ଭୋଟ୍ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, କହିଲେ ବିଜେଡ଼ିର ହେବ ବଡ଼ ବିଜୟ…

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ। ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ଏରୋଡ୍ରମ୍‌‌ ୟୁପି ସ୍କୁଲ କେନ୍ଦ୍ରରେ ଭୋଟ ଦେଇଛନ୍ତି। ଏହାପରେ ସେ ସେଲଫି ପଏଣ୍ଟରେ ଫଟୋ ଉଠାଇଥିଲେ। ମତ ସାବ୍ୟସ୍ତ ପରେ ଗଣମାଧ୍ୟକୁ ପ୍ରତିକ୍ରିୟା ଦେଇ କହିଥିଲେ , ବିଜେଡ଼ିର ବଡ଼ ବିଜୟ ହେବ। ରଜ୍ୟରେ ସ୍ଥିର ସରକାର ଗଠନ କରିବୁ। ଉଭୟ […]

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ। ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ଏରୋଡ୍ରମ୍‌‌ ୟୁପି ସ୍କୁଲ କେନ୍ଦ୍ରରେ ଭୋଟ ଦେଇଛନ୍ତି। ଏହାପରେ ସେ ସେଲଫି ପଏଣ୍ଟରେ ଫଟୋ ଉଠାଇଥିଲେ। ମତ ସାବ୍ୟସ୍ତ ପରେ ଗଣମାଧ୍ୟକୁ ପ୍ରତିକ୍ରିୟା ଦେଇ କହିଥିଲେ , ବିଜେଡ଼ିର ବଡ଼ ବିଜୟ ହେବ। ରଜ୍ୟରେ ସ୍ଥିର ସରକାର ଗଠନ କରିବୁ। ଉଭୟ ଲୋକସଭା ଓ ବିଧାନସଭାରେ ବିଜେଡ଼ିକୁ ବଡ଼ ବିଜୟ ମିଳିବ। ଏଥିସହ ଚଳିତ ନିର୍ବାରନରେ ଇତିହାସ ରଚିବ ଓଡି଼ଶା। ଓଡ଼ିଶାବାସୀ ଓ ମହାପ୍ରଭୁଙ୍କ ଆଶୀର୍ବଦରେ ଗଠନ ହେବ ସ୍ଥିର ସରକାର। ଏହାସହ ସସସ୍ତ ଭୋଟରଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ।

 

About The Author: The Sakala