ଚଳିତ ପଞ୍ଚାୟତ ନିର୍ବାଚନରେ ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି ବିଜେପି- ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର: ବିଜୁ ଜନତା ଦଳ ସବୁ ବେଳେ ଅହିଂସାରେ ବିଶ୍ୱାସ କରେ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ଼ କରାଯାଇ ପାରିବ ବୋଲି କହିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଏବଂ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ।ନିର୍ବାଚନୀ ହିଂସାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ବିଟର ଜବାବ ଦେଇ ଶ୍ରୀ ଦାସ କହିଛନ୍ତି ଯେ, ଦୁଃଖର କଥା ହେଉଛି ଓଡ଼ିଶାର ପ୍ରମୁଖ ବିରୋଧୀ ଦଳ ବିଜେପି, ଚଳିତ ପଞ୍ଚାୟତ ନିର୍ବାଚନରେ […]

ଭୁବନେଶ୍ୱର: ବିଜୁ ଜନତା ଦଳ ସବୁ ବେଳେ ଅହିଂସାରେ ବିଶ୍ୱାସ କରେ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ଼ କରାଯାଇ ପାରିବ ବୋଲି କହିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଏବଂ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ।ନିର୍ବାଚନୀ ହିଂସାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ବିଟର ଜବାବ ଦେଇ ଶ୍ରୀ ଦାସ କହିଛନ୍ତି ଯେ, ଦୁଃଖର କଥା ହେଉଛି ଓଡ଼ିଶାର ପ୍ରମୁଖ ବିରୋଧୀ ଦଳ ବିଜେପି, ଚଳିତ ପଞ୍ଚାୟତ ନିର୍ବାଚନରେ ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି। ବିଜେପି ବିଧାୟକ ଜୟନାରାୟଣ ମିଶ୍ର ସରକାରୀ କର୍ମଚାରୀଙ୍କୁ ଧମକାଉଛନ୍ତି। ବିଜେପି ନେତା କର୍ମୀମାନେ ଗଜପତି ଓ ପିପିଲିରେ ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କୁ ଆକ୍ରମଣ କରି ରକ୍ତାକ୍ତ କରିଛନ୍ତି। କୋରାପୁଟ, ସାଲେପୁର, ବ୍ରହ୍ମଗିରି, କଣାସ, ଢେଙ୍କାନାଳ ଏବଂ ଆହୁରି ଅନେକ ଜିଲ୍ଲାମାନଙ୍କରେ ବିଜେପି ନିର୍ବାଚନୀ ହିଂସା କରିଛି।

ଏହା ପୂର୍ବରୁ ବିଜେପି ସାଂସଦ ଜୁଏଲ ଓରାମ ଜଣେ ମହିଳାଙ୍କ ସହ ଅସଦାଚରଣ କରିବା ଓ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ସରକାରୀ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ତାଙ୍କ ହାତ ଭାଙ୍ଗି ଦେବା ଭଳି ଘଟଣା ବିଜେପିର ହିଂସା ପ୍ରବଣତାକୁ ଦର୍ଶାଇଥିଲା। ବିଜେଡି ଆଶା କରୁଛି ଯେ ବିଜେପି ହିଂସାରୁ ନିବୃତ୍ତ ରହି ଏହି ଗଣତନ୍ତ୍ରର ପର୍ବକୁ ଅହିଂସା ଦ୍ୱାରା ସୁଦୃଢ଼ କରିବ ବୋଲି ପ୍ରଣବ କହିଛନ୍ତି।

About The Author: The Sakala