ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣା: ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ମୁକେଶ ସାହୁ ଆହତ

Madhusudan Das Picture
Published On

ବ୍ରହ୍ମପୁର: ବ୍ରହ୍ମପୁରରେ ପୋଲିସର ଏନକାଉଣ୍ଟର । ଗିରିରୋଡରେ ଦୁଇ ଜଣଙ୍କୁ ବିଚରାସ୍ତାରେ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ଗତକାଲି ବିଳମ୍ବିତ ରାତିରେ ଟାମଣା ଘାଟିରେ ପୋଲିସ ଓ ମୁକେଶ ମୁହାଁ ମୁହିଁ ହେବା ପରେ ମୁକେଶ ପୋଲିସ ଉପରକୁ ଗୁଳି କରିଥିଲା। ପୋଲିସ ମଧ୍ୟ ମୁକେଶ ଉପରକୁ ପାଲଟା ଗୁଳି କରିଥିଲା। ପୋଲିସର ଏନକାଉଣ୍ଟରରେ ମୁକେଶର ହାତରେ ଓ ଗୋଡ଼ରେ ଗୁଳି ବାଜିଛି। ତାକୁ ଚିକିତ୍ସା ପାଇଁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଦିନେଶକୁ ମଧ୍ୟ ପୋଲିସ ଗିରଫ କରିଛି। ସେପଟେ ଗିରିରୋଡରେ ଦୁଇ ଜଣଙ୍କୁ ବିଚ୍ ରାସ୍ତାରେ ପିଟିବା ଘଟଣାରେ ଆଉ ୨ ଜଣ ମଧ୍ୟ ଗିରଫ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ୪ ଦଫା ଦାବିକୁ ନେଇ ପାତ୍ରପଡା 'ଆମବସ' ଡିପୋରେ କର୍ମଚାରୀଙ୍କ ଆନ୍ଦୋଳନ, ୪୫ଟି ରୁଟରେ ଚାଲୁନି ବସ୍

ସୂଚନାଯୋଗ୍ୟ ଯେ, ଗତ ସୋମବାର ସନ୍ଧ୍ୟାରେ ଗଜପତି ନଗର ବାସିନ୍ଦା ଉମେଶ ରଥ ଓ ତାଙ୍କ ବାନ୍ଧବୀ ଟିଫିନ୍‌ କରିବା ପାଇଁ ଗିରିରୋଡ଼ରେ ରହିଥିବା ବେଳେ ମୁକେଶ ଓ ଆଶିଷ ଦୁଇଭାଇ ସମେତ କିଛି ଯୁବକ ଆସି ହଠାତ୍‌ ଉମେଶଙ୍କୁ ବାଡ଼ିରେ ଆକ୍ରମଣ କରିଥିଲେ। ଏପରିକି ଉମେଶଙ୍କୁ ତଳେ ପକାଇ କିଛି ସମୟ ଧରି ମାଡ଼ ମାରି ଚାଲିଥିଲେ ଯୁବକମାନେ । ନୃସଂସ ଭାବେ ମାଡ଼ ମାରିବା ପରେ ରକ୍ତାକ୍ତ ଅବସ୍ଥାରେ ଉମେଶଙ୍କୁ ସେଭଳି ଛାଡ଼ିଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ଦୁବୃର୍ତ୍ତ। ଗୁରୁତର ଅବସ୍ଥାରେ ସ୍ଥାନୀୟ ବାସିନ୍ଦା ଉମେଶଙ୍କୁ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଇଥିଲେ। ଉତ୍ତମ ଚିକିତ୍ସା ପାଇଁ ବିଶାଖାପାଟଣା ର ଏକ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର ଚିକିତ୍ସା ଜାରି ରହିଥିବା ଜଣାପଡିଛି। 

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ

21 May 2026 By Madhusudan Das

ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣା: ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ମୁକେଶ ସାହୁ ଆହତ

ବ୍ରହ୍ମପୁର: ବ୍ରହ୍ମପୁରରେ ପୋଲିସର ଏନକାଉଣ୍ଟର । ଗିରିରୋଡରେ ଦୁଇ ଜଣଙ୍କୁ ବିଚରାସ୍ତାରେ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ଗତକାଲି ବିଳମ୍ବିତ ରାତିରେ ଟାମଣା ଘାଟିରେ ପୋଲିସ ଓ ମୁକେଶ ମୁହାଁ ମୁହିଁ ହେବା ପରେ ମୁକେଶ ପୋଲିସ ଉପରକୁ ଗୁଳି କରିଥିଲା। ପୋଲିସ ମଧ୍ୟ ମୁକେଶ ଉପରକୁ ପାଲଟା ଗୁଳି କରିଥିଲା। ପୋଲିସର ଏନକାଉଣ୍ଟରରେ ମୁକେଶର ହାତରେ ଓ ଗୋଡ଼ରେ ଗୁଳି ବାଜିଛି। ତାକୁ ଚିକିତ୍ସା ପାଇଁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଦିନେଶକୁ ମଧ୍ୟ ପୋଲିସ ଗିରଫ କରିଛି। ସେପଟେ ଗିରିରୋଡରେ ଦୁଇ ଜଣଙ୍କୁ ବିଚ୍ ରାସ୍ତାରେ ପିଟିବା ଘଟଣାରେ ଆଉ ୨ ଜଣ ମଧ୍ୟ ଗିରଫ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ସୋମବାର ସନ୍ଧ୍ୟାରେ ଗଜପତି ନଗର ବାସିନ୍ଦା ଉମେଶ ରଥ ଓ ତାଙ୍କ ବାନ୍ଧବୀ ଟିଫିନ୍‌ କରିବା ପାଇଁ ଗିରିରୋଡ଼ରେ ରହିଥିବା ବେଳେ ମୁକେଶ ଓ ଆଶିଷ ଦୁଇଭାଇ ସମେତ କିଛି ଯୁବକ ଆସି ହଠାତ୍‌ ଉମେଶଙ୍କୁ ବାଡ଼ିରେ ଆକ୍ରମଣ କରିଥିଲେ। ଏପରିକି ଉମେଶଙ୍କୁ ତଳେ ପକାଇ କିଛି ସମୟ ଧରି ମାଡ଼ ମାରି ଚାଲିଥିଲେ ଯୁବକମାନେ । ନୃସଂସ ଭାବେ ମାଡ଼ ମାରିବା ପରେ ରକ୍ତାକ୍ତ ଅବସ୍ଥାରେ ଉମେଶଙ୍କୁ ସେଭଳି ଛାଡ଼ିଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ଦୁବୃର୍ତ୍ତ। ଗୁରୁତର ଅବସ୍ଥାରେ ସ୍ଥାନୀୟ ବାସିନ୍ଦା ଉମେଶଙ୍କୁ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଇଥିଲେ। ଉତ୍ତମ ଚିକିତ୍ସା ପାଇଁ ବିଶାଖାପାଟଣା ର ଏକ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର ଚିକିତ୍ସା ଜାରି ରହିଥିବା ଜଣାପଡିଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର