ତାତିରେ ଲାଗିବ ବ୍ରେକ୍‌: ୧୯ରୁ ବଦଳିବ ପାଗ, ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର:ତାତିରୁ ମିଳିବ ଆଶ୍ବସ୍ତି। କମିବ ଖରା ଓ ଗୁଳୁଗୁଳି। ରାଜ୍ୟରେ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୯ରୁ ୨୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କଳାବୈଶାଖୀ ସୃଷ୍ଟି ହେବା ସମ୍ଭାବନା ରହିଛି। Warning for the State.Day-1 : Thunderstorm with lightning & gusty surface […]

ଭୁବନେଶ୍ବର:ତାତିରୁ ମିଳିବ ଆଶ୍ବସ୍ତି। କମିବ ଖରା ଓ ଗୁଳୁଗୁଳି। ରାଜ୍ୟରେ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୯ରୁ ୨୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କଳାବୈଶାଖୀ ସୃଷ୍ଟି ହେବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

ରାଜ୍ୟରେ ୧୯ ରୁ ୨୨ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ମଧ୍ୟ ଅଧିକ ରହିବ। ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୭୦ କିମି ରହିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। କାଳବୈଶାଖୀ ବେଳେ କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

17 Mar 2025 By The Sakala

ତାତିରେ ଲାଗିବ ବ୍ରେକ୍‌: ୧୯ରୁ ବଦଳିବ ପାଗ, ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ବର:ତାତିରୁ ମିଳିବ ଆଶ୍ବସ୍ତି। କମିବ ଖରା ଓ ଗୁଳୁଗୁଳି। ରାଜ୍ୟରେ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୯ରୁ ୨୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କଳାବୈଶାଖୀ ସୃଷ୍ଟି ହେବା ସମ୍ଭାବନା ରହିଛି।

ରାଜ୍ୟରେ ୧୯ ରୁ ୨୨ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ମଧ୍ୟ ଅଧିକ ରହିବ। ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୭୦ କିମି ରହିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। କାଳବୈଶାଖୀ ବେଳେ କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର