ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ଠାରୁ ଶ୍ରାଦ୍ଧ ବାର୍ଷିକୀ ପର୍ଯ୍ୟନ୍ତ ସମସ୍ତ ନିର୍ବାଚନ ମଣ୍ଡଳୀରେ ରକ୍ତଦାନ ଶିବିର ଆୟୋଜନ କରିବ ବିଜେଡି 

The Sakala Picture
Published On

ଭୁବନେଶ୍ବର : ମାର୍ଚ୍ଚ ୫ ତାରିଖରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ପାଳନ କରାଯିବ । ଏହି ଅବସରରେ ବିଜୁ ପଟ୍ଟନାୟକଙ୍କ କଟକ ସ୍ଥିତ ବାସଭବନ ଆନନ୍ଦଭବନଠାରୁ ଏକ ସାଇକେଲ ଶୋଭାଯାତ୍ରା ବାହାରି ଭୁବନେଶ୍ବର ବିମାନବନ୍ଦର ସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିବ । ଏଥିରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେବା ସହ ସାଇକେଲ ଶୋଭାଯାତ୍ରାକୁ ସଫଳ କରିବା ପାଇଁ ଆହ୍ବାନ ଦେଇଛନ୍ତି ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ […]

ଭୁବନେଶ୍ବର : ମାର୍ଚ୍ଚ ୫ ତାରିଖରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ପାଳନ କରାଯିବ । ଏହି ଅବସରରେ ବିଜୁ ପଟ୍ଟନାୟକଙ୍କ କଟକ ସ୍ଥିତ ବାସଭବନ ଆନନ୍ଦଭବନଠାରୁ ଏକ ସାଇକେଲ ଶୋଭାଯାତ୍ରା ବାହାରି ଭୁବନେଶ୍ବର ବିମାନବନ୍ଦର ସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିବ । ଏଥିରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେବା ସହ ସାଇକେଲ ଶୋଭାଯାତ୍ରାକୁ ସଫଳ କରିବା ପାଇଁ ଆହ୍ବାନ ଦେଇଛନ୍ତି ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଏହି ଶୋଭାଯାତ୍ରାରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସାମିଲ୍‌ ହେବେ। ଏହି ସାଇକେଲ୍‌‌ ରାଲିରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେଇ ୧୯୩୨ ମସିହାରେ ବିଜୁବାବୁଙ୍କ କଟକରୁ ପେଶୱାର ପର୍ଯ୍ୟନ୍ତ ୪୫୦୦ କିଲୋମିଟର ସାଇକେଲ୍‌ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବେ।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ବିଜୁ ଜନତା ଦଳର ସାମାଜିକ ପ୍ରତିବଦ୍ଧତାକୁ ଆଗେଇ ନେବା ପାଇଁ ଓଡ଼ିଶାର ପ୍ରତ୍ୟେକ ଯୁବ ଛାତ୍ରଙ୍କ ପ୍ରେରଣାର ଉତ୍ସ, ସାହସର ସ୍ତମ୍ଭ ବିଜୁବାବୁଙ୍କ ଜୟନ୍ତୀ ମାର୍ଚ୍ଚ ୫ ଜନ୍ମ  ଠାରୁ ଅପ୍ରେଲ ୧୭ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ପର୍ୟ୍ୟନ୍ତ ସମସ୍ତ ନିର୍ବାଚନ ମଣ୍ଡଳୀରେ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରେସମିଟରେ ବ୍ୟୋମକେଶ ରାୟଙ୍କ ସହ ଛାତ୍ର ସଭାପତି ଦେବୀ ପ୍ରସାଦ ତ୍ରିପାଠୀ, ଯୁବ ବ୍ୟାପାର ସାଧାରଣ ସମ୍ପାଦକ ତଥା ବିଧାୟକ ପ୍ରଣବ ବଳବନ୍ତରାୟ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର