ପଥରରରେ ଛେଚି ଯୁବକଙ୍କୁ ନିର୍ମମ ହତ୍ୟା, ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର

Madhusudan Das Picture
Published On

ଉଦଳା: ବର୍ବର ହତ୍ୟାକାଣ୍ଡ। ଇଟାରେ ମୁହଁକୁ ଛେଚି ଛେଚି ଯୁବକଙ୍କୁ ହତ୍ୟା। ରାସ୍ତା ପାର୍ଶ୍ଵରେ ପଡିଛି ମୃତଦେହ। ମୟୂରଭଂଜ ଜିଲ୍ଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତକ ଖପରାପାଳ ଗ୍ରାମର ଗଣେଷ ହେମ୍ବ୍ରମ ବୋଲି ଜଣାପଡିଛି । ଘଟଣାସ୍ଥଳରେ ଖୁଣ୍ଟା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ଗଣେଶ ଗତକାଲି ଖୁଣ୍ଟା ସାପ୍ତାହିକ ହାଟକୁ ଆସି ଆଉ ଘରକୁ ଫେରିନଥିଲେ । ଆଜି ବଡଖୁଣ୍ଟା ରାସ୍ତା କଡ଼ରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ଖବର ପାଇଁ ପୋଲିସ ପହଞ୍ଚି ମୃତଦେହ ଜବତ ସହ ତଦନ୍ତ ଆରମ୍ଭ କରିଛି । ତାଙ୍କୁ କେହି ହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି ।  ତେବେ କିଏ ଓ କାହିଁକି ତାଙ୍କୁ ହତ୍ୟା କଲେ ସେନେଇ ତନାଘନା ଚଳାଇଛି ପୋଲିସ । ମୃତଦେହ ପାଖରେ ଏକ ଗାଡ଼ି ଚାବି ପଡିଥିବା ବେଳେ ସାଇଣ୍ଟିଫିକ ଟିମର ସହାୟତା ଲୋଡ଼ିଛି ପୋଲିସ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର