ପ୍ରେମୀଯୁଗଳ ବିଷ ପିଇ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ପ୍ରେମିକର ମୃତ୍ୟୁ

Madhusudan Das Picture
Published On

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୂଳ ଥାନା ଅନ୍ତର୍ଗତ ମଗରବନ୍ଧ ଗାଁରେ ଘଟିଥିବା ଚାଞ୍ଚଲ୍ୟକର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପ୍ରେମିକର ମୃତ୍ୟୁ ଘଟିଛି। ନାବାଳିକା ପ୍ରେମିକାକୁ ବିଷ ପିଆଇବା ପରେ ନିଜେ ବିଷ ପିଇ ଦେଇଥିବା ଅଭିଯୁକ୍ତ ପୂର୍ଣ୍ଣ ନାୟକର ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ ଯେ, ପୂର୍ବରୁ ନୟାଗଡ଼ ମେଡିକାଲରେ ନାବାଳିକାର ମୃତ୍ୟୁ ଘଟିସାରିଥିଲା।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

ସୂଚନା ଅନୁଯାୟୀ, ଗାଁର ଶିବ ମନ୍ଦିରରେ ପୂର୍ଣ୍ଣ ଚନ୍ଦ୍ର ନାୟକ ଓରଫ ମିଥୁନ୍ ଓ ଜଣେ ନାବାଳିକା ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ, ପ୍ରେମିକ ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଏମ୍ସରେ ପ୍ରେମିକର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର