ହିଞ୍ଜିଳି ବିଧାନସଭା ଆସନରୁ ଆଜି ନାମାଙ୍କନ ଭରିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ

The Sakala Picture
Published On

ବ୍ରହ୍ମପୁର/ଛତ୍ରପୁର: ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ବିଧାନସଭା ଆସନରୁ ଆଜି ନାମାଙ୍କନ ଦାଖଲ କରିବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୦୦ ମସିହାରୁ ଆସିକା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ବିଧାନସଭା ଆସନରୁ ନବୀନ କ୍ରମାଗତ ବିଜୟଲାଭ କରି ଆସୁଛନ୍ତି। ଚଳିତ ନିର୍ବାଚନରେ ନବୀନ ପୁଣିଥରେ ହିଞ୍ଜିଳିରୁ ପାର୍ଥୀ ହୋଇଛନ୍ତି। ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ଆସ୍କା ସମେତ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମେ’ ୨୦ ତାରିଖରେ ମତଦାନ ହେବ। ଏଥିଲାଗି ଗତ […]

ବ୍ରହ୍ମପୁର/ଛତ୍ରପୁର: ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ବିଧାନସଭା ଆସନରୁ ଆଜି ନାମାଙ୍କନ ଦାଖଲ କରିବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୦୦ ମସିହାରୁ ଆସିକା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ବିଧାନସଭା ଆସନରୁ ନବୀନ କ୍ରମାଗତ ବିଜୟଲାଭ କରି ଆସୁଛନ୍ତି। ଚଳିତ ନିର୍ବାଚନରେ ନବୀନ ପୁଣିଥରେ ହିଞ୍ଜିଳିରୁ ପାର୍ଥୀ ହୋଇଛନ୍ତି। ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ଆସ୍କା ସମେତ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମେ’ ୨୦ ତାରିଖରେ ମତଦାନ ହେବ। ଏଥିଲାଗି ଗତ ୨୬ ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ନବୀନ ଜିଲ୍ଲା ସଦର ମହକୁମା ଛତ୍ରପୁରରେ ନାମାଙ୍କନପତ୍ର ଦାଖଲ କରିବେ। ଏଥିଲାଗି ସମଗ୍ର ଗଞ୍ଜାମ ଜିଲ୍ଲାରେ କର୍ମୀଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ଦେଖାଦେଇଛି। ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରି ଷଷ୍ଠଥର ଲାଗି ପୁଣିଥରେ ରାଜ୍ୟର ଶାସନ ଭାର ଦେବାକୁ ସମସ୍ତେ ଉତ୍ସାହର ସହିତ ସମର୍ଥନ ଜଣାଇବେ ବୋଲି ଆଗଧାଡ଼ିର କର୍ମୀମାନେ କହିଛନ୍ତି। ଏଥିଲାଗି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ଦକ୍ଷିଣ ଓଡ଼ିଶାର ଆରାଧ୍ୟ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଯାଇ ମା’ଙ୍କ ଆଶିଷ ଭିକ୍ଷା କରିବା ପରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବା ପାଇଁ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର