ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ୱର: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବିଜେପିର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ ଅପରାଜିତା ଷଡ଼ଙ୍ଗୀ ଓ ବ୍ରହ୍ମପୁର ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ ଟିକେଟ୍‌ ଦେଇଛି। ଏମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବାଲେଶ୍ବରରୁ ପ୍ରତାପ ଷଡ଼ଙ୍ଗୀ, ବଲାଙ୍ଗୀରରୁ ସଂଗୀତା ସିଂହଦେଓ, ଜଗତସିଂହପୁରରୁ ବିଭୂ ପ୍ରସାଦ […]

ଭୁବନେଶ୍ୱର: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବିଜେପିର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ ଅପରାଜିତା ଷଡ଼ଙ୍ଗୀ ଓ ବ୍ରହ୍ମପୁର ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ ଟିକେଟ୍‌ ଦେଇଛି।

ଏମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବାଲେଶ୍ବରରୁ ପ୍ରତାପ ଷଡ଼ଙ୍ଗୀ, ବଲାଙ୍ଗୀରରୁ ସଂଗୀତା ସିଂହଦେଓ, ଜଗତସିଂହପୁରରୁ ବିଭୂ ପ୍ରସାଦ ତରାଇ, ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାଏକ, ମୟୂରଭଞ୍ଜରୁ ନବଚରଣ ମାଝୀ, ଭଦ୍ରକରୁ ଅଭିମନ୍ଯୁ ସେଠୀ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, ଆସିକାରୁ ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ ରହିଛନ୍ତି।

 

 

About The Author: The Sakala