ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ

The Sakala Picture
Published On

ମୋହନା: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା । ସୂଚନା ଅନୁସାରେ, ବ୍ରହ୍ମପୁରରୁ ଇନ୍ଦ୍ରାବତୀ ଯାଉଥିବା ବସଟି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବୁଲାଣି ରାସ୍ତାରେ କଡ଼କୁ ଖସି ପଡ଼ିଥିବା ଜଣାପଡିଛି । ବସ୍ […]

ମୋହନା: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ସୂଚନା ଅନୁସାରେ, ବ୍ରହ୍ମପୁରରୁ ଇନ୍ଦ୍ରାବତୀ ଯାଉଥିବା ବସଟି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବୁଲାଣି ରାସ୍ତାରେ କଡ଼କୁ ଖସି ପଡ଼ିଥିବା ଜଣାପଡିଛି । ବସ୍ ରେ ୩୦ରୁ ଉର୍ଦ୍ଧ ଯାତ୍ରୀ ଥିବାବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି । ଷ୍ଟିଅରିଂ ଲକ୍ ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଗାଡିଚାଳକ କହିଛନ୍ତି । ମୋହନା ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଅନ୍ୟ ଏକ ଗାଡିରେ ଯାତ୍ରୀ ମାନଙ୍କୁ ନିଜ ନିଜ ଗନ୍ତବ୍ୟ ସ୍ଥଳ ଅଭିମୁଖେ ପଠାଇଥିଲେ ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର