ପଛୁଆବର୍ଗଙ୍କ ପାଇଁ ବିଜେଡ଼ିର ଐତିହାସିକ ନିଷ୍ପତ୍ତି: ଦେଶର ପ୍ରଥମ ଦଳ ଭାବେ ୨୭% ପଛୁଆବର୍ଗଙ୍କୁ ପ୍ରାର୍ଥୀ କରିବ ବିଜେଡ଼ି

The Sakala Picture
Published On

ଭୁବନେଶ୍ୱର: ଆଜି ଆଉ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି ମୁଖ୍ଯମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ । ପଛୁଆବର୍ଗଙ୍କ ପାଇଁ ବଡ ଘୋଷଣା କରିଛନ୍ତି ।  ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଘୋଷଣା କରାଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀ କରି ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ବରଂ ପରବର୍ତ୍ତୀ ନିର୍ବାଚନରେ […]

ଭୁବନେଶ୍ୱର: ଆଜି ଆଉ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି ମୁଖ୍ଯମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ । ପଛୁଆବର୍ଗଙ୍କ ପାଇଁ ବଡ ଘୋଷଣା କରିଛନ୍ତି ।  ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଘୋଷଣା କରାଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀ କରି ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ବରଂ ପରବର୍ତ୍ତୀ ନିର୍ବାଚନରେ ବି ବିଜେଡ଼ି ୨୭ ପ୍ରତିଶତ ଓବିସି ପ୍ରାର୍ଥୀ ଦେବ ବୋଲି ବିଜେଡି ସାମ୍ବାଦିକ ସମ୍ମିଳନୀ କହିଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସୂଚନା ଅନୁଯାୟୀ, ଓବିସି ସଂଶୋଧନ ବିଲ ସଂସଦରେ ପାସ୍‌ ହୋଇଛି । ଏଣିକି ରାଜ୍ୟଗୁଡିକ ସାମାଜିକ ଏବଂ ଶିକ୍ଷାଗତ ପଛୁଆବର୍ଗ ବର୍ଗ ବା SEBC ତାଲିକା ପ୍ରସ୍ତୁତି ଆଗ ଭଳି କରିପାରିବେ। କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ଥୀମାନେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି । ସେହିପରି ରାଜ୍ୟର SEBC ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରିରେ ସଂରକ୍ଷଣର ସୁବିଧା ପାଉଛନ୍ତି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ରାଜ୍ୟ ପଛୁଆ ବର୍ଗ କମିଶନ ଆଇନ୍ ବଳରେ ରାଜ୍ୟ ସରକାର ରହିଁଲେ କୌଣସି ଯୋଗ୍ୟ ଜାତିକୁ SEBC ତାଲିକାରେ ଅନ୍ତର୍ଭୁକ୍ତ କରିପାରୁଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟର ୨୦୯ ଜାତି ଓ ଉପଜାତି SEBC ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି । ପୂର୍ବଭଳି ରାଜ୍ୟଗୁଡିକ SEBC ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନରେ ବ୍ୟବସ୍ଥା ଥିବାରୁ ଲୋକସଭାରେ କୌଣସି ବିରୋଧ ଦଳ ଏହାକୁ ବିରୋଧ କରିନାହାନ୍ତି । ହେଲେ ସଂରକ୍ଷଣରେ ଥିବା ୫୦% ସୀମାକୁ ଉଠାଇବାକୁ ବିଜେଡି ସମେତ ସମସ୍ତ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖୁଛନ୍ତି। ସଂରକ୍ଷଣ ସୀମା ୫୦% ସୀମିତ ଥିବାରୁ SEBCଙ୍କୁ ମାତ୍ର ୧୧.୨୫ ପ୍ରତିଶତ ସଂରକ୍ଷଣ ମିଳୁଛି ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

ରାଜ୍ୟ ସରକାରଙ୍କ SEBC ଆଇନ୍ ୨୦୦୮ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ, ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ ୨୭% ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ । ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ସଠିକ୍ ପରିସଂଖ୍ୟାନ ଅଭାବରୁ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷଣ ସୀମାକୁ ୫୦% ମଧ୍ୟରେ ସିମୀତ ରଖିବା ପାଇଁ ବାଧ୍ୟ କରୁଛନ୍ତି।

ତେଣୁ ପଛୁଆ ବର୍ଗଙ୍କର ସଂଖ୍ୟାର ସଠିକ୍ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା କରାଗଲେ ତାହାକୁ ଭିତ୍ତିକରି ୫୦%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟ ମାନେ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ। ତେବେ ସରକାର କୌଣସି ଚୂଡ଼ାନ୍ତ ନିଷ୍ପରି ନେବା ପୂର୍ବରୁ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଞ୍ଚାୟତିରାଜ ସଂସ୍କାର ଆଗାମୀ ତ୍ରିସ୍ତରୀୟ ନିର୍ବାଚନ ପାଇଁ SEBCଙ୍କ ପାଇଁ ଅତି କମ୍‌ରେ ୨୭% ଦଳୀୟ ପ୍ରାର୍ଥୀ ଘୋଷଣା କରିବା ପାଇଁ ଦଳ ନିଷ୍ପତ୍ତି ନେଇଛି। ଗତ ଲୋକସଭା ନିର୍ବାଚନରେ ୩୩ପ୍ରତିଶତ ମହିଳାଙ୍କୁ ପ୍ରାର୍ଥୀ କରିଥିଲା ଦଳ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର