ବିଜେପି ବିଧାୟକ ସନ୍ତୋଷ ଖଟୁଆ ନାରୀ ଜାତିକୁ କ୍ଷମା ମାଗନ୍ତୁ: ବିଜେଡି

The Sakala Picture
Published On

ଭୁବନେଶ୍ୱର: ନୀଳଗିରି ବିଜେପି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆଙ୍କ ହାତୀ ଶୀକାର ଓ ହାତୀ ଦାନ୍ତ ଚୋରି ଘଟଣାରେ ସଂପୃକ୍ତି ଅଭିଯୋଗ କରିବାରୁ ବିଜେଡି ନେତ୍ରୀ ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ସେ ଦେଇଥିବା କୁତ୍ସିତ ଓ ନିମ୍ନରୁଚିର ମନ୍ତବ୍ୟକୁ ଦୃଢ ନିନ୍ଦା କରିବା ସହ ତୁରନ୍ତ ସମଗ୍ର ନାରୀ ଜାତି ନିକଟରେ ଶ୍ରୀ ଖଟୁଆ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ଦାବି କରିଛି। ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ  ଦଳର ବରିଷ୍ଠ […]

ଭୁବନେଶ୍ୱର: ନୀଳଗିରି ବିଜେପି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆଙ୍କ ହାତୀ ଶୀକାର ଓ ହାତୀ ଦାନ୍ତ ଚୋରି ଘଟଣାରେ ସଂପୃକ୍ତି ଅଭିଯୋଗ କରିବାରୁ ବିଜେଡି ନେତ୍ରୀ ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ସେ ଦେଇଥିବା କୁତ୍ସିତ ଓ ନିମ୍ନରୁଚିର ମନ୍ତବ୍ୟକୁ ଦୃଢ ନିନ୍ଦା କରିବା ସହ ତୁରନ୍ତ ସମଗ୍ର ନାରୀ ଜାତି ନିକଟରେ ଶ୍ରୀ ଖଟୁଆ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ଦାବି କରିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ୨୦ ବିଜେପି ସାଂସଦଙ୍କ ଉପରେ ଭାରି ପଡ଼ୁଛନ୍ତି ଆନ୍ଧ୍ରର ୧୯ ସହଯୋଗୀ: ପ୍ରଧାନମନ୍ତ୍ରୀ ଆବାସ ଆବଣ୍ଟନରେ ଓଡ଼ିଶା ପ୍ରତି କେନ୍ଦ୍ରର ଅବହେଳା ଜଳଜଳ

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ  ଦଳର ବରିଷ୍ଠ ଉପସଭାପତି ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବନ ବିଭାଗ ଶ୍ରୀ ଖଟୁଆଙ୍କ ଫାର୍ମ ହାଉସରୁ ହାତୀ ଦାନ୍ତ ଚୋରଙ୍କୁ ଧରିବା ବାବଦରେ ଗତକାଲି ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଥିଲା ଓ ଶାସକ ଦଳର ବିଧାୟକ ହୋଇଥିବାରୁ ଏଭଳି ସ୍ପର୍ଶକାତର ମାମଲାରେ ସଂପୃକ୍ତି ଥିଲେ ମଧ୍ୟ ବନ ବିଭାଗ ଶ୍ରୀ ଖଟୁଆଙ୍କୁ କାହିଁକି ଗିରଫ କରୁନାହାନ୍ତି ବୋଲି ବିଜେଡି ପ୍ରଶ୍ନ କରିଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଶ୍ରୀ ଖଟୁଆ, ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଅତ୍ୟନ୍ତ ଘୃଣ୍ୟ, କୁତ୍ସିତ, ଅପମାନଜନକ  ଓ ନିମ୍ନ ରୁଚିର ଭାଷା ପ୍ରୟୋଗ କରିଛନ୍ତି। ଜଣେ ମହିଳାର ମୁହଁକୁ ଆଧାର କରି ଯଦି ନକାରାତ୍ମକ ଟିପ୍ପଣୀ ଦିଆଯାଏ ତାହା କେବେହେଲେ ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ। ବିଜେପି ଦଳରେ ମଧ୍ୟ ମହିଳା ନେତ୍ରୀ ତଥା ନିର୍ବାଚିତ ମହିଳା ପ୍ରତିନିଧି ଅଛନ୍ତି। ଶ୍ରୀମତୀ ମଲ୍ଲିକ ପ୍ରଶ୍ନ କରିଥିଲେ ଯେ, ଭିନ୍ନ ଚିନ୍ତାଧାରାର ଦଳ କହୁଥିବା ବିଜେପି, ମହିଳାମାନଙ୍କ ପ୍ରତି ଏଭଳି ଭାଷା ପ୍ରୟୋଗ କରିବା ପାଇଁ ତା’ର ବିଧାୟକମାନଙ୍କୁ କ’ଣ ଏଭଳି ତାଲିମ ଦେଇଛି କି?

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ'ର ପ୍ରଭାବ: ଓଡ଼ିଶାର ୬ ଜିଲ୍ଲା ପାଇଁ 'ରେଡ୍ ୱାର୍ଣ୍ଣିଂ', ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଶ୍ରୀମତି ମଲ୍ଲିକ ଆହୁରି କହିଥିଲେ ଯେ, ମହିଳାମାନଙ୍କୁ ଅଧିକରୁ ଅଧିକ ସଂଖ୍ୟାରେ ରାଜନୀତିରେ ସାମିଲ ହେବା ପାଇ ପ୍ରବାଦ ପୁୁରୁଷ ବିଜୁ ବାବୁ ଯେଉଁ ଧାରା ଆରମ୍ଭ କରିଥିଲେ, ସେହି ଧାରାକୁ ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗକୁ ନେଇ ଆତ୍ମସମ୍ମାନର ସହ ମହିଳାମାନେ ସମାଜରେ ଛିଡା ହେବା ପାଇଁ ଅନେକ ପଦକ୍ଷେପ ନେଇଥିଲେ। ବର୍ତ୍ତମାନ ଯାହା ଜଣାପଡୁଛି ବିଜେପି ସରକାରକୁ ଆସିଲା ପରେ ଚାହୁଁଛି ମହିଳାମାନେ ରାଜନୀତିଙ୍କୁ ନ ଆସନ୍ତୁ। ବିଧାୟକ ଶ୍ରୀ ଖଟୁଆଙ୍କ କୁତ୍ସିତ ମନ୍ତବ୍ୟ ତାଙ୍କ ରୁଗ୍‌ଣ ମାନସିକତାର ପରିଚୟ ଓ ଏହା ସମଗ୍ର ନାରୀ ଜାତି ପ୍ରତି ଅପମାନ। ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ଦଳ ନାରୀ ଜାତିଙ୍କ ନିକଟରେ କ୍ଷମା ପ୍ରାର୍ଥନା କରନ୍ତୁ।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ'ର ସୁପରିଚାଳନା ପାଇଁ ବିଜେଡି ପକ୍ଷରୁ ସ୍ୱତନ୍ତ୍ର ଟିମ ଗଠନ: ୭ ଜିଲ୍ଲା ପାଇଁ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲେ ନବୀନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର