ପଇସା ଅଭାବରୁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ: ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି । ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ  ଭବିଷ୍ୟତର  ଭିତ୍ତି। ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ଆମର ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା। ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ବାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ […]

ଭୁବନେଶ୍ବର: ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି । ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ  ଭବିଷ୍ୟତର  ଭିତ୍ତି। ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ଆମର ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା। ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ବାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ ପାଇଁ ସୁଲଭ ମୂଲ୍ୟରେ ଉପଲବ୍‌ଧ ହେଉଥିବ। ପଇସା ପାଇଁ ମୋ  ରାଜ୍ୟର  କେହି  କେବେ ଉତ୍ତମ ଚିକିତ୍ସା ସୁବିଧାରୁ  ବଞ୍ଚିତ ନ ହେଉ। ଏହି ଲକ୍ଷ୍ୟକୁ କାର୍ଯ୍ୟକାରୀ କରିବାକୁ ଯାଇ ଆମେ ୫ ବର୍ଷ ତଳେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିଲୁ । ଏହା ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲା। ଆମ ରାଜ୍ୟର ସବୁ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ପର୍ଯ୍ୟାୟକ୍ରମେ ସଂପ୍ରସାରିତ କରାଯାଉଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍‌ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍‌ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ। ଏକ ଉତ୍ତମ ମଡେଲ। ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା, ଯେଉଁଥିରେ କି ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି।

ଏବେ ଆମେ BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ କରୁଛୁ। ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ଆମର ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ  ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ  ଘରୋଇ ହସ୍‌ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ।

ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ଆମ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ ।

ମୋର ବିଶ୍ବାସ, BSKY-Naveen card ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।  ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ  ପାଣ୍ଠିରୁ ବହନ କରିବେ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର