ପଞ୍ଚଭୂତରେ ବିଲୀନ ହେଲେ ବିଧାୟକ ବିଷ୍ଣୁ ସେଠୀ, ଜନ୍ମମାଟିରେ ଶୋକାକୂଳ ପରିବେଶରେ ଶେଷ ହେଲା ଅନ୍ତିମ ସଂସ୍କାର

The Sakala Picture
Published On

ଭଦ୍ରକ: ପଞ୍ଚଭୂତରେ ବିଲୀନ ହେଲେ ବିରୋଧୀ ଦଳ ଉପନେତା ତଥା ଧାମନଗରର ବିଜେପି ବିଧାୟକ ବିଷ୍ଣୁ ସେଠୀ । ବିଳମ୍ବିତ ରାତିରେ ଜନ୍ମ ମାଟି ତିହିଡି ମଙ୍ଗରାଜପୁର ଗାଁରେ ଶୋକାକୂଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ସୂର୍ଯ୍ୟବଂଶୀ ସୁରଜ ମୁଖାଗ୍ନି ଦେଇଥିଲେ । ବିଷ୍ଣୁଙ୍କୁ ଶେଷ ଦର୍ଶନ କରିବା ପାଇଁ ହଜାର ହଜାର ଲୋକ ଏକାଠି ହୋଇଥିଲେ । ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ । ସୋମବାର ୬୧ ବର୍ଷ […]

ଭଦ୍ରକ: ପଞ୍ଚଭୂତରେ ବିଲୀନ ହେଲେ ବିରୋଧୀ ଦଳ ଉପନେତା ତଥା ଧାମନଗରର ବିଜେପି ବିଧାୟକ ବିଷ୍ଣୁ ସେଠୀ । ବିଳମ୍ବିତ ରାତିରେ ଜନ୍ମ ମାଟି ତିହିଡି ମଙ୍ଗରାଜପୁର ଗାଁରେ ଶୋକାକୂଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ସୂର୍ଯ୍ୟବଂଶୀ ସୁରଜ ମୁଖାଗ୍ନି ଦେଇଥିଲେ । ବିଷ୍ଣୁଙ୍କୁ ଶେଷ ଦର୍ଶନ କରିବା ପାଇଁ ହଜାର ହଜାର ଲୋକ ଏକାଠି ହୋଇଥିଲେ । ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

ସୋମବାର ୬୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ବିଧାୟକ ବିଷ୍ଣୁ ସେଠୀଙ୍କ ଭୁବନେଶ୍ବର ଏମ୍ସରେ ଦେହାନ୍ତ ହୋଇଥିଲା । ଦେହାନ୍ତ ପରେ ଏମ୍ସରୁ ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ଅଣାଯାଇଥିଲା । ସେଠାରେ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଅଣା ଯାଇଥିବା ମରଶରୀର । ଏହାପରେ ଭୁବନେଶ୍ୱରରୁ ଏକ ଶୋଭାଯାତ୍ରାରେ ପାର୍ଥିବ ଶରୀରକୁ ଭଦ୍ରକ ନିଆଯାଇଥିଲା । । ଧାମନଗର ନିର୍ବାଚନ ମଣ୍ଡଳୀରେ ଶୋଭାଯାତ୍ରା ବେଳେ ବହୁ କର୍ମୀ, ରାଜନେତା ଓ ସମର୍ଥକ ଶେଷ ଦର୍ଶନ କରିଥିଲେ । ପରେ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଓ ଭଦ୍ରକ ସ୍ଥିତ ବାସଭବନକୁ ଅଣାଯାଇଥିଲା । ବରିଷ୍ଠ ବିଜେପି ନେତା ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ ଙ୍କ ସହ ବହୁ ବିଧାୟକ ଓ କର୍ମୀ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଦଳ ମତ ନିର୍ବିଶେଷରେ ସମସ୍ତ ରାଜନୈତିକ ଦଳର ରାଜନେତା, ଜିଲ୍ଲାପାଳ, ଏସପିଙ୍କ ସମେତ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିତ୍ୱମାନେ ମଧ୍ୟ ଶେଷ ଦର୍ଶନ କରିଥିଲେ । ପ୍ରବଳ ବର୍ଷା ସତ୍ତ୍ୱେ ବିଷ୍ଣୁ ସେଠୀ ଆମର ରହେ ଧ୍ୱନିରେ କମ୍ପିଥିଲା ଭଦ୍ରକ । ପରେ ନିଜ ପୈତୃକ ଘର ତିହିଡ଼ି ସ୍ଥିତ ମଙ୍ଗରାଜପୁରକୁ ଶୋଭାଯାତ୍ରାରେ ବିଷ୍ଣୁ ସେଠୀଙ୍କ ପାର୍ଥିବ ଶରୀରକୁ ନିଆଯାଇଥିଲା । ସମସ୍ତଙ୍କୁ ଛାଡ଼ି ବିଷ୍ଣୁ ସେଠୀ ଆଜି ପଞ୍ଚ ଭୂତରେ ଲୀନ ହୋଇଯାଇଛନ୍ତି ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର