ବସ୍ -ଟ୍ରକ ମୁହାଁମୁହିଁ ଧକ୍କା: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ୧୫ ଆହତ

The Sakala Picture
Published On

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଅନ୍ତର୍ଗତ ଚାରିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଧକ୍କା ହେବା ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୫ଜଣ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ‘ସାହିଲ୍’ ନାମକ ଯାତ୍ରୀବାହୀ ବସ୍‌ଟି ବଡ଼ମ୍ବାରୁ ବଲାଙ୍ଗିର ଅଭିମୁଖେ […]

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଅନ୍ତର୍ଗତ ଚାରିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଧକ୍କା ହେବା ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୫ଜଣ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ‘ସାହିଲ୍’ ନାମକ ଯାତ୍ରୀବାହୀ ବସ୍‌ଟି ବଡ଼ମ୍ବାରୁ ବଲାଙ୍ଗିର ଅଭିମୁଖେ ଯାଉଥିଲା। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ଚାରିଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ପଡ଼ିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର