ଓଡ଼ିଶାର ଆଉ ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

The Sakala Picture
Published On

ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ଓଡିଶାରେ ବାକି ଥିବା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଯାଜପୁର, କନ୍ଧମାଳ ଓ କଟକ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଯାଜପୁରରୁ ରବିନ୍ଦ୍ର ନାରାୟଣ, କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ କଟକରୁ ଲଢିବେ ଭର୍ତ୍ତୃହରି ମହତାବ । ତେବେ ଏହି ଲୋକସଭା ଆସନ ସହ ବିଜେପି ରାଜ୍ୟରେ ସମସ୍ତ ୨୧ ଲୋକସଭା ଆସନ ପାଇଁ ନିଜ ପ୍ରାର୍ଥୀ ଘୋଷଣା […]

ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ଓଡିଶାରେ ବାକି ଥିବା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଯାଜପୁର, କନ୍ଧମାଳ ଓ କଟକ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଯାଜପୁରରୁ ରବିନ୍ଦ୍ର ନାରାୟଣ, କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ କଟକରୁ ଲଢିବେ ଭର୍ତ୍ତୃହରି ମହତାବ । ତେବେ ଏହି ଲୋକସଭା ଆସନ ସହ ବିଜେପି ରାଜ୍ୟରେ ସମସ୍ତ ୨୧ ଲୋକସଭା ଆସନ ପାଇଁ ନିଜ ପ୍ରାର୍ଥୀ ଘୋଷଣା କରିସାରିଛି ।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ'ର ଲ୍ୟାଣ୍ଡଫଲ୍: ସ୍ଥିତି ନିୟନ୍ତ୍ରଣାଧୀନ ଥିବା ନେଇ ମୁଖ୍ୟ ଶାସନ ସଚିବଙ୍କ ସୂଚନା, ୩.୭୨ ଲକ୍ଷ ଲୋକ ସ୍ଥାନାନ୍ତରିତ

ପୂର୍ବରୁ ବିଜେପି ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା। ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ ଅପରାଜିତା ଷଡ଼ଙ୍ଗୀ ଓ ବ୍ରହ୍ମପୁର ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ ଟିକେଟ୍‌ ଦେଇଛି ଦଳ । କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବାଲେଶ୍ବରରୁ ପ୍ରତାପ ଷଡ଼ଙ୍ଗୀ, ବଲାଙ୍ଗୀରରୁ ସଂଗୀତା ସିଂହଦେଓ, ଜଗତସିଂହପୁରରୁ ବିଭୂ ପ୍ରସାଦ ତରାଇ, ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାଏକ, ମୟୂରଭଞ୍ଜରୁ ନବଚରଣ ମାଝୀ, ଭଦ୍ରକରୁ ଅଭିମନ୍ଯୁ ସେଠୀ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, ଆସିକାରୁ ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ ରହିଛନ୍ତି।

ଆହୁରି ପଢ଼ନ୍ତୁ: ନବୀନ ନିବାସରେ ଇଣ୍ଡୋନେସିଆ କୂଟନୈତିକ ପ୍ରତିନିଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର