ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

Madhusudan Das Picture
Published On

ଯାଜପୁର: ଯାଜପୁର ଜିଲ୍ଲାର କମଳପୁର ଘାଟ ନିକଟସ୍ଥ ତନ୍ତୀଘାଇ ନଦୀରେ ଏକ ଅଭାବନୀୟ ଘଟଣା ଘଟିଛି। ନଦୀ ପାର ସମୟରେ ବୁଡିଗଲା ଡଙ୍ଗା । ଡଙ୍ଗା ବୁଡି ଦୁଇ ନିଖୋଜ । ଏକ ଦେଶୀ ଡଙ୍ଗା ବୁଡ଼ିଯିବା ଫଳରେ ଗୋଟିଏ ପରିବାରର ୪ ଜଣ ସଦସ୍ୟ ନଦୀରେ ବୁଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଦୁଇ ଜଣ ଶିଶୁ ଏବେ ବି ନିଖୋଜ ଅଛନ୍ତି।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନ ବନ୍ଦ ଘୋଷଣାକୁ ବିରୋଧ କରି କ୍ଷେତ୍ରବାସୀ ଡିଏଭି କଲେଜରେ ଉତ୍ତେଜନା; ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଛାତ୍ରଛାତ୍ରୀ

ମିଳିଥିବା ସୂଚନା ଅନୁଯାୟୀ, ମହମ୍ମଦଜାପୁର ଗାଁର ସନାତନ ଦଳେଇଙ୍କ ପରିବାରର ୪ ଜଣ ସଦସ୍ୟ ଏକ ଡଙ୍ଗାରେ ନଦୀ ପାର ହେଉଥିଲେ। ତେବେ ମଝି ନଦୀରେ ହଠାତ୍ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଡଙ୍ଗାରେ ଥିବା ସମସ୍ତେ ପାଣିରେ ବୁଡ଼ିଯାଇଥିଲେ। ଖବର ପାଇ ସ୍ଥାନୀୟ ଲୋକଙ୍କ ସହାୟତାରେ ସନାତନ ଦଳେଇଙ୍କ ସ୍ତ୍ରୀ ଏବଂ ଝିଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତେବେ ତାଙ୍କର ଦୁଇ ନାତିଙ୍କର କୌଣସି ପତ୍ତା ମିଳିନାହିଁ।

ଆହୁରି ପଢ଼ନ୍ତୁ: ଆଜି ନବୀନ ପଟ୍ଟନାୟକଙ୍କ ୮୦ତମ ଜନ୍ମଦିନ; ଲୋକପ୍ରିୟତାର ସଂଜ୍ଞା, ଜନ ନାୟକର ପରିଭାଷା ସବୁ ନବୀନଙ୍କ ଭିତରେ ସମାହିତ

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଖୋଜ ଶିଶୁମାନଙ୍କୁ ଖୋଜିବା ପାଇଁ ଏକ ସ୍ୱତନ୍ତ୍ର ସର୍ଚ୍ଚ ଏବଂ ଉଦ୍ଧାର ଅଭିଯାନ ଆରମ୍ଭ କରିଛି। ପୋଲିସ ଏବଂ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ଏବଂ ପରବର୍ତ୍ତୀ ସୂଚନାକୁ ଅପେକ୍ଷା କରାଯାଇଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ କାରଣ: ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର