ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି; କାହିଁକି କରାଯାଇଛି ଏଭଳି ବ୍ୟବସ୍ଥା...

Madhusudan Das Picture
Published On

ଭୁବନେଶ୍ୱର: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଲାଗି ଅଲଗା ଘର ପ୍ରସଙ୍ଗରେ ବର୍ଷିଛି ବିଜେଡି । ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି , ସ୍ୱାଧୀନତା ପରଠାରୁ ଓଡ଼ିଶାର କୌଣସି ମୁଖ୍ୟମନ୍ତ୍ରୀ ଏଭଳି ବାସଭବନ ନେଇ ନାହାନ୍ତି । କିନ୍ତୁ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ କାହିଁକି ଏଭଳି ବ୍ୟବସ୍ଥା କରାଯାଇଛି । ଯାହାର ଅର୍ଥ ଓଡ଼ିଶା ତହବିଲରୁ ଯାଉଛି , ଯାହା ଦ୍ୱାରା ଓଡ଼ିଶାର କ୍ଷତି ହେବ ।

ଆହୁରି ପଢ଼ନ୍ତୁ: ସର୍ବଦଳୀୟ ବୈଠକରେ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ: ସଂସଦରେ ଉଠିବ ରାଜ୍ୟ ସରକାରଙ୍କ ବିଫଳତା ପ୍ରସଙ୍ଗ

ପୂର୍ବରୁ କୌଣସି ମୁଖ୍ୟମନ୍ତ୍ରୀ ଦ୍ବିତୀୟ ଘର ନେଇ ନଥିବାବେଳେ ବର୍ତ୍ତମାନର ମୁଖ୍ୟମନ୍ତ୍ରୀଙ୍କର କ'ଣ ଆବଶ୍ୟକ ପଡିଲା ବୋଲି ପ୍ରଶ୍ନ କରିଛି ବିଜେଡି । ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ଦେଇଥାଏ ଦିଲ୍ଲୀ ପୋଲିସ । ଦିଲ୍ଲୀ ପୋଲିସ ବଦଳରେ ସେହି ଘରେ ମୁତୟନ ହେବେ ଓଡ଼ିଶା ପୋଲିସ । ୨୬ରୁ ଅଧିକ କନଷ୍ଟେବଳ, ବୁଲେଟ ପ୍ରୁଫ ଗାଡି ରହିବ । ଏଥିପାଇଁ ଓଡ଼ିଶା ତହବିଲରୁ କରଦାତାଙ୍କ ଟଙ୍କା ଦିଆଯିବ । ଭାଷା ଭିତ୍ତିରେ ଓଡ଼ିଶା ଗଠନ ପରଠାରୁ ଏହା କେବେ ଘଟି ନଥିଲା ବୋଲି ବିଜେଡି କହିଛି । ଓଡ଼ିଶା ପୋଲିସକୁ ନେଇ ସେଠାରେ କଣ ଲୁଚାଇବାକୁ ଚାହୁଁଛନ୍ତି ମୁଖ୍ୟମନ୍ତ୍ରୀ ? ପତିଆରା ଜାହିର ପାଇଁ ଏପରି ପଦକ୍ଷେପ ନିଆଯାଇଛି ବୋଲି କଟାକ୍ଷ କରିଛି ବିଜେଡି । 

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ସେ ଆହୁରି ମଧ୍ୟ କହିଛନ୍ତି, ଏକ ଦାମୀ ହୋଟେଲରୁ ୧୦୦ରୁ ଅଧିକ ମିଲ ପ୍ରତ୍ୟେକ ଦିନ ଆସୁଛି ଏବଂ ତାହା ଲୋକସେବା ଭବନର ୪୦୦ ମିଟର ପରିଧି ଭିତରେ ବ୍ୟବହାର ହେଉଛି । ଗୋଟିଏ ଲେଖାଏଁ ମିଲର ମୂଲ୍ୟ  ୪୦୦୦ ଟଙ୍କା । ସେହିପରି ଆର୍ସେଲର-ମିତ୍ତଲ ଆସିଲେ ଭଲ । ହେଲେ ଶାସକ ଦଳର କିଏ ସେ ଲୋକ ଯିଏ କେନ୍ଦୁଝରର ଏହି ପ୍ରକଳ୍ପ ଅଞ୍ଚଳ ପାଖରେ ଜମି କିଣିଲେ ? ଜୟସ୍ବାଲ କିଏ ? ସେ କେମିତି ସୁପର ମୁଖ୍ୟମନ୍ତ୍ରୀ ହେଲା ? ଏହାର ଉତ୍ତର ଦାବି କରିଛି ବିଜେଡି ।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି ବେଦାନ୍ତ ଆଲୁମିନିୟମ

17 Dec 2025 By Madhusudan Das

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି; କାହିଁକି କରାଯାଇଛି ଏଭଳି ବ୍ୟବସ୍ଥା...

ଭୁବନେଶ୍ୱର: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଲାଗି ଅଲଗା ଘର ପ୍ରସଙ୍ଗରେ ବର୍ଷିଛି ବିଜେଡି । ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି , ସ୍ୱାଧୀନତା ପରଠାରୁ ଓଡ଼ିଶାର କୌଣସି ମୁଖ୍ୟମନ୍ତ୍ରୀ ଏଭଳି ବାସଭବନ ନେଇ ନାହାନ୍ତି । କିନ୍ତୁ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ କାହିଁକି ଏଭଳି ବ୍ୟବସ୍ଥା କରାଯାଇଛି । ଯାହାର ଅର୍ଥ ଓଡ଼ିଶା ତହବିଲରୁ ଯାଉଛି , ଯାହା ଦ୍ୱାରା ଓଡ଼ିଶାର କ୍ଷତି ହେବ ।

ପୂର୍ବରୁ କୌଣସି ମୁଖ୍ୟମନ୍ତ୍ରୀ ଦ୍ବିତୀୟ ଘର ନେଇ ନଥିବାବେଳେ ବର୍ତ୍ତମାନର ମୁଖ୍ୟମନ୍ତ୍ରୀଙ୍କର କ'ଣ ଆବଶ୍ୟକ ପଡିଲା ବୋଲି ପ୍ରଶ୍ନ କରିଛି ବିଜେଡି । ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ଦେଇଥାଏ ଦିଲ୍ଲୀ ପୋଲିସ । ଦିଲ୍ଲୀ ପୋଲିସ ବଦଳରେ ସେହି ଘରେ ମୁତୟନ ହେବେ ଓଡ଼ିଶା ପୋଲିସ । ୨୬ରୁ ଅଧିକ କନଷ୍ଟେବଳ, ବୁଲେଟ ପ୍ରୁଫ ଗାଡି ରହିବ । ଏଥିପାଇଁ ଓଡ଼ିଶା ତହବିଲରୁ କରଦାତାଙ୍କ ଟଙ୍କା ଦିଆଯିବ । ଭାଷା ଭିତ୍ତିରେ ଓଡ଼ିଶା ଗଠନ ପରଠାରୁ ଏହା କେବେ ଘଟି ନଥିଲା ବୋଲି ବିଜେଡି କହିଛି । ଓଡ଼ିଶା ପୋଲିସକୁ ନେଇ ସେଠାରେ କଣ ଲୁଚାଇବାକୁ ଚାହୁଁଛନ୍ତି ମୁଖ୍ୟମନ୍ତ୍ରୀ ? ପତିଆରା ଜାହିର ପାଇଁ ଏପରି ପଦକ୍ଷେପ ନିଆଯାଇଛି ବୋଲି କଟାକ୍ଷ କରିଛି ବିଜେଡି । 

ସେ ଆହୁରି ମଧ୍ୟ କହିଛନ୍ତି, ଏକ ଦାମୀ ହୋଟେଲରୁ ୧୦୦ରୁ ଅଧିକ ମିଲ ପ୍ରତ୍ୟେକ ଦିନ ଆସୁଛି ଏବଂ ତାହା ଲୋକସେବା ଭବନର ୪୦୦ ମିଟର ପରିଧି ଭିତରେ ବ୍ୟବହାର ହେଉଛି । ଗୋଟିଏ ଲେଖାଏଁ ମିଲର ମୂଲ୍ୟ  ୪୦୦୦ ଟଙ୍କା । ସେହିପରି ଆର୍ସେଲର-ମିତ୍ତଲ ଆସିଲେ ଭଲ । ହେଲେ ଶାସକ ଦଳର କିଏ ସେ ଲୋକ ଯିଏ କେନ୍ଦୁଝରର ଏହି ପ୍ରକଳ୍ପ ଅଞ୍ଚଳ ପାଖରେ ଜମି କିଣିଲେ ? ଜୟସ୍ବାଲ କିଏ ? ସେ କେମିତି ସୁପର ମୁଖ୍ୟମନ୍ତ୍ରୀ ହେଲା ? ଏହାର ଉତ୍ତର ଦାବି କରିଛି ବିଜେଡି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର