ଶାବର ଶ୍ରୀକ୍ଷେତ୍ରରୁ ଆସି ପୁରୀରେ ପହଞ୍ଚିଲା କଳାଜିରା ଚାଉଳ, ସୁଗନ୍ଧରେ ମହକିବ ବଡ଼ ଠାକୁରଙ୍କ ରୋଷଶାଳା

The Sakala Picture
Published On

ପୁରୀ: ପୁରୀରେ ପହଞ୍ଚିଲା କଳାଜିରା ଚାଉଳ। ଶାବର ଶ୍ରୀକ୍ଷେତ୍ର କୋରାପୁଟରୁ ଆସିଛି ଏକ କୁଇଣ୍ଟାଲ କଳାଜିରା ଚାଉଳ। କଳାଜିରା ଚାଉଳର ସୁଗନ୍ଧରେ ମହକିବ ବଡ଼ ଠାକୁରଙ୍କ ରୋଷଶାଳା । ନିକଟରେ କୋରାପୁଟ ଜିଲ୍ଲାର ଉତ୍ପାଦିତ କଳାଜିରା ଧାନକୁ ଜିଆଇ ଟ୍ୟାଗ୍ ମିଳିଛି। କଳାଜିରା ଧାନରୁ ଏହି ଚାଉଳକୁ ଜୈବିକ ପଦ୍ଧତିରେ ଉତ୍ପାଦନ କରାଯାଏ । ସୂଚନା ଅନନୁଯାୟୀ,  ୧୨ ଜଣିଆ ଆଦିବାସୀ ମହିଳା ଦଳ କୋରାପୁଟ ଜଗନ୍ନାଥ ମନ୍ଦିରରେ କଳାଜିରା ଚାଉଳ ଅର୍ପଣ କରିବା ସହ ପୁରୀ […]

ପୁରୀ: ପୁରୀରେ ପହଞ୍ଚିଲା କଳାଜିରା ଚାଉଳ। ଶାବର ଶ୍ରୀକ୍ଷେତ୍ର କୋରାପୁଟରୁ ଆସିଛି ଏକ କୁଇଣ୍ଟାଲ କଳାଜିରା ଚାଉଳ। କଳାଜିରା ଚାଉଳର ସୁଗନ୍ଧରେ ମହକିବ ବଡ଼ ଠାକୁରଙ୍କ ରୋଷଶାଳା । ନିକଟରେ କୋରାପୁଟ ଜିଲ୍ଲାର ଉତ୍ପାଦିତ କଳାଜିରା ଧାନକୁ ଜିଆଇ ଟ୍ୟାଗ୍ ମିଳିଛି। କଳାଜିରା ଧାନରୁ ଏହି ଚାଉଳକୁ ଜୈବିକ ପଦ୍ଧତିରେ ଉତ୍ପାଦନ କରାଯାଏ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ସୂଚନା ଅନନୁଯାୟୀ,  ୧୨ ଜଣିଆ ଆଦିବାସୀ ମହିଳା ଦଳ କୋରାପୁଟ ଜଗନ୍ନାଥ ମନ୍ଦିରରେ କଳାଜିରା ଚାଉଳ ଅର୍ପଣ କରିବା ସହ ପୁରୀ ଅଭିମୁଖେ ଯାତ୍ରା କରିଥିଲା। ପ୍ରଗତି ଏବଂ ଜୈବିକଶ୍ରୀ କମ୍ପାନୀ ପ୍ରୟାସରେ ମନ୍ଦିରକୁ କଳା ଜିରା ଚାଉଳ ପଠାଯାଇଥିଲା । ଶ୍ରୀମନ୍ଦିରରେ ପ୍ରସ୍ତୁତ ହେଉଥିବା ଭୋଗ ସମ୍ପୂର୍ଣ୍ଣ ରସାୟନିକ ସାର ମୁକ୍ତ ଶସ୍ୟରେ ପ୍ରସ୍ତୁତ ହେବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ନିଆଯାଇଥିବା କହିଛନ୍ତି ଆୟୋଜକ ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

କଳାଜିରା ଚାଉଳର ଗୁଣବତ୍ତା ଅନ୍ୟ ଚାଉଳ ଅପେକ୍ଷା ଉନ୍ନତ ମାନର । ତେଣୁ ଶ୍ରୀମନ୍ଦିର ରୋଷଶାଳାରେ ନିୟମିତ ଭୋଗ ପ୍ରସ୍ତୁତ ହେଲେ ରାଜ୍ୟର ଚାଷୀ ଉପକୃତ ହେବେ ବୋଲି କୁହାଯାଉଛି । ଆଗକୁ ଲିଙ୍ଗରାଜ ଓ ଅନନ୍ତ ବାସୁଦେବ ମନ୍ଦିରକୁ ମଧ୍ୟ ପଠାଯିବ ବୋଲି ଉତ୍ପାଦନକାରୀ ଜୈବିକ ସଂସ୍ଥାର ଅଧିକାରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର