ମିଛ କାହାଣୀ କହି ବିଜେପି ଆଜି ସରକାରକୁ ଆସିଛି, ଓଡ଼ିଶାବାସୀ ସବୁ ଜାଣିଲେଣି : ନବୀନ

The Sakala Picture
Published On

ଭୁବନେଶ୍ବର : ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି।  ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଡଗଡ଼ ବ୍ରିଟ୍‌ କଲୋନୀ ସ୍ଥିତ ନେତାଜୀ ଖେଳ ପଡିଆରୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟବ୍ୟାପୀ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ ଜନସଭାକୁ ସମ୍ଭୋଧିତ କରିବା ବେଳେ ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି ନବୀନ ପଟ୍ଟନାୟକ। ବିଜେପି ସରକାର ଗଠନ କରିବା ପରେ ଗତ ୩ ମାସ ମଧ୍ୟରେ ଶାନ୍ତି […]

ଭୁବନେଶ୍ବର : ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି।  ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଡଗଡ଼ ବ୍ରିଟ୍‌ କଲୋନୀ ସ୍ଥିତ ନେତାଜୀ ଖେଳ ପଡିଆରୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟବ୍ୟାପୀ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ ଜନସଭାକୁ ସମ୍ଭୋଧିତ କରିବା ବେଳେ ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ବିଜେପି ସରକାର ଗଠନ କରିବା ପରେ ଗତ ୩ ମାସ ମଧ୍ୟରେ ଶାନ୍ତି ପ୍ରିୟ ରାଜ୍ୟ ଓଡ଼ିଶା କିପରି ଅଶାନ୍ତିର ଚରମ ସୀମାରେ ପହଂଚିଲାଣି ତାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ନବୀନ। ନବୀନ କହିଛନ୍ତି ୨୪ ବର୍ଷ ଶାସନକାଳ ମଧ୍ୟରେ ଓଡ଼ିଶାରେ ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପ କ୍ଷେତ୍ରରେ ବହୁ ବିକାଶ ହୋଇଛି। ତୃଣମୂଳ ସ୍ତରରେ ଓଡ଼ିଶାର ପ୍ରତିଟି ଲୋକଙ୍କୁ ସ୍ୱାବଲମ୍ବୀ କରାଇବା ବିଜେଡିର ମୂଳ ଲକ୍ଷ୍ୟ ରହିଥିଲା। ଗତ ୨୪ ବର୍ଷ ଭିତରେ ବିଜୁ ଜନତା ଦଳ ଓଡ଼ିଶାର ବିକାଶ ପାଇଁ ବହୁତ କିଛି କରିଛି । ଡବଲ ଇଂଜିନ ସରକାର ଶାସିତ ରାଜ୍ୟଙ୍କଠାରୁ ଓଡ଼ିଶା ଢେର ଆଗରେ ରହିଥିଲା । ବିଜେଡି ସରକାରର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦ୍ୱାରା କୋଟି କୋଟି ଲୋକ ଉପକୃତ ହୋଇଛନ୍ତି । ବର୍ତ୍ତମାନ ସରକାର ସେହି ଯୋଜନାର ନାମ ବଦଳାଇ ଦେଇଛନ୍ତି । ଆପଣ ଯୋଜନାର ନାମ ବଦଳାଇ ଦେଇ ପାରିବେ କିନ୍ତୁ ଇତିହାସ ବଦଳାଇ ପାରିବେ ନାହିଁ । ମିଛ କାହାଣୀ କହି ବିଜେପି କ୍ଷମତାକୁ ଆସିଛି । ଆପଣ ମାନେ ମାଗଣାରେ ୩ଶହ ୟୁନିଟ୍ ବିଜୁଳୀ ପାଉଛନ୍ତି ? କେତେ ଜଣ ମା’ ୫୦ ହଜାର ଟଙ୍କା ପାଇଲେଣି ? ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ସୁପ୍ରିମୋ ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

ନବୀନ ଆହୁରି ମଧ୍ୟ କହିଥିଲେ ନିର୍ବାଚନ ବେଳେ ହାତୀ ଦେବି ଘୋଡ଼ା ଦେବି ବୋଲି କହିଥିଲା ବିଜେପି । ଏବି ବିଜେପିର ମିଛକୁ ଜାଣି ସାରିଲେଣି ଓଡ଼ିଶାର ଲୋକ । ଦରଦାମକୁ ନିୟନ୍ତ୍ରଣ କରିବାରେ ବିଜେପି ସରକାର ବିଫଳ । ଓଡ଼ିଶାରେ ମା’ମାନେ ଥାନାରେ ବି ସୁରକ୍ଷିତ ନାହାନ୍ତି । ସରକାରୀ କର୍ମଚାରୀ ରାଜଭବନରେ ମଧ୍ୟ ସୁରକ୍ଷିତ ନାହାନ୍ତି । ଏହି ସରକାରକୁ ଲୋକ ଭରସା କରି ପାରୁନାହାନ୍ତି । ମିଛ କଥା କହି ନିର୍ବାଚନ ଜିତି ପାରିବେ କିନ୍ତୁ ଲୋକଙ୍କ ହୃଦୟ ନୁହେଁ । ଓଡ଼ିଶାର ଦ୍ରାରିଦ୍ର୍ୟ ୭୦ ପ୍ରତିଶତ ଥିଲା । ଆଜି ଏହା ୧୦ ପ୍ରତିଶତକୁ କମିଛି । ଆମ ଲୋକଙ୍କ ମୁଣ୍ଡପିଛା ଆୟ ବଢ଼ିଛି । ଆନେକ ଡବଲ ଇଂଜିନ ରାଜ୍ୟଙ୍କଠାରୁ ଓଡ଼ିଶା ଆଗରେ ଅଛି । ଅନେକ କ୍ଷେତ୍ରରେ ଓଡ଼ିଶା ଆଜି ଭଲ ପ୍ରଦର୍ଶନ କରୁଛି । ମୁଁ ସରକାରରେ ଥାଏ କି ନଥାଏ ଆପଣ ମାନଙ୍କ ସେବା କରିବି । ଲୋକଙ୍କ ଭଲ ପାଇବା ବିଜେଡିର ବଡ଼ ଶକ୍ତି । ବିଜେଡି ସମସ୍ତଙ୍କ ହୃଦୟରେ ଅଛି ଆଉ ରହିବ ବୋଲି ନବୀନ କହିଥିଲେ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

02 Oct 2024 By The Sakala

ମିଛ କାହାଣୀ କହି ବିଜେପି ଆଜି ସରକାରକୁ ଆସିଛି, ଓଡ଼ିଶାବାସୀ ସବୁ ଜାଣିଲେଣି : ନବୀନ

ଭୁବନେଶ୍ବର : ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି।  ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଡଗଡ଼ ବ୍ରିଟ୍‌ କଲୋନୀ ସ୍ଥିତ ନେତାଜୀ ଖେଳ ପଡିଆରୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟବ୍ୟାପୀ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ ଜନସଭାକୁ ସମ୍ଭୋଧିତ କରିବା ବେଳେ ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି ନବୀନ ପଟ୍ଟନାୟକ।

ବିଜେପି ସରକାର ଗଠନ କରିବା ପରେ ଗତ ୩ ମାସ ମଧ୍ୟରେ ଶାନ୍ତି ପ୍ରିୟ ରାଜ୍ୟ ଓଡ଼ିଶା କିପରି ଅଶାନ୍ତିର ଚରମ ସୀମାରେ ପହଂଚିଲାଣି ତାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ନବୀନ। ନବୀନ କହିଛନ୍ତି ୨୪ ବର୍ଷ ଶାସନକାଳ ମଧ୍ୟରେ ଓଡ଼ିଶାରେ ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପ କ୍ଷେତ୍ରରେ ବହୁ ବିକାଶ ହୋଇଛି। ତୃଣମୂଳ ସ୍ତରରେ ଓଡ଼ିଶାର ପ୍ରତିଟି ଲୋକଙ୍କୁ ସ୍ୱାବଲମ୍ବୀ କରାଇବା ବିଜେଡିର ମୂଳ ଲକ୍ଷ୍ୟ ରହିଥିଲା। ଗତ ୨୪ ବର୍ଷ ଭିତରେ ବିଜୁ ଜନତା ଦଳ ଓଡ଼ିଶାର ବିକାଶ ପାଇଁ ବହୁତ କିଛି କରିଛି । ଡବଲ ଇଂଜିନ ସରକାର ଶାସିତ ରାଜ୍ୟଙ୍କଠାରୁ ଓଡ଼ିଶା ଢେର ଆଗରେ ରହିଥିଲା । ବିଜେଡି ସରକାରର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦ୍ୱାରା କୋଟି କୋଟି ଲୋକ ଉପକୃତ ହୋଇଛନ୍ତି । ବର୍ତ୍ତମାନ ସରକାର ସେହି ଯୋଜନାର ନାମ ବଦଳାଇ ଦେଇଛନ୍ତି । ଆପଣ ଯୋଜନାର ନାମ ବଦଳାଇ ଦେଇ ପାରିବେ କିନ୍ତୁ ଇତିହାସ ବଦଳାଇ ପାରିବେ ନାହିଁ । ମିଛ କାହାଣୀ କହି ବିଜେପି କ୍ଷମତାକୁ ଆସିଛି । ଆପଣ ମାନେ ମାଗଣାରେ ୩ଶହ ୟୁନିଟ୍ ବିଜୁଳୀ ପାଉଛନ୍ତି ? କେତେ ଜଣ ମା’ ୫୦ ହଜାର ଟଙ୍କା ପାଇଲେଣି ? ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ସୁପ୍ରିମୋ ।

ନବୀନ ଆହୁରି ମଧ୍ୟ କହିଥିଲେ ନିର୍ବାଚନ ବେଳେ ହାତୀ ଦେବି ଘୋଡ଼ା ଦେବି ବୋଲି କହିଥିଲା ବିଜେପି । ଏବି ବିଜେପିର ମିଛକୁ ଜାଣି ସାରିଲେଣି ଓଡ଼ିଶାର ଲୋକ । ଦରଦାମକୁ ନିୟନ୍ତ୍ରଣ କରିବାରେ ବିଜେପି ସରକାର ବିଫଳ । ଓଡ଼ିଶାରେ ମା’ମାନେ ଥାନାରେ ବି ସୁରକ୍ଷିତ ନାହାନ୍ତି । ସରକାରୀ କର୍ମଚାରୀ ରାଜଭବନରେ ମଧ୍ୟ ସୁରକ୍ଷିତ ନାହାନ୍ତି । ଏହି ସରକାରକୁ ଲୋକ ଭରସା କରି ପାରୁନାହାନ୍ତି । ମିଛ କଥା କହି ନିର୍ବାଚନ ଜିତି ପାରିବେ କିନ୍ତୁ ଲୋକଙ୍କ ହୃଦୟ ନୁହେଁ । ଓଡ଼ିଶାର ଦ୍ରାରିଦ୍ର୍ୟ ୭୦ ପ୍ରତିଶତ ଥିଲା । ଆଜି ଏହା ୧୦ ପ୍ରତିଶତକୁ କମିଛି । ଆମ ଲୋକଙ୍କ ମୁଣ୍ଡପିଛା ଆୟ ବଢ଼ିଛି । ଆନେକ ଡବଲ ଇଂଜିନ ରାଜ୍ୟଙ୍କଠାରୁ ଓଡ଼ିଶା ଆଗରେ ଅଛି । ଅନେକ କ୍ଷେତ୍ରରେ ଓଡ଼ିଶା ଆଜି ଭଲ ପ୍ରଦର୍ଶନ କରୁଛି । ମୁଁ ସରକାରରେ ଥାଏ କି ନଥାଏ ଆପଣ ମାନଙ୍କ ସେବା କରିବି । ଲୋକଙ୍କ ଭଲ ପାଇବା ବିଜେଡିର ବଡ଼ ଶକ୍ତି । ବିଜେଡି ସମସ୍ତଙ୍କ ହୃଦୟରେ ଅଛି ଆଉ ରହିବ ବୋଲି ନବୀନ କହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର