ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଟିଟିପିଏସ୍ ବନ୍ଦ ପ୍ରତିବାଦରେ ବିଜେଡିର ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ ପାଳନ

The Sakala Picture
Published On

ଅନୁଗୁଳ: ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ । ଚାଲୁନି ଗାଡି, ଖୋଲିନି ଦୋକାନ ବଜାର । ଟିଟିପିଏସ ବନ୍ଦ ପ୍ରତିବାଦରେ ବନ୍ଦ ଡାକରା ଦେଇଛି ବିଜେଡି । ଅତ୍ୟାବଶ୍ୟକୀୟ ସେବାକୁ ବାଦ ଦିଆଯାଇଥିବା ବେଳେ ସମସ୍ତ ସରକାରୀ , ବେସରକାରୀ କାର୍ୟ୍ୟାଳୟ ସମେତ ଦୋକାନ ବଜାର ବନ୍ଦା କରିବା ପାଇଁ ଜିଲ୍ଲାବାସୀଙ୍କୁ ଆହ୍ୱାନ ଦେଇଛି ଦଳ । ତାଳଚେର ଟିଟିପିଏସ ପ୍ଲାଣ୍ଟକୁ ଯେଉଁଭଳି ଭାବରେ ବନ୍ଦ କରିଦିଆଗଲା , ତାହା ଅନୁଗୁଳ ତଥା ଓଡିଶା ପାଇଁ ଦୁର୍ଭାଗ୍ୟଜନକ […]

ଅନୁଗୁଳ: ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ । ଚାଲୁନି ଗାଡି, ଖୋଲିନି ଦୋକାନ ବଜାର । ଟିଟିପିଏସ ବନ୍ଦ ପ୍ରତିବାଦରେ ବନ୍ଦ ଡାକରା ଦେଇଛି ବିଜେଡି । ଅତ୍ୟାବଶ୍ୟକୀୟ ସେବାକୁ ବାଦ ଦିଆଯାଇଥିବା ବେଳେ ସମସ୍ତ ସରକାରୀ , ବେସରକାରୀ କାର୍ୟ୍ୟାଳୟ ସମେତ ଦୋକାନ ବଜାର ବନ୍ଦା କରିବା ପାଇଁ ଜିଲ୍ଲାବାସୀଙ୍କୁ ଆହ୍ୱାନ ଦେଇଛି ଦଳ । ତାଳଚେର ଟିଟିପିଏସ ପ୍ଲାଣ୍ଟକୁ ଯେଉଁଭଳି ଭାବରେ ବନ୍ଦ କରିଦିଆଗଲା , ତାହା ଅନୁଗୁଳ ତଥା ଓଡିଶା ପାଇଁ ଦୁର୍ଭାଗ୍ୟଜନକ ଅଟେ । ପ୍ରଦୂଷଣର ଆଳ ଦେଖାଇ କେନ୍ଦ୍ର ସରକାର ଏହାକୁ ବନ୍ଦ କରିଦେଲେ ।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀ ପଠାରୁ ଅଧାପୋତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ବାରଙ୍ଗ ପୋଲିସର ତଦନ୍ତ

ଯାହାଫଳରେ ୨ ହଜାର ସ୍ଥାୟୀ ଓ ଅସ୍ଥାୟୀ ଶ୍ରମିକଙ୍କ ସମେତ ୫ ହଜାରରୁ ଉର୍ଦ୍ଧ୍ବ ଲୋକ ରୋଜଗାର ହରାଇଲେ । ଟିଟିପିଏସ ପକ୍ଷରୁ ନୂତନ ପ୍ଲାଣ୍ଟ ତିଆରି ପାଇଁ କୌଣସି ସଠିକ ତଥ୍ୟ ପ୍ରଦାନ କରା ଯାଉ ନାହିଁ କି କାମରେ ଅଗ୍ରଗତି ମଧ୍ୟ କରାଯାଉ ନାହିଁ । ଏଭଳି ତରବରିଆ ଭାବରେ ଟିଟିପିଏସ୍ ବନ୍ଦକୁ ତୀବ୍ର ବିରୋଧ କରିଛି ବିଜେଡି । ଟିଟିପିଏସର ଚାଲିବା ପାଇଁ ସମସ୍ତ ସୁବିଧା ଥିଲା, ହେଲେ ଏନଟିପିସି କର୍ତ୍ତୃପକ୍ଷ ପ୍ରଦୂଷଣ ମଞ୍ଜୁରୀ ବାହାନା କରି ଏହାକୁ ବନ୍ଦ କରି ଦେଇଛନ୍ତି । ଏଭଳିକି ପ୍ରଦୂଷଣ ମଞ୍ଜୁରୀ ପାଇଁ ଆବେଦନ ମଧ୍ୟ କରି ନାହାନ୍ତି । ବନ୍ଦ ପଛରେ ବଡ଼ ଧରଣର ଚକ୍ରାନ୍ତ ଥିବା ଗନ୍ଧ ବାରିଛି ବିଜେଡି । କେନ୍ଦ୍ର ସରକାର ପ୍ଲାଣ୍ଟକୁ ବନ୍ଦ କରି ଘରୋଇକରଣ କରିବାର ଚକ୍ରାନ୍ତ କରୁଛନ୍ତି । ଏହାର ପ୍ରତିବାଦରେ ଅନୁଗୁଳ ବନ୍ଦ ଡାକରା ଦିଆଯାଇଛି । ତେବେ ଜିଲ୍ଲାର ସମସ୍ତ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଆଠମଲ୍ଲିକରେ ଟାୟାର ଜାଳି ବନ୍ଦ ପାଳନ କରିଛନ୍ତି ଆନ୍ଦୋଳନକାରୀ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ RWSS ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ

07 Apr 2021 By The Sakala

ଟିଟିପିଏସ୍ ବନ୍ଦ ପ୍ରତିବାଦରେ ବିଜେଡିର ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ ପାଳନ

ଅନୁଗୁଳ: ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ । ଚାଲୁନି ଗାଡି, ଖୋଲିନି ଦୋକାନ ବଜାର । ଟିଟିପିଏସ ବନ୍ଦ ପ୍ରତିବାଦରେ ବନ୍ଦ ଡାକରା ଦେଇଛି ବିଜେଡି । ଅତ୍ୟାବଶ୍ୟକୀୟ ସେବାକୁ ବାଦ ଦିଆଯାଇଥିବା ବେଳେ ସମସ୍ତ ସରକାରୀ , ବେସରକାରୀ କାର୍ୟ୍ୟାଳୟ ସମେତ ଦୋକାନ ବଜାର ବନ୍ଦା କରିବା ପାଇଁ ଜିଲ୍ଲାବାସୀଙ୍କୁ ଆହ୍ୱାନ ଦେଇଛି ଦଳ । ତାଳଚେର ଟିଟିପିଏସ ପ୍ଲାଣ୍ଟକୁ ଯେଉଁଭଳି ଭାବରେ ବନ୍ଦ କରିଦିଆଗଲା , ତାହା ଅନୁଗୁଳ ତଥା ଓଡିଶା ପାଇଁ ଦୁର୍ଭାଗ୍ୟଜନକ ଅଟେ । ପ୍ରଦୂଷଣର ଆଳ ଦେଖାଇ କେନ୍ଦ୍ର ସରକାର ଏହାକୁ ବନ୍ଦ କରିଦେଲେ ।

ଯାହାଫଳରେ ୨ ହଜାର ସ୍ଥାୟୀ ଓ ଅସ୍ଥାୟୀ ଶ୍ରମିକଙ୍କ ସମେତ ୫ ହଜାରରୁ ଉର୍ଦ୍ଧ୍ବ ଲୋକ ରୋଜଗାର ହରାଇଲେ । ଟିଟିପିଏସ ପକ୍ଷରୁ ନୂତନ ପ୍ଲାଣ୍ଟ ତିଆରି ପାଇଁ କୌଣସି ସଠିକ ତଥ୍ୟ ପ୍ରଦାନ କରା ଯାଉ ନାହିଁ କି କାମରେ ଅଗ୍ରଗତି ମଧ୍ୟ କରାଯାଉ ନାହିଁ । ଏଭଳି ତରବରିଆ ଭାବରେ ଟିଟିପିଏସ୍ ବନ୍ଦକୁ ତୀବ୍ର ବିରୋଧ କରିଛି ବିଜେଡି । ଟିଟିପିଏସର ଚାଲିବା ପାଇଁ ସମସ୍ତ ସୁବିଧା ଥିଲା, ହେଲେ ଏନଟିପିସି କର୍ତ୍ତୃପକ୍ଷ ପ୍ରଦୂଷଣ ମଞ୍ଜୁରୀ ବାହାନା କରି ଏହାକୁ ବନ୍ଦ କରି ଦେଇଛନ୍ତି । ଏଭଳିକି ପ୍ରଦୂଷଣ ମଞ୍ଜୁରୀ ପାଇଁ ଆବେଦନ ମଧ୍ୟ କରି ନାହାନ୍ତି । ବନ୍ଦ ପଛରେ ବଡ଼ ଧରଣର ଚକ୍ରାନ୍ତ ଥିବା ଗନ୍ଧ ବାରିଛି ବିଜେଡି । କେନ୍ଦ୍ର ସରକାର ପ୍ଲାଣ୍ଟକୁ ବନ୍ଦ କରି ଘରୋଇକରଣ କରିବାର ଚକ୍ରାନ୍ତ କରୁଛନ୍ତି । ଏହାର ପ୍ରତିବାଦରେ ଅନୁଗୁଳ ବନ୍ଦ ଡାକରା ଦିଆଯାଇଛି । ତେବେ ଜିଲ୍ଲାର ସମସ୍ତ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଆଠମଲ୍ଲିକରେ ଟାୟାର ଜାଳି ବନ୍ଦ ପାଳନ କରିଛନ୍ତି ଆନ୍ଦୋଳନକାରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର