କାଜୁ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

The Sakala Picture
Published On

ଢେଙ୍କାନାଳ: କାଜୁ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଢେଙ୍କାନାଳ ଜିଲ୍ଲା ମହାବିରୋଡ଼-ଚାନ୍ଦପୁର ରାସ୍ତାରେ ଥିବା କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ ହେଲେ ଦଶିପୁର ପଞ୍ଚାୟତ ଭାଲୁମୁଣ୍ଡା ଗାଁର ନବ ଦେହୁରୀଙ୍କ ପୁଅ ଲୁଲୁ ଦେହୁରୀ । ଲୁଲୁଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି […]

ଢେଙ୍କାନାଳ: କାଜୁ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଢେଙ୍କାନାଳ ଜିଲ୍ଲା ମହାବିରୋଡ଼-ଚାନ୍ଦପୁର ରାସ୍ତାରେ ଥିବା କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ ହେଲେ ଦଶିପୁର ପଞ୍ଚାୟତ ଭାଲୁମୁଣ୍ଡା ଗାଁର ନବ ଦେହୁରୀଙ୍କ ପୁଅ ଲୁଲୁ ଦେହୁରୀ । ଲୁଲୁଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି ।

ଆହୁରି ପଢ଼ନ୍ତୁ: ଦିପାବଳୀ ପରେ ଭୁବନେଶ୍ୱରର ବାୟୁ ଗୁଣବତ୍ତା ଅତି ଖରାପ: AQI ସ୍ତର ୧୨୦୦ ଅତିକ୍ରମ କଲା

ସୂଚନା ଅନୁସାରେ, ଲୁଲୁ ଯାଜପୁର ଜିଲ୍ଲା ଡୁବୁରିରେ ଥିବା ଜିନ୍ଦଲ ପ୍ଲାଣ୍ଟରେ କାମ କରୁଥିଲେ। ଗତକାଲି ଦଶିପୁର ଗାଁର ଦୋଳଯାତ୍ରା ପାଇଁ ଛୁଟି ନେଇ ସେ ଘରକୁ ଆସିଥିଲେ । ଯାତ୍ରା ଦେଖିବାକୁ ଯାଇ ଆଉ ଘରକୁ ଫେରି ନଥିଲେ । ତାଙ୍କ ଫୋନ୍ ଅଫ୍ ଥିଲା । ପରିବାର ଲୋକ ଏଣେ ତେଣେ ବହୁ ଖୋଜାଖୋଜି କରିବା ପରେ ବି ସନ୍ଧାନ ପାଇ ନଥିଲେ । ଆଜି ଲୁଲୁଙ୍କ ମୃତଦେହ ମହାବିରୋଡ଼-ଚାନ୍ଦପୁର ରାସ୍ତାର କାଜୁ ଜଙ୍ଗଲରୁ ମିଳିଥିଲା । ଶରୀର ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ତେଣୁ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । କାହା ସହିତ ଲୁଲୁଙ୍କ କୌଣସି ପୂର୍ବ ଶତ୍ରୁତା ନ ଥିବା ବି ପରିବାର ଲୋକେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଏଣିକି କଲେଜ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ହାଇସ୍ପିଡ୍ ୱାଇଫାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର