ରାଜ୍ୟରେ ପ୍ରତିଦିନ ୧୫ ଯୁବତୀ ଦୁଷ୍କର୍ମର ଶିକାର, ଜୁନ୍‌ ୨୫ରେ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ କରିବ ବିଜେଡି ଯୁବ ଛାତ୍ର ସଂଗଠନ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ଛାତ୍ରୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ଅଭିଯୋଗ କରି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଜୁନ୍‌ ୨୫ ତାରିଖ ଦିନ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନର ଡାକରା ଦେଇଛି। ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ, ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ଶ୍ରୀ ବ୍ୟୋମକେଶ ରାୟ […]

ଭୁବନେଶ୍ୱର : ରାଜ୍ୟରେ ଛାତ୍ରୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ଅଭିଯୋଗ କରି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଜୁନ୍‌ ୨୫ ତାରିଖ ଦିନ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନର ଡାକରା ଦେଇଛି।

ଆହୁରି ପଢ଼ନ୍ତୁ: ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର ପାଇଁ ତିନି ଜିଲ୍ଲାରେ ୪ IAS ଅଧିକାରୀଙ୍କୁ ଦାୟିତ୍ୱ, ଅତିରିକ୍ତ SRC କ୍ଷମତା ପ୍ରଦାନ

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ, ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ଶ୍ରୀ ବ୍ୟୋମକେଶ ରାୟ ଓ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହିତ ଜୁନ୍‌ ୨୫ ତାରିଖରେ ବିଜେଡି ତରଫରୁ ହେବାକୁ ଥିବା ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ସମ୍ପର୍କରେ ସୂଚନା ଦେଇଥିଲେ।  ବ୍ୟୋମକେଶ ରାୟ କହିଥିଲେ, ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରଠାରୁ, ରାଜ୍ୟର ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ଯୁବତୀ ମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ପ୍ରତିଦିନ ଖବରକାଗଜରେ ଶିରୋନାମା ହେଉଛି। ଗୋପାଳପୁର ଭଳି ଏକ ପର୍ଯ୍ୟଟନସ୍ଥଳରେ ଜଣେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗଛରେ ବାନ୍ଧି ଦେଇ ତାଙ୍କ ସାମ୍ନାରେ ଯୁବତୀ ଜଣଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ଫ୍ଲାଏ ଆସ ପରିବହନ ବିବାଦରୁ ହତ୍ୟାକାଣ୍ଡ: ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟ ଜାଳିଲେ ଉତ୍ତ୍ୟକ୍ତ ଲୋକେ

ସେହିପରି ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମଧ୍ୟ ଏକ ଦୁଖଃଦ ଘଟଣା ଘଟିଥିଲା। ରାଜ୍ୟରେ ପ୍ରତିଦିନ ପ୍ରାୟ ୧୫ ଜଣ ଯୁବତୀ ଦୁଷ୍କର୍ମର ଶିକାର ହେଉଛନ୍ତି। ରାଜ୍ୟରେ ଦିନକୁ ଦିନ ଏଭଳି ଘଟଣା ବୃଦ୍ଧି ପାଉଥିବାରୁ, ଯୁବତୀମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଦୁଃଖ ଓ ପରିତାପର ବିଷୟ, ଏହିଭଳି ସମ୍ୱେଦନଶୀଳ ପ୍ରସଙ୍ଗରେ, ରାଜ୍ୟ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ଓ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା ବେଳେ ଓ ରାଜ୍ୟର ୧୧ଟି ଜିଲ୍ଲା ହଇଜା ଓ ଡାଇରିଆରେ କଲବଲ ହେଉଥିବା ବେଳେ ରାଜ୍ୟ ବିଜେପି ସରକାର ଏକ ବର୍ଷ ପୂର୍ତ୍ତିର ଉତ୍ସବ ପାଳନ କରୁଛନ୍ତି। ରାଜ୍ୟ ସରକାରଙ୍କୁ ଚେତାଇ ଦେବା ଉଦ୍ଦେଶ୍ୟରେ, ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ଆୟୋଜିତ ହେବ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜରେ ଆବାସିକ ସ୍କୁଲରେ ଛାତ୍ରୀ ପ୍ରସବ ଘଟଣାକୁ ବିଜେଡିର ନିନ୍ଦା: 'ଆଦିବାସୀ ଛାତ୍ରୀଙ୍କୁ ସୁରକ୍ଷା ଦେବାରେ ସରକାର ସମ୍ପୂର୍ଣ୍ଣ ବିଫଳ'

ଦେବୀ ରଞ୍ଜନ ତ୍ରିପାଠୀ କହିଥିଲେ, ଆସନ୍ତା ଜୁନ୍‌ ୨୫ ତାରିଖରେ ଏହି ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ କାର୍ଯ୍ୟକ୍ରମ ମାଧ୍ୟମରେ, ଶ୍ରେଣୀ ବର୍ଜନ, କଳାବ୍ୟାଚ ପରିଧାନ, ପିକେଟିଂ, କୁଶ ପୁତ୍ତଳିକା ଦାହ ଇତ୍ୟାଦି କାର୍ଯ୍ୟକ୍ରମ କରାଯିବ। ରାଜ୍ୟର ସମସ୍ତ କଲେଜ ଗୁଡିକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର