ଦିଲ୍ଲୀ ବିଧେୟକକୁ ସମର୍ଥନ ଓ ଅନାସ୍ଥା ପ୍ରସ୍ତାବକୁ ବିରୋଧ କରିବ ବିଜେଡ଼ି

The Sakala Picture
Published On

ନୂଆଦିଲ୍ଲୀ: ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ । ଅଗଷ୍ଟ ୮ରୁ ୧୦ ତାରିଖ ଯାଏଁ ଅନାସ୍ଥା ପ୍ରସ୍ତାବ ଉପରେ ଚର୍ଚ୍ଚା ପାଇଁ ତାରିଖ ଧାର୍ୟ୍ୟ କରିଛନ୍ତି ଲୋକସଭା ସ୍ପିକର ଓମ ବିରଲା । ତିନି ଦିନ ଧରି ନୋକନଫିଡେନ୍ସ ମୋସନ ଉପରେ ଚର୍ଚ୍ଚା, ଆଲୋଚନା ହେବ । ଅଗଷ୍ଟ ୧୦ ତାରିଖରେ ପ୍ରଧାନମନ୍ତ୍ରୀ ଗୃହରେ ବିବୃତି ରଖିବେ । ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ଦାବିରେ ବିରୋଧୀ ଅଟଳ ଥିବା ବେଳେ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବିରେ ବିରୋଧୀ […]

ନୂଆଦିଲ୍ଲୀ: ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ । ଅଗଷ୍ଟ ୮ରୁ ୧୦ ତାରିଖ ଯାଏଁ ଅନାସ୍ଥା ପ୍ରସ୍ତାବ ଉପରେ ଚର୍ଚ୍ଚା ପାଇଁ ତାରିଖ ଧାର୍ୟ୍ୟ କରିଛନ୍ତି ଲୋକସଭା ସ୍ପିକର ଓମ ବିରଲା । ତିନି ଦିନ ଧରି ନୋକନଫିଡେନ୍ସ ମୋସନ ଉପରେ ଚର୍ଚ୍ଚା, ଆଲୋଚନା ହେବ । ଅଗଷ୍ଟ ୧୦ ତାରିଖରେ ପ୍ରଧାନମନ୍ତ୍ରୀ ଗୃହରେ ବିବୃତି ରଖିବେ । ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ଦାବିରେ ବିରୋଧୀ ଅଟଳ ଥିବା ବେଳେ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବିରେ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିଥିଲେ ।

ଆହୁରି ପଢ଼ନ୍ତୁ: ହ୍ୱାଟ୍ସଆପ୍ ଓ ମେଟାକୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ: 'ଡାଟା ଗୋପନୀୟତା ରକ୍ଷା କର, ନଚେତ୍ ଭାରତ ଛାଡ଼ି ପଳାଅ'

ସେପଟେ ମଣିପୁର ପ୍ରସଙ୍ଗରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବକୁ ବିଜେଡି ବିରୋଧ କରିବ। ସେହିପରି ଦିଲ୍ଲୀ ବିଧେୟକକୁ ସମର୍ଥନ କରିବ ଦଳ। ସେଥିପାଇଁ ଆଲୋଚନା ବେଳେ ଉଭୟ ରାଜ୍ୟସଭା ଓ ଲୋକସଭାରେ ସମସ୍ତ ବିଜେଡି ସାଂସଦକୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଇତିହାସ ରଚିଲେ ଏଲନ ମସ୍କ: ମୋଟ ସମ୍ପତ୍ତି ୮୦୦ ବିଲିୟନ ଡଲାର ପାର୍

ସାମ୍ବିଧାନିକ ପ୍ରକ୍ରିୟା ଅନୁସାରେ, ଅନାସ୍ଥା ଭୋଟ ପରେ ପ୍ରଧାନମନ୍ତ୍ରୀଙ୍କୁ ଗୃହରେ ଅଭିଭାଷଣ ରଖିବାକୁ ହେବ । ମୋଟ ଲୋକସଭା ସିଟ୍ ସଂଖ୍ୟା ୫୪୩ । ୫ ସିଟ୍ ଖାଲି ପଡ଼ିଥିବା ବେଳେ ମ୍ୟାଜିକ ନମ୍ବର ୨୬୯ । ବିଜେପି ନେତୃତ୍ବାଧୀନ ଏନଡିଏ ପାଖରେ ରହିଛି ୩୨୯ ସିଟ । କେବଳ ବିଜେପି ପାଖରେ ୩୦୧ ଆସନ ରହିଛି । ବିରୋଧୀ ମେଣ୍ଟ ପାଖରେ ମାତ୍ର ୧୪୨ ସିଟ ରହିଛି

ଆହୁରି ପଢ଼ନ୍ତୁ: ଯାଜପୁରର ଜଖପୁରା ଷ୍ଟେସନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ବଗି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp