ସରପଞ୍ଚଙ୍କ ଗୁଳିମାଡ଼ରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼ ସନ୍ଦେହ

The Sakala Picture
Published On

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ କଷୁରବନ୍ଧ ଗାଁରେ ଅଭାବନୀୟ ଘଟଣା। ସରପଞ୍ଚଙ୍କ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରତର ଯୁବକ ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଗୁଳିମାଡ଼ ହୋଇଥିବା ଜଣାଯାଇଛି। ଗତକାଲି ରାତି ପ୍ରାୟ ୯ଟା ସମୟରେ କଷୁରବନ୍ଧ ସରପଞ୍ଚ ସରୋଜ କର୍ଣ୍ଣ ଓ ତାଙ୍କ ବାପା,ଭାଇଙ୍କ ସହ ରାଜେନ୍ଦ୍ରଙ୍କର କୌଣସି କଥାକୁ ନେଇ ବଚସା ହୋଇଥିଲା। ପରେ ସରପଞ୍ଚ ଉତ୍ତ୍ୟକ୍ତ ହୋଇ […]

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ କଷୁରବନ୍ଧ ଗାଁରେ ଅଭାବନୀୟ ଘଟଣା। ସରପଞ୍ଚଙ୍କ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରତର ଯୁବକ ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଗୁଳିମାଡ଼ ହୋଇଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ଗତକାଲି ରାତି ପ୍ରାୟ ୯ଟା ସମୟରେ କଷୁରବନ୍ଧ ସରପଞ୍ଚ ସରୋଜ କର୍ଣ୍ଣ ଓ ତାଙ୍କ ବାପା,ଭାଇଙ୍କ ସହ ରାଜେନ୍ଦ୍ରଙ୍କର କୌଣସି କଥାକୁ ନେଇ ବଚସା ହୋଇଥିଲା। ପରେ ସରପଞ୍ଚ ଉତ୍ତ୍ୟକ୍ତ ହୋଇ ରାଜେନ୍ଦ୍ରଙ୍କ ଉପରକୁ ପ୍ରଥମେ ଗୋଟିଏ ରାଉଣ୍ଡ ଫ୍ଲସ୍‌ ଫାୟାରିଂ କରିଥିଲେ। ପରେ ରାଜେନ୍ଦ୍ର ଦୁଇ ଗୋଡ଼କୁ ଦୁଇ ରାଉଣ୍ଡ ଗୁଳି ମାଡ଼ କରିଥିଲେ ସରପଞ୍ଚ। ଫଳରେ ରାଜେନ୍ଦ୍ର ତଳେ ପଡ଼ିଯାଇଥିଲେ।  ଗୁରୁତର ରାଜେନ୍ଦ୍ରଙ୍କୁ ପରିବାର ଲୋକ ଉଦ୍ଧାର କରି ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସୋନପୁର ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ସରପଞ୍ଚଙ୍କ ନାଁରେ ମନମୁଣ୍ଡା ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର