ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ପାଇଁ ୧.୬୦ କୋଟି ନେଇଛନ୍ତି ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ପାଇଁ ୧ କୋଟି ୬୦ ଲକ୍ଷ ନେଇଛନ୍ତି ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ । ଏହାସହିତ ଯିବ ଆସିବାର ଫ୍ଲାଇଟ୍ ଟିକେଟ୍, ରହିବା ଓ ଖାଇବା ବ୍ୟବସ୍ଥା ମଧ୍ୟ କରିଥିଲେ ରାଜ୍ୟ ସରକାର । ବିଧାନସଭାରେ ଏପରି ଉତ୍ତର ରଖିଛନ୍ତି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ଓଡ଼ିଶା ହସ୍ତତନ୍ତ୍ର ବ୍ରାଣ୍ଡ ଆମ୍ବାସଡର ହେବାକୁ ମାଧୁରୀ ମୋଟା ଅଙ୍କର ଅର୍ଥ ନେଇଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ । 

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଭାବେ ଉତ୍ତରରେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି ଯେ, ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ଶ୍ରୀମତୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ୨୦୨୫ ରେ ନିଯୁକ୍ତି କରାଯାଇଅଛି । ଏହି ନିଯୁକ୍ତି ପାଇଁ ଶ୍ରୀମତୀ ମାଧୁରୀ ଦିକ୍ଷୀତଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଅଛି । ତାଙ୍କ ପାଇଁ ଯିବା ଆସିବା ଫ୍ଲାଇଟ ଟିକେଟ, ରହିବା ଏବଂ ଖାଇବା ବ୍ୟବସ୍ଥା କରାଯାଇଛି । ଓଡିଶା ହସ୍ତତନ୍ତର ଚାହିଦାକୁ ଆନ୍ତର୍ଜାତୀୟ ବଜାରରେ ବ୍ୟାପକ କରିବା ପାଇଁ, ବିଶ୍ବ ସ୍ତରରେ ଖ୍ୟାତି ସମ୍ପର୍ଣ୍ଣ ବଲିଉଡ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡ଼ର ଭାବେ ନିଯୁକ୍ତି କରାଯାଇଛି। ଯାହା ଦ୍ବାରା ଓଡିଶାର ପାରମ୍ପରିକ ହସ୍ତତନ୍ତ କଳା ଓ ସୁନାମ ବିଶ୍ବର କୋଣ ଅନୁକୋଣରେ ପହଞ୍ଚା ଯାଇପାରିବ ଏବଂ ଓଡିଶାର ବୁଣାକାର ମାନଙ୍କର ସାମାଜିକ ଓ ଆର୍ଥିକ ମାନଦଣ୍ଡରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିବ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର