କୁକୁର ଗଣନା ପାଇଁ ଗଠନ ହେଲା ୪୧୦ ଟିମ୍‌‌, ଦୁଇ ପର୍ଯ୍ୟାୟରେ ଗଣତି ପାଇଁ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ପ୍ରଥମ ଥର ପାଇଁ ବିଏମ୍‌‌ସି ପକ୍ଷରୁ ହେବ ବୁଲାକୁକୁର ଗଣନା। ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ସମୁଦାୟ ୬୭ଟି ୱାର୍ଡରେ ଏହି ଗଣନା କାର୍ଯ୍ୟ ଚାଲିବ। ବୁଲା କୁକୁର ଗଣନା ପାଇଁ ଜୋନ୍‌‌, ୱାର୍ଡ ଓ ୱାର୍ଡରେ ଥିବା ପ୍ରତ୍ୟେକ ଗଳି ପାଇଁ ଟିମ୍‌‌ ଗଠନ କରାଯାଇଛି। ପ୍ରତ୍ୟେକ ଗଳିକନ୍ଦିରେ ଦୁଇ ଦୁଇଟି ପର୍ଯ୍ୟାୟରେ ଏବଂ ବୈଜ୍ଞାନିକ ପଦ୍ଧତିରେ ବୁଲା କୁକୁର ଗଣନା କରାଯିବ। ଏଥିପାଇଁ ବିଏମ୍‌‌ସି ପକ୍ଷରୁ ବ୍ୟାପକ […]

ଭୁବନେଶ୍ୱର : ରାଜ୍ୟରେ ପ୍ରଥମ ଥର ପାଇଁ ବିଏମ୍‌‌ସି ପକ୍ଷରୁ ହେବ ବୁଲାକୁକୁର ଗଣନା। ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ସମୁଦାୟ ୬୭ଟି ୱାର୍ଡରେ ଏହି ଗଣନା କାର୍ଯ୍ୟ ଚାଲିବ। ବୁଲା କୁକୁର ଗଣନା ପାଇଁ ଜୋନ୍‌‌, ୱାର୍ଡ ଓ ୱାର୍ଡରେ ଥିବା ପ୍ରତ୍ୟେକ ଗଳି ପାଇଁ ଟିମ୍‌‌ ଗଠନ କରାଯାଇଛି। ପ୍ରତ୍ୟେକ ଗଳିକନ୍ଦିରେ ଦୁଇ ଦୁଇଟି ପର୍ଯ୍ୟାୟରେ ଏବଂ ବୈଜ୍ଞାନିକ ପଦ୍ଧତିରେ ବୁଲା କୁକୁର ଗଣନା କରାଯିବ। ଏଥିପାଇଁ ବିଏମ୍‌‌ସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ: NCERT ପାଠ୍ୟପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା; କହିଲେ ‘ଏହା ଏକ ଗଭୀର ଷଡଯନ୍ତ୍ର’, ବହି ଉପରେ ଲଗାଇଲେ ପ୍ରତିବନ୍ଧକ

ପ୍ରଥମ ପର୍ଯ୍ୟାୟ ସେପ୍ଟେମ୍ୱର ୧୭ରୁ ୨୦ ତାରିଖ ଏବଂ ଦ୍ୱିତୀୟ ପର୍ଯ୍ୟାୟ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭୋର ୫ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଏହି କୁକୁର ଗଣନା ଚାଲିବ। ଦକ୍ଷ ପଶୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, ଏସ୍‌‌ଏମଟିଏ, ଡିଇଓ, ସିଓ, ଓ୍‌‌ୱାର୍ଡ ଅଫିସର ପ୍ରମୁଖ ଏହି କାର୍ଯ୍ୟ ସମ୍ପାଦନ କରିବେ। ଏକକାଳୀନ ୪୧୦ଟି ଟିମ୍‌‌ ଭୁବନେଶ୍ୱରର ବିଭିନ୍ନ ଗଳିକନ୍ଦିରେ କୁକୁର ଗଣନା ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି କୁକୁର ଗଣନାର ମୁଖ୍ୟ ଉଦ୍ଦେଶ୍ୟଗୁଡିକ ହେଉଛି କୁକୁର କାମୁଡ଼ିବା ହ୍ରାସ କରିବା।

ଆହୁରି ପଢ଼ନ୍ତୁ: ନବୀନ ନିବାସରେ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ: ନବୀନ ନେବେ ରାଜ୍ୟସଭା ପ୍ରାର୍ଥିତ୍ବ ନିଷ୍ପତ୍ତି

ଯେଉଁମାନେ ଏହି କୁକୁର ଗଣନା କାର୍ଯ୍ୟ ସମ୍ପାଦନ କରିବେ, ସେମାନଙ୍କୁ ବିସ୍ତୃତ ଭାବେ ତାଲିମ ଦିଆଯାଇଛି। ଏହି ଜୋନ୍‌‌ ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ୩ ଦିନ ଧରି ଚାଲିବ। ଜନସଂଖ୍ୟାର ଆକାର ଏବଂ ଜନସଂଖ୍ୟାର ଘନତ୍ୱ ଜାଣିବା ପାଇଁ ପ୍ରତ୍ୟେକ ୱାର୍ଡର ବୁଲା କୁକୁରଙ୍କ ଗଣନା।

ଆହୁରି ପଢ଼ନ୍ତୁ: ପ୍ରେମିକ ଦେଲା ଧୋକା, ସାହାଯ୍ୟ ନାଁରେ ପୁଣି ଦୁଷ୍କର୍ମ; ୪ ମହଲା ଛାତରୁ ଫିଙ୍ଗି ଯୁବତୀଙ୍କୁ ନୃଶଂସ ହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp