଲୋଚନା କରିଛନ୍ତି ପ୍ରଣବ ପ୍ରକାଶ ଦାସ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ 'ରାହୁରେଖା ଲାଗି' ନୀତି, ସାଢ଼େ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଏହାସହ କଂଗ୍ରେସ ବିଧାୟକ, ବଣାଇ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ବୁଝାଇବାକୁ ନବୀନ ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦେଇଛନ୍ତି । ପିସିସି ସଭାପତିଙ୍କୁ ବି ବୁଝାଇବା ପାଇଁ ନବୀନ ଦଳୀୟ ନେତାଙ୍କୁ ଦାୟିତ୍ବ ଦେଇଛନ୍ତି । ଓଡିଶା କଂଗ୍ରେସର ୯ ବିଧାୟକ ଦ୍ରୌପଦୀଙ୍କୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅପିଲ ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଏହା ପୂର୍ବରୁ ରାୟଗଡାର ସ୍ୱାଧୀନ ବିଧାୟକ ମକରନ୍ଦ ମୁଦୁଲୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଆଶ୍ୱାସନା ଦେଇଛନ୍ତି ମକରନ୍ଦ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର