କାହାର ହେବ ବ୍ରଜରାଜନଗର; ଆଜି ଆସିବ ଜନାଦେଶ, ଆରମ୍ଭ ହେଲା କାଉଣ୍ଟିଂ

The Sakala Picture
Published On

ବ୍ରଜରାଜନଗର: କିଏ ହେବ ବ୍ରଜରାଜନଗରର ନୂଆ ବିଧାୟକ । କାହାକୁ ବିଧାୟକ ରୂପେ ବାଛିଛନ୍ତି ଜନତା । ଆଜି ଆସିବ ଜନାଦେଶ । ଆଉ କିଛି ସମୟରେ ଆସିବ ପ୍ରାରମ୍ଭିକ ଚିତ୍ର । ଖୋଲିବ ଇଭିଏମ ଗଣାହେବ ଭୋଟ । ରାଜ୍ୟର ବହୁ ଚର୍ଚ୍ଚିତ ଓ ହଟ୍ ସିଟ୍‌ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି କାଉଣ୍ଟିଂ। ପ୍ରଥମ ପର୍ଯ୍ୟାୟରେ ପୋଷ୍ଟାଲ ବାଲାଟ୍ ଗଣତି କରାଯାଉଛି । ଏହାପରେ ଖୋଲିବ ଇଭିଏମ୍ । ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ […]

ବ୍ରଜରାଜନଗର: କିଏ ହେବ ବ୍ରଜରାଜନଗରର ନୂଆ ବିଧାୟକ । କାହାକୁ ବିଧାୟକ ରୂପେ ବାଛିଛନ୍ତି ଜନତା । ଆଜି ଆସିବ ଜନାଦେଶ । ଆଉ କିଛି ସମୟରେ ଆସିବ ପ୍ରାରମ୍ଭିକ ଚିତ୍ର । ଖୋଲିବ ଇଭିଏମ ଗଣାହେବ ଭୋଟ । ରାଜ୍ୟର ବହୁ ଚର୍ଚ୍ଚିତ ଓ ହଟ୍ ସିଟ୍‌ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି କାଉଣ୍ଟିଂ। ପ୍ରଥମ ପର୍ଯ୍ୟାୟରେ ପୋଷ୍ଟାଲ ବାଲାଟ୍ ଗଣତି କରାଯାଉଛି । ଏହାପରେ ଖୋଲିବ ଇଭିଏମ୍ । ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ପରିସରରେ ଗଣତି କେନ୍ଦ୍ର ହୋଇଛି । ମୋଟ୍ ୧୪ଟି ଟେବୁଲରେ ୨୦ଟି ରାଉଣ୍ଡରେ ଗଣତି ହେଉଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

୨୭୯ଟି ବୁଥ୍ ଥିବାରୁ ୨୦ ରାଉଣ୍ଡରେ ଗଣତି ଶେଷ ହେବ ବୋଲି ଜଣାପଡ଼ିଛି । ପ୍ରତି ଟେବୁଲରେ ରହିବେ ୪ଜଣ କାଉଣ୍ଟିଂ ଅଫିସର । ପ୍ରତି ରାଉଣ୍ଡର ଫଳାଫଳ ମାଇକ ଯୋଗେ ଘୋଷଣା କରାଯିବ। ଗଣତି ଏଜେଣ୍ଟମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଭୋଟ୍ ଗଣତି କେନ୍ଦ୍ରରେ ମିଡିଆ ସେଣ୍ଟର ମଧ୍ୟ କରାଯାଇଛି । ଏଠାରେ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଗଣତି ନେଇ ତଥ୍ୟ ପାଇପାରିବେ । ଭୋଟଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଓଡିଶାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ପ୍ରତିବାଦରେ ଆସନ୍ତା ୧୪ରେ ଡିଜି ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହିନୀ ସହ ଓଡ଼ିଶା ପୋଲିସର ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବ୍ୟାପକ ପ୍ରସ୍ତୁତି କରିଛି ଜିଲ୍ଲା ପ୍ରଶାସନ । ସୁରକ୍ଷା ବ୍ୟବସ୍ଥା ପାଇଁ ଗୋଟିଏ ପ୍ଲାଟୁନ ସିଆରପିଏଫ ବ୍ୟତୀତ ଓଡିଶା ପୋଲିସର ପାଞ୍ଚ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି ଏବଂ ୫ ଜଣ ଇନସପେକ୍ଟର ସୁରକ୍ଷା ଦାୟିତ୍ବରେ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ବିବାହ ପ୍ରସ୍ତାବ ଭାଙ୍ଗିଯିବାରୁ ଅଶ୍ଳୀଳ ଭିଡିଓ ଭାଇରାଲ୍ କରି ପ୍ରେମିକ ଗିରଫ

ସେପଟେ ଗଣତି ପୂର୍ବରୁ ବିଜୟ ନେଇ ସବୁ ଦଳର ପ୍ରାର୍ଥୀ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ବିଜେଡି ବିପୁଳ ଭୋଟରେ ବିଜୟୀ ବୋଲି ଦୃଢୋକ୍ତି ପ୍ରକାଶ କରିଥିବା ବେଳେ ଦ୍ବିତୀୟ ତୃତୀୟ ସ୍ଥାନ ପାଇଁ ବିଜେପି ଓ କଂଗ୍ରେସ ଲଢୁଛନ୍ତି ବୋଲି କହିଛି ।

03 Jun 2022 By The Sakala

କାହାର ହେବ ବ୍ରଜରାଜନଗର; ଆଜି ଆସିବ ଜନାଦେଶ, ଆରମ୍ଭ ହେଲା କାଉଣ୍ଟିଂ

ବ୍ରଜରାଜନଗର: କିଏ ହେବ ବ୍ରଜରାଜନଗରର ନୂଆ ବିଧାୟକ । କାହାକୁ ବିଧାୟକ ରୂପେ ବାଛିଛନ୍ତି ଜନତା । ଆଜି ଆସିବ ଜନାଦେଶ । ଆଉ କିଛି ସମୟରେ ଆସିବ ପ୍ରାରମ୍ଭିକ ଚିତ୍ର । ଖୋଲିବ ଇଭିଏମ ଗଣାହେବ ଭୋଟ । ରାଜ୍ୟର ବହୁ ଚର୍ଚ୍ଚିତ ଓ ହଟ୍ ସିଟ୍‌ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି କାଉଣ୍ଟିଂ। ପ୍ରଥମ ପର୍ଯ୍ୟାୟରେ ପୋଷ୍ଟାଲ ବାଲାଟ୍ ଗଣତି କରାଯାଉଛି । ଏହାପରେ ଖୋଲିବ ଇଭିଏମ୍ । ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ପରିସରରେ ଗଣତି କେନ୍ଦ୍ର ହୋଇଛି । ମୋଟ୍ ୧୪ଟି ଟେବୁଲରେ ୨୦ଟି ରାଉଣ୍ଡରେ ଗଣତି ହେଉଛି ।

୨୭୯ଟି ବୁଥ୍ ଥିବାରୁ ୨୦ ରାଉଣ୍ଡରେ ଗଣତି ଶେଷ ହେବ ବୋଲି ଜଣାପଡ଼ିଛି । ପ୍ରତି ଟେବୁଲରେ ରହିବେ ୪ଜଣ କାଉଣ୍ଟିଂ ଅଫିସର । ପ୍ରତି ରାଉଣ୍ଡର ଫଳାଫଳ ମାଇକ ଯୋଗେ ଘୋଷଣା କରାଯିବ। ଗଣତି ଏଜେଣ୍ଟମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଭୋଟ୍ ଗଣତି କେନ୍ଦ୍ରରେ ମିଡିଆ ସେଣ୍ଟର ମଧ୍ୟ କରାଯାଇଛି । ଏଠାରେ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଗଣତି ନେଇ ତଥ୍ୟ ପାଇପାରିବେ । ଭୋଟଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହିନୀ ସହ ଓଡ଼ିଶା ପୋଲିସର ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବ୍ୟାପକ ପ୍ରସ୍ତୁତି କରିଛି ଜିଲ୍ଲା ପ୍ରଶାସନ । ସୁରକ୍ଷା ବ୍ୟବସ୍ଥା ପାଇଁ ଗୋଟିଏ ପ୍ଲାଟୁନ ସିଆରପିଏଫ ବ୍ୟତୀତ ଓଡିଶା ପୋଲିସର ପାଞ୍ଚ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି ଏବଂ ୫ ଜଣ ଇନସପେକ୍ଟର ସୁରକ୍ଷା ଦାୟିତ୍ବରେ ରହିଛନ୍ତି ।

ସେପଟେ ଗଣତି ପୂର୍ବରୁ ବିଜୟ ନେଇ ସବୁ ଦଳର ପ୍ରାର୍ଥୀ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ବିଜେଡି ବିପୁଳ ଭୋଟରେ ବିଜୟୀ ବୋଲି ଦୃଢୋକ୍ତି ପ୍ରକାଶ କରିଥିବା ବେଳେ ଦ୍ବିତୀୟ ତୃତୀୟ ସ୍ଥାନ ପାଇଁ ବିଜେପି ଓ କଂଗ୍ରେସ ଲଢୁଛନ୍ତି ବୋଲି କହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର