ଭୁବନେଶ୍ୱର: ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ଆୟୋଜିତ ହେଉଥିବା ଜନସମ୍ପର୍କ ପଦଯାତ୍ରାକୁ ଆସନ୍ତା ନଭେମ୍ବର ୩୦ ତାରିଖ ଯାଏଁ ବୃଦ୍ଧି କରାଯାଇଛି। ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଉପରୋକ୍ତ ନିଷ୍ପତ୍ତି ନିଆଯାଇଛି ବୋଲି ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ସୂଚନା ଏକ ଚିଠି ମାଧ୍ୟମରେ ସୂଚନା ଦେଇଛନ୍ତି। ପୂର୍ବ ସୂଚନା ଅନୁଯାୟୀ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳ ଓ ପୌରାଞ୍ଚଳରେ ପଦଯାତ୍ରା ଆୟେୀାଜିତ କରିବାକୁ ଶ୍ରୀ ମିଶ୍ର ଅନୁରୋଧ କରିଛନନ୍ତି।
ସୂଚନାଯୋଗ୍ୟ ଯେ ପ୍ରତିବର୍ଷ ଅକ୍ଟୋବର ୨ରୁ ନଭେମ୍ୱର ୨ ତାରିଖ ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥାଏ। ରାଜ୍ୟବ୍ୟାପୀ ସମସ୍ତ ସାଙ୍ଗଠନିକ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ୧ ମାସ ଧରି ଆୟୋଜିତ ହୁଏ। ଚଳିତ ଥର ଦଳୀୟ କର୍ମକର୍ତ୍ତା ଡବଲ ଇଞ୍ଜିନ ସରକାରଙ୍କ ବିଫଳତା ଓ ବିଜେଡି ଶାସନ ସମୟର ସଫଳତାକୁ ନେଇ ପ୍ରତି ଘରକୁ ଯାଉଛନ୍ତି। ଜନ ସମ୍ପର୍କ କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟର ପ୍ରତ୍ୟେକ ବ୍ୟକ୍ତି ବିଶେଷଙ୍କ ନିକଟରେ ପହଞ୍ଚିବାକୁ ଦଳ ଲକ୍ଷ୍ୟ ରଖିଛି।