ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ

The Sakala Picture
Published On

କଟକ : ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ। ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି) । ଏହି ନିଲମ୍ବନ ଆଦେଶ ଜୁଲାଇ ୨୨ ତାରିଖରୁ ପିଛିଲା ଭାବେ କାର୍ଯ୍ୟକାରୀ ହେବ । ଜୁଲାଇ ୨୨ ତାରିଖରେ ଗିରଫ ହୋଇଥିଲେ ପୁଷ୍ପଲତା ରାଉତରାୟ । ଗତ ଜୁଲାଇ ମାସରେ ଜବତ […]

କଟକ : ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ। ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି) । ଏହି ନିଲମ୍ବନ ଆଦେଶ ଜୁଲାଇ ୨୨ ତାରିଖରୁ ପିଛିଲା ଭାବେ କାର୍ଯ୍ୟକାରୀ ହେବ । ଜୁଲାଇ ୨୨ ତାରିଖରେ ଗିରଫ ହୋଇଥିଲେ ପୁଷ୍ପଲତା ରାଉତରାୟ ।

ଆହୁରି ପଢ଼ନ୍ତୁ: SCB ମେଡିକାଲ ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ଗତ ଜୁଲାଇ ମାସରେ ଜବତ ହୋଇଥିବା ବାଲିଗାଡିକୁ ଛାଡିବାକୁ ହରଭଙ୍ଗା ଥାନା ଆଇଆଇସି ପୁଷ୍ପଲତା ରାଉତରାୟ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ। ବାଲି ଘାଟ ଠିକାଦାର ଫୁଲବାଣୀର ଶରତ ବେହେରାଙ୍କର ସିଜ ହୋଇଥିବା ହାଇୱା ଛାଡିବା ସହ ବାଲିଘାଟରେ ବାଲି ଉଠାଣ ନିୟମ କହୋଳ ପାଇଁ ଆଇଆଇସି ପୁଷ୍ପଲତା ରାଉତରାୟ ଲାଞ୍ଚ ମାଗିଥିଲେ। ସିଜ ହୋଇଥିବା ଗାଡିକୁ ଛାଡିବା ସହ ବାଲି ଘାଟରୁ ବାଲି ଉଠାଣ ନିୟମ କହୋଳ ପାଇଁ ଏକ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଶରତ ବେହେରା ଭିଜିଲାନ୍ସକୁ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: କୋକୋଇ ବନ୍ଧା ସରିଥିଲା, ଅନ୍ତିମ ସଂସ୍କାର ବେଳେ ଚେଇଁ ଉଠିଲା ଶବ

ଭିଜିଲାନ୍ସ ତା’ର ଯୋଜନା ପ୍ରକାରେ ପୁଷ୍ପଲତା ରାଉତରାୟଙ୍କୁ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ସମୟରେ ଧରିଥିଲା । ଅଭିଯୋଗକାରୀ ଗତ ଜୁଲାଇ ୨୧ ତାରିଖରେ ପୁଷ୍ପଲତା ରାଉତରାୟଙ୍କୁ ୮୦ ହଜାର ଟଙ୍କା ଦେଇଥିଲେ । କିନ୍ତୁ ପୁଷ୍ପଲତା ଟଙ୍କା ନେବାକୁ ମନା କରି ଦେଇଥିଲେ । ସେ ପୂରା ଲକ୍ଷେ ଟଙ୍କା ନେବେ ବୋଲି କହିଥିଲେ । ତେଣୁ ତା’ପରଦିନ ଅର୍ଥାତ୍ ଜୁଲାଇ ୨୨ ତାରିଖରେ ଅଭିଯୋଗକାରୀ ପୂରା ଲକ୍ଷେ ଟଙ୍କା ନେଇ ଆସିଥିଲେ । ହରଭଙ୍ଗା ଥାନାର ତତ୍‌କାଳୀନ ଆଇଆଇସି ପୁଷ୍ପଲତା ରାଉତରାୟ ସେହି ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।

ଆହୁରି ପଢ଼ନ୍ତୁ: ଅନୁଗୁଳ ବନ୍ତଳା ଛକରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଜଳଖିଆ ଦୋକାନ

25 Aug 2023 By The Sakala

ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ

କଟକ : ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ। ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି) । ଏହି ନିଲମ୍ବନ ଆଦେଶ ଜୁଲାଇ ୨୨ ତାରିଖରୁ ପିଛିଲା ଭାବେ କାର୍ଯ୍ୟକାରୀ ହେବ । ଜୁଲାଇ ୨୨ ତାରିଖରେ ଗିରଫ ହୋଇଥିଲେ ପୁଷ୍ପଲତା ରାଉତରାୟ ।

ଗତ ଜୁଲାଇ ମାସରେ ଜବତ ହୋଇଥିବା ବାଲିଗାଡିକୁ ଛାଡିବାକୁ ହରଭଙ୍ଗା ଥାନା ଆଇଆଇସି ପୁଷ୍ପଲତା ରାଉତରାୟ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ। ବାଲି ଘାଟ ଠିକାଦାର ଫୁଲବାଣୀର ଶରତ ବେହେରାଙ୍କର ସିଜ ହୋଇଥିବା ହାଇୱା ଛାଡିବା ସହ ବାଲିଘାଟରେ ବାଲି ଉଠାଣ ନିୟମ କହୋଳ ପାଇଁ ଆଇଆଇସି ପୁଷ୍ପଲତା ରାଉତରାୟ ଲାଞ୍ଚ ମାଗିଥିଲେ। ସିଜ ହୋଇଥିବା ଗାଡିକୁ ଛାଡିବା ସହ ବାଲି ଘାଟରୁ ବାଲି ଉଠାଣ ନିୟମ କହୋଳ ପାଇଁ ଏକ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଶରତ ବେହେରା ଭିଜିଲାନ୍ସକୁ ଜଣାଇଥିଲେ।

ଭିଜିଲାନ୍ସ ତା’ର ଯୋଜନା ପ୍ରକାରେ ପୁଷ୍ପଲତା ରାଉତରାୟଙ୍କୁ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ସମୟରେ ଧରିଥିଲା । ଅଭିଯୋଗକାରୀ ଗତ ଜୁଲାଇ ୨୧ ତାରିଖରେ ପୁଷ୍ପଲତା ରାଉତରାୟଙ୍କୁ ୮୦ ହଜାର ଟଙ୍କା ଦେଇଥିଲେ । କିନ୍ତୁ ପୁଷ୍ପଲତା ଟଙ୍କା ନେବାକୁ ମନା କରି ଦେଇଥିଲେ । ସେ ପୂରା ଲକ୍ଷେ ଟଙ୍କା ନେବେ ବୋଲି କହିଥିଲେ । ତେଣୁ ତା’ପରଦିନ ଅର୍ଥାତ୍ ଜୁଲାଇ ୨୨ ତାରିଖରେ ଅଭିଯୋଗକାରୀ ପୂରା ଲକ୍ଷେ ଟଙ୍କା ନେଇ ଆସିଥିଲେ । ହରଭଙ୍ଗା ଥାନାର ତତ୍‌କାଳୀନ ଆଇଆଇସି ପୁଷ୍ପଲତା ରାଉତରାୟ ସେହି ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର