ରାଜ୍ୟର ସବୁ ନିର୍ବାଚନମଣ୍ଡଳୀରେ ଓଡ଼ିଶା ଦିବସ ପାଳିବ ବିଜେଡି

The Sakala Picture
Published On

ଭୁବନେଶ୍ୱର : ଏପ୍ରିଲ ୧ ତାତିଖ ଦିନ ୮୯ତମ ଓଡିଶା ଦିବସ ପାଳିତ ହେବାକୁ ଯାଉଥିବା ବେଳେ ବିଜୁ ଜନତା ଦଳ ରାଜ୍ୟବ୍ୟାପୀ ଏହି ଦିବସଟିକୁ ପାଳିବ ବୋଲି ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଓ ଦଳର ସଭ୍ୟ ସଂଗ୍ରହ ଅଭିଯାନ କମିଟିର ଆବାହକ ଅତନୁ ସବ୍ୟସାଚୀ ନାୟକ ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଶ୍ରୀ ଦେବୀ ପ୍ରସାଦ ମିଶ୍ର କହିଥିଲେ, ଓଡ଼ିଶାର ଅନେକ ବରପୁତ୍ର ମାନଙ୍କ ସଂଘର୍ଷ, ତ୍ୟାଗ […]

ଭୁବନେଶ୍ୱର : ଏପ୍ରିଲ ୧ ତାତିଖ ଦିନ ୮୯ତମ ଓଡିଶା ଦିବସ ପାଳିତ ହେବାକୁ ଯାଉଥିବା ବେଳେ ବିଜୁ ଜନତା ଦଳ ରାଜ୍ୟବ୍ୟାପୀ ଏହି ଦିବସଟିକୁ ପାଳିବ ବୋଲି ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଓ ଦଳର ସଭ୍ୟ ସଂଗ୍ରହ ଅଭିଯାନ କମିଟିର ଆବାହକ ଅତନୁ ସବ୍ୟସାଚୀ ନାୟକ ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଶ୍ରୀ ଦେବୀ ପ୍ରସାଦ ମିଶ୍ର କହିଥିଲେ, ଓଡ଼ିଶାର ଅନେକ ବରପୁତ୍ର ମାନଙ୍କ ସଂଘର୍ଷ, ତ୍ୟାଗ ବଳିଦାନ ଫଳରେ ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଭାଷା ଭିତ୍ତିରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ ହୋଇଥିଲା । କଳା, ଭାସ୍କର୍ଯ୍ୟ ଓ ଐତିହ୍ୟ ପାଇଁ ଓଡ଼ିଶାର ପ୍ରସିଦ୍ଧି ରହିଛି। ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଦିନଟି ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ଚିର ସ୍ମରଣୀୟ ହୋଇ ରହିବା ସହିତ ଓଡିଶା ଦିବସ ଭାବେ ପାଳିତ ହୋଇଆସୁଛି ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

ଅତନୁ ସବ୍ୟସାଚୀ ନାୟକ କହିଥିଲେ, ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ, ରାଜ୍ୟର ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀ ତଥା ଜିଲ୍ଲା କାର୍ଯ୍ୟାଳୟରେ ବିଜୁ ଜନତା ଦଳ ତରଫରୁ ଓଡିଶା ଦିବସ ପାଳନ କରିବା ପାଇଁ ହୋଇଥିବା ନିଷ୍ପତ୍ତି ଦଳ ତରଫରୁ ସମନ୍ୱୟ କମିଟି ଅଧ୍ୟକ୍ଷ  ଦେବୀ ପ୍ରସାଦ ମିଶ୍ର ଓ କାର୍ଯ୍ୟକ୍ରମ ରୂପାୟନ କମିଟି ଆବାହକ  ସଞ୍ଜୟ ଦାସବର୍ମା ସୂଚିତ କରିଛନ୍ତି।

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ନିର୍ବାହ କରିଥିବା ବରପୁତ୍ର ମାନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହିତ ଆଲୋଚନା ଚକ୍ର କାର୍ଯ୍ୟକ୍ରମ କରାଯିବ। ତାଛଡା, ନିଜ ଅଞ୍ଚଳରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ଦଳ ତରଫରୁ ମାଲ୍ୟାର୍ପଣ କାର୍ଯ୍ୟକ୍ରମ କରାଯିବ। ବିଜୁ ଜନତା ଦଳର ଭୁବନେଶ୍ୱର ଜିଲ୍ଲା ବିଜେଡି ଆନୁକୂଲ୍ୟରେ ଶଙ୍ଖ ଭବନରେ ଓଡ଼ିଶା ଦିବସ କାର୍ଯ୍ୟକ୍ରମ ପାଳନ କରାଯିବ। ଏଥିରେ ଦଳର ସଭାପତି ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର