ବୌଦ୍ଧ : ଭିଜିଲାନ୍ସ ଜାଲରେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର । ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ବୌଦ୍ଧ ଭିଜିଲାନ୍ସ ଟିମ । ଧରାପଡିଥିବା ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର ହେଉଛନ୍ତି ବୌଦ୍ଧ ବୟନ ଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଅଫିସର ଦୁଇ ଜଣ ଟେକ୍ସଟାଇଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସ।
ସୂଚନା ଅନୁସାରେ ବାଉଁଶୁଣୀ ସମବାୟ ସମିତିର ବିଲ୍ ରିଲିଜ୍ ଲାଗି ଉଭୟ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ମାଗିଥିଲେ। ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଏହା ପରେ ଭିଜିଲାନ୍ସ ଲାଞ୍ଚୁଆ ଦୁଇ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଓ ଆଦିତ୍ୟ କୁମାର ଦାସଙ୍କୁ ପାନେ ଦେବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା।
ଭିଜିଲାନ୍ସର ଯୋଜନା ପ୍ରକାରେ ଆଜି ଏହି ସଂସ୍ଥାର ଜଣେ କାର୍ଯ୍ୟକର୍ତ୍ତା ଟେକ୍ସଟାଇଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସଙ୍କୁ ଲାଞ୍ଚ ବାବଦକୁ ୫ ହଜାର ଟଙ୍କା ଦେଇଥିଲେ। ଏହି ଦୁଇ ଅଧିକାରୀ ଲାଞ୍ଚ ଅର୍ଥ ଗ୍ରହଣ କରିବା ପରେ ସେମାନଙ୍କୁ ଧରିଥିଲେ ଭିଜିଲାନ୍ସ ଅଧିକାରୀ। ସେମାନଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।