ନୟାଗଡ଼ରେ ବିଜେଡି ଯୁବ ଓ ଛାତ୍ର ସଂଗଠନର କର୍ମଶାଳା; ‘ନବୀନ ଓଡ଼ିଶାର ସାରଥି ହେବାକୁ ଆହ୍ୱାନ’

The Sakala Picture
Published On

ନୟାଗଡ଼: ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି ବିଜୁ ଯୁବ ଓ ଛାତ୍ର ସଂଗଠନକୁ ନେଇ ଏକ କର୍ମଶାଳା ତଥା ମୁଁ ବି ହେବି ନବୀନ ଓଡ଼ିଶାର ସାରଥି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ତତ୍ୱାବଧାନ ତଥା ଯୁବ ବିଜେଡି ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ବିଜେଡି ରାଜ୍ୟ ଛାତ୍ର ସଭାପତି ତଥା […]

ନୟାଗଡ଼: ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି ବିଜୁ ଯୁବ ଓ ଛାତ୍ର ସଂଗଠନକୁ ନେଇ ଏକ କର୍ମଶାଳା ତଥା ମୁଁ ବି ହେବି ନବୀନ ଓଡ଼ିଶାର ସାରଥି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ତତ୍ୱାବଧାନ ତଥା ଯୁବ ବିଜେଡି ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ବିଜେଡି ରାଜ୍ୟ ଛାତ୍ର ସଭାପତି ତଥା ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଯୋଗ ଦେଇ ନବୀନ ଓଡ଼ିଶାର ସାରଥି ହେବା ପାଇଁ ଛାତ୍ର ଓ ଯୁବକମାନଙ୍କୁ ଆହ୍ୱାନ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଛାତ୍ର ସଂଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଯୁବ ବିଜେଡି ରାଜ୍ୟ ସଭାପତି ତଥା ଚାନ୍ଦବାଲି ବିଧାୟକ ବ୍ୟୈାମକେଶ ରାୟ ନୂତନ ଭୋଟରଙ୍କ ତାଲିକା ସଂଗ୍ରହ କରିବା, କ୍ରୀଡ଼ା ପଞ୍ଜିକରଣ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ନବୀନ ଓଡ଼ିଶାରେ କେହି ଭୋକିଲା ରହିବେ ନାହିଁ, ଋଣ ଭାରରେ କେହି କଷ୍ଟ ପାଇବେ ନାହିଁ ବୋଲି କହିଥିଲେ । ନବୀନ ଓଡ଼ିଶାରେ ଭିତ୍ତିଭୂମୀ ବିକାଶ ଏବଂ ରାଜ୍ୟକୁ ଏକ ନମ୍ବର କରିବା ପାଇଁ ସଂଗ୍ରାମ ଜାରି ରହିବ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ କାଳରେ ଗୁଣ୍ଡାରାଜ ଅନ୍ତ ଘଟିବା ସହ ରାଜ୍ୟରେ ଶାନ୍ତି ପ୍ରତିଷ୍ଠା ହୋଇଥିବା କହିଥିଲେ ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ କହିଥିଲେ କି ‘ନବୀନ ଓଡ଼ିଶା ହେଉଛି ସଶକ୍ତ ଓଡ଼ିଶା’। ୧୧ ହଜାର କୋଟିରୁ କମ ବଜେଟ ଥିବା ରାଜ୍ୟ ଆଜି ନବୀନଙ୍କ ନେତୃତ୍ୱରେ ୨ ଲକ୍ଷ ୫୮ ହଜାର କୋଟିରେ ପହଞ୍ଚିଥିବା ସୂଚନା ଦେଇଥିଲେ । ସୋସିଆଲ ମିଡିଆରେ ସକ୍ରିୟ ହେବା ପାଇଁ ସେ ଛାତ୍ର ଓ ଯୁବକଙ୍କୁ ଆହ୍ୱାନ ଦେବା ସହ ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ୫ ମିନିଟ ସମୟ ଦେବାକୁ ପରାମର୍ଶ ଦେଇଥିଲେ । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ନୂଆ ଭୋଟର ନୂତନ ଓଡ଼ିଶାକୁ ଉପଭୋଗ କରିଛନ୍ତି, ପୁରୁଣା ଓଡ଼ିଶା ବିଷୟରେ ସେମାନଙ୍କୁ ଅବଗତ କରିବା ପାଇଁ ସମସ୍ତ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ । ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ କ୍ୟାମ୍ପସ କମିଟି ମାଧ୍ୟମରେ ଛାତ୍ରଙ୍କୁ କିଭଳି ନବୀନ ଓଡ଼ିଶାର ସାରଥି କରିବା ପାଇଁ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

ନୟାଗଡ଼ ବିଧାୟକ ଡ. ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦେଇଥିଲେ । ନବୀନଙ୍କ ଦଳର ଜଣେ ସୈନିକ ବିରୋଧି ଦଳର ସେନାପତିଙ୍କୁ ପରାଜିତ କରିବାର ସାମର୍ଥ ରଖିଥାଏ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଖଣ୍ଡପଡ଼ା ବ୍ଲକ ଉପାଧ୍ୟକ୍ଷ ଶିଶିର କୁମାର ସାହୁ, ରଣପୁର ବ୍ଲକ ଉପାଧ୍ୟକ୍ଷ ପ୍ରଭାତ ଦଳବେହେରା, ବିଜେଡି ମହିଳା ଜିଲ୍ଲା ସଭାପତି ବିରଜା ଲକ୍ଷ୍ମୀ ସାହୁ ପ୍ରମୂଖ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମରେ ୬ ଶହରୁ ଉର୍ଦ୍ଧ୍ୱ ଛାତ୍ର ଓ ଯୁବକ ସାମିଲ ହୋଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର