ବିଜୁ ବାବୁଙ୍କ ନାଁକୁ ଡରୁଛନ୍ତି ରାଜ୍ୟ ବିଜେପି ସରକାର: ପ୍ରମିଳା ମଲ୍ଲିକ
ଭୁବନେଶ୍ବର: ଓଡ଼ିଆ ଅସ୍ମିତା କହି ସରକାରକୁ ଆସିଲା ବିଜେପି। ଓଡ଼ିଆ ଅସ୍ମିତାର ସମ୍ମାନ ବୃଦ୍ଧି କରିଥିଲେ ବିଜୁ ପଟ୍ଟନାୟକ। ଅନ୍ତର୍ଜାତୀୟ ସ୍ତରରେ ସେ ଓଡ଼ିଶା ପାଇଁ ସୁନାମ ଆଣିଥିଲେ। ସେ ଅନୁଭବ କରିଥିଲେ ମହିଳା ରାଜନୀତିକୁ ଆସିବା ଦରକାର। ସେଥିପାଇଁ ସେ ୧୯୯୩ ମସିହାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିଲେ। ତେବେ ଠାରୁ ପଞ୍ଚାୟତିରାଜ ସୁଦୃଢ ହୋଇଛି। ତେଣୁ ବିଜୁ ବାବୁଙ୍କ ଜନ୍ମଦିନକୁ ପଞ୍ଚାୟତିରାଜ ଦିବସ ପାଳନ ହେଉଥିଲା। ବିଜୁ ବାବୁଙ୍କ ନାଁକୁ […]
ଭୁବନେଶ୍ବର: ଓଡ଼ିଆ ଅସ୍ମିତା କହି ସରକାରକୁ ଆସିଲା ବିଜେପି। ଓଡ଼ିଆ ଅସ୍ମିତାର ସମ୍ମାନ ବୃଦ୍ଧି କରିଥିଲେ ବିଜୁ ପଟ୍ଟନାୟକ। ଅନ୍ତର୍ଜାତୀୟ ସ୍ତରରେ ସେ ଓଡ଼ିଶା ପାଇଁ ସୁନାମ ଆଣିଥିଲେ। ସେ ଅନୁଭବ କରିଥିଲେ ମହିଳା ରାଜନୀତିକୁ ଆସିବା ଦରକାର। ସେଥିପାଇଁ ସେ ୧୯୯୩ ମସିହାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିଲେ। ତେବେ ଠାରୁ ପଞ୍ଚାୟତିରାଜ ସୁଦୃଢ ହୋଇଛି। ତେଣୁ ବିଜୁ ବାବୁଙ୍କ ଜନ୍ମଦିନକୁ ପଞ୍ଚାୟତିରାଜ ଦିବସ ପାଳନ ହେଉଥିଲା। ବିଜୁ ବାବୁଙ୍କ ନାଁକୁ ସେମାନେ ଡ଼ରୁଛନ୍ତି। କାରଣ ଲୋକ ତାଙ୍କୁ ଭଲ ପାଆନ୍ତି। ଏପରି ଅପମାନ କରିବା ସରକାରର ଠିକ ନୁହେଁ। କଂଗ୍ରେସ ପଞ୍ଚାୟତିରାଜ ଦିବସ ପାଳନ କରୁଥିଲା ମାର୍ଚ୍ଚ -୫ ରେ। ହେଲେ ବିଜେପି ଯେପରି ଅସମ୍ମାନ କଲା, ତାହା କଣ ଓଡ଼ିଆ ଅସ୍ମିତା ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରଶ୍ନ କରିଛନ୍ତି। ଏଥିରୁ ଜଣା ପଡୁଛି ମହାପୁରୁଷଙ୍କୁ କେତେ ସମ୍ମାନ କରନ୍ତି ଏହି ସରକାର। ବିଜେଡି ଆସନ୍ତାକାଲି ଶଙ୍ଖ ଭବନରେ ବିଜୁ ଜୟନ୍ତୀ ପାଳନ କରିବ। ସବୁ ନିର୍ବାଚନ ମଣ୍ଡଳୀରେ ବି ପାଳନ ହେବ। ସକାଳେ ହସ୍ପିଟାଲରେ ଫଳ ବଣ୍ଟନ ଓ ବିଜୁ ବାବୁଙ୍କ ଅବଦାନ ବିଷୟରେ ଆଲୋଚନା ହେବ ବୋଲି ସୂଚନା ଦେଇଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ।