କରୋନା ପାଇଁ ରମ୍‌ଜାନ୍ ଓ ପଣା ସଂକ୍ରାନ୍ତି ଉପରେ ଲାଗିଲା କଟକଣା

The Sakala Picture
Published On

ଭୁବନେଶ୍ୱର: ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ବିଏମସି ପକ୍ଷରୁ ପଣା ସଂକ୍ରାନ୍ତି ଓ ରମଜାନ ପର୍ବ ଉପରେ କଟକଣା ଜାରି କରାଯାଇଛି। ବୁଧବାର ଠାରୁ ଆରମ୍ଭ ହୋଇଛି ରମଜାନ ପର୍ବ। ସେପଟେ ଆସନ୍ତା କାଲି ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟି ରଖି ଏପରି ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ପଣା ବଣ୍ଟନ କାର୍ଯ୍ଯକ୍ରମ ହୋଇପାରିବନାହିଁ। କେବଳ ଧାର୍ମିକ ଅନୁଷ୍ଠାନରେ ରୀତିନୀତି ପ୍ରକାରରେ ସେବାୟତ ବା ପୂଜକ […]

ଭୁବନେଶ୍ୱର: ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ବିଏମସି ପକ୍ଷରୁ ପଣା ସଂକ୍ରାନ୍ତି ଓ ରମଜାନ ପର୍ବ ଉପରେ କଟକଣା ଜାରି କରାଯାଇଛି। ବୁଧବାର ଠାରୁ ଆରମ୍ଭ ହୋଇଛି ରମଜାନ ପର୍ବ। ସେପଟେ ଆସନ୍ତା କାଲି ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟି ରଖି ଏପରି ନିଷ୍ପତ୍ତି ନିଆଯାଇଛି ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ସୂଚନା ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ପଣା ବଣ୍ଟନ କାର୍ଯ୍ଯକ୍ରମ ହୋଇପାରିବନାହିଁ। କେବଳ ଧାର୍ମିକ ଅନୁଷ୍ଠାନରେ ରୀତିନୀତି ପ୍ରକାରରେ ସେବାୟତ ବା ପୂଜକ କରିପାରିବେ ସଂକ୍ରାନ୍ତି। ଭକ୍ତଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ସେହିପରି ରମଜାନ ପାଇଁ ମୁସଲମାନଙ୍କ ଦୁଇଟି ଗ୍ରୁପର କର୍ମକର୍ତ୍ତାଙ୍କ ସହିତ ଆଲୋଚନା ହୋଇଛି। ଖୁବଶୀଘ୍ର ଏନେଇ ଜାରି ହେବ ଏସଓପି। ଶୁକ୍ରବାର ଦିନ ହେଉଥିବା ନମାଜ ପାଠ ପାଇଁ ସମ୍ପୃକ୍ତ ଧାର୍ମିକ ଅନୁଷ୍ଠାନର ଧାରଣ କ୍ଷମତା ଠାରୁ ଶତକଡା ୫୦ଭାଗ ଲୋକଙ୍କ ପାଇଁ ଦିଆଯିବ ଅନୁମତି। ମାସ୍କ, ସାନିଟାଇଜର ଓ ୬ ଫୁଟର ସାମାଜିକ ଦୂରତା ବାଧ୍ୟତାମୂଳକ । ଏନେଇ ପୂର୍ବରୁ ସ୍ୱତନ୍ତ୍ର ରିଲିଫ କମିଶନର ଗାଇଡ଼ଲାଇନ ଜାରି କରିଛନ୍ତି। ଏହାକୁ ବିଏମସି ପକ୍ଷରୁ କଡାକଡି କାର୍ଯ୍ଯକାରୀ କରାଯିବ ବୋଲି ସୂଚନା ଦେଲେ କମିଶନର ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର ଛଉ ନୃତ୍ୟଗୁରୁ ପାଗୁଲୁ ଜେନାଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ

13 Apr 2021 By The Sakala

କରୋନା ପାଇଁ ରମ୍‌ଜାନ୍ ଓ ପଣା ସଂକ୍ରାନ୍ତି ଉପରେ ଲାଗିଲା କଟକଣା

ଭୁବନେଶ୍ୱର: ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ବିଏମସି ପକ୍ଷରୁ ପଣା ସଂକ୍ରାନ୍ତି ଓ ରମଜାନ ପର୍ବ ଉପରେ କଟକଣା ଜାରି କରାଯାଇଛି। ବୁଧବାର ଠାରୁ ଆରମ୍ଭ ହୋଇଛି ରମଜାନ ପର୍ବ। ସେପଟେ ଆସନ୍ତା କାଲି ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟି ରଖି ଏପରି ନିଷ୍ପତ୍ତି ନିଆଯାଇଛି ।

ସୂଚନା ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ପଣା ବଣ୍ଟନ କାର୍ଯ୍ଯକ୍ରମ ହୋଇପାରିବନାହିଁ। କେବଳ ଧାର୍ମିକ ଅନୁଷ୍ଠାନରେ ରୀତିନୀତି ପ୍ରକାରରେ ସେବାୟତ ବା ପୂଜକ କରିପାରିବେ ସଂକ୍ରାନ୍ତି। ଭକ୍ତଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

ସେହିପରି ରମଜାନ ପାଇଁ ମୁସଲମାନଙ୍କ ଦୁଇଟି ଗ୍ରୁପର କର୍ମକର୍ତ୍ତାଙ୍କ ସହିତ ଆଲୋଚନା ହୋଇଛି। ଖୁବଶୀଘ୍ର ଏନେଇ ଜାରି ହେବ ଏସଓପି। ଶୁକ୍ରବାର ଦିନ ହେଉଥିବା ନମାଜ ପାଠ ପାଇଁ ସମ୍ପୃକ୍ତ ଧାର୍ମିକ ଅନୁଷ୍ଠାନର ଧାରଣ କ୍ଷମତା ଠାରୁ ଶତକଡା ୫୦ଭାଗ ଲୋକଙ୍କ ପାଇଁ ଦିଆଯିବ ଅନୁମତି। ମାସ୍କ, ସାନିଟାଇଜର ଓ ୬ ଫୁଟର ସାମାଜିକ ଦୂରତା ବାଧ୍ୟତାମୂଳକ । ଏନେଇ ପୂର୍ବରୁ ସ୍ୱତନ୍ତ୍ର ରିଲିଫ କମିଶନର ଗାଇଡ଼ଲାଇନ ଜାରି କରିଛନ୍ତି। ଏହାକୁ ବିଏମସି ପକ୍ଷରୁ କଡାକଡି କାର୍ଯ୍ଯକାରୀ କରାଯିବ ବୋଲି ସୂଚନା ଦେଲେ କମିଶନର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର