ଗୋପାଳପୁରରେ ପୁଣି ଲଜ୍ଜା, ଜଙ୍ଗଲରେ ମହିଳାଙ୍କୁ ଦୁଷ୍କର୍ମ...

Deviprasad Mohanty Picture
Published On

ବ୍ରହ୍ମପୁର: ଗୋପାଳପୁରରେ ପୁଣି ଲଜ୍ଜା। ବେଳାଭୂମିରେ ଜରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନ ଲିଭୁଣୁ ପୁଣି ଏହି ଥାନା ଅଞ୍ଚଳରେ ଥିବା ଏକ ଜଙ୍ଗଲରେ ଜଣେ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲା, ମଣି ଦାସ(୨୭)।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ସୂଚନାନୁସାରେ, ଗୋପାଳପୁର ଥାନା ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ଗତ ଗୁରୁବାର ସନ୍ଧ୍ୟାରେ ମଣି ଜୋରଜବରଦସ୍ତ ଏକ ସ୍କୁଟିରେ ନେଇ ନିକଟସ୍ଥ ଏକ ଜଙ୍ଗଲ ଭିତରେ ଦୁଷ୍କର୍ମ କରିଥିଲା। ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା। ଅଭିଯୁକ୍ତ ମଣିକୁ ପୁଲିସ ନିଜ ଗ୍ରାମରୁ ଗିରଫ କରିବା ସହ ତା’ଠାରୁ ଗୋଟିଏ ସ୍କୁଟି ଓ ମୋବାଇଲ ଜବତ କରିଛି। ଏହାସହ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ବୟାନ ରେକର୍ଡ ସହ ଡାକ୍ତରୀମାଇନା କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

22 Dec 2025 By Deviprasad Mohanty

ଗୋପାଳପୁରରେ ପୁଣି ଲଜ୍ଜା, ଜଙ୍ଗଲରେ ମହିଳାଙ୍କୁ ଦୁଷ୍କର୍ମ...

ବ୍ରହ୍ମପୁର: ଗୋପାଳପୁରରେ ପୁଣି ଲଜ୍ଜା। ବେଳାଭୂମିରେ ଜରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନ ଲିଭୁଣୁ ପୁଣି ଏହି ଥାନା ଅଞ୍ଚଳରେ ଥିବା ଏକ ଜଙ୍ଗଲରେ ଜଣେ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲା, ମଣି ଦାସ(୨୭)।

ସୂଚନାନୁସାରେ, ଗୋପାଳପୁର ଥାନା ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ଗତ ଗୁରୁବାର ସନ୍ଧ୍ୟାରେ ମଣି ଜୋରଜବରଦସ୍ତ ଏକ ସ୍କୁଟିରେ ନେଇ ନିକଟସ୍ଥ ଏକ ଜଙ୍ଗଲ ଭିତରେ ଦୁଷ୍କର୍ମ କରିଥିଲା। ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା। ଅଭିଯୁକ୍ତ ମଣିକୁ ପୁଲିସ ନିଜ ଗ୍ରାମରୁ ଗିରଫ କରିବା ସହ ତା’ଠାରୁ ଗୋଟିଏ ସ୍କୁଟି ଓ ମୋବାଇଲ ଜବତ କରିଛି। ଏହାସହ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ବୟାନ ରେକର୍ଡ ସହ ଡାକ୍ତରୀମାଇନା କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକ ସୂଚନା ଦେଇଛନ୍ତି।

https://www.thesakala.in/latest-odisha-news/brahmapur-news/woman-allegedly-raped-in-forest-near-gopalpur-police-investigation/article-43718
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର