ବରମୁଣ୍ଡାରେ ଜଳିଗଲା ବସ୍, କାଚ ଭାଙ୍ଗି ଯାତ୍ରୀଙ୍କୁ କରାଗଲା ଉଦ୍ଧାର

ଭୁବନେଶ୍ବର : ଭୁବନେଶ୍ୱର ବରମୁଣ୍ଡାରେ ଜଳିଗଲା ବସ୍ । ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ବସ୍‌ ଆଜି ସକାଳୁ ଦୁର୍ଘଟଣାଗ୍ରସ୍ତ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଛି। ବସ୍‌ଟି ଏକ କଲଭର୍ଟ ବାଡ଼ରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ନିଆଁ ଲାଗିଯାଇଥିବା ଜଣାଯାଇଛି। ବସ୍‌ ନିଆଁ ଲାଗିବା ପରେ କାଚ ଭାଙ୍ଗି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ବସରେ ନିଆଁ ଲାଗିବା ଖବର ପାଇ ଘଟଣାସ୍ଥଳରେ ଦମକଳ […]

ଭୁବନେଶ୍ବର : ଭୁବନେଶ୍ୱର ବରମୁଣ୍ଡାରେ ଜଳିଗଲା ବସ୍ । ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ବସ୍‌ ଆଜି ସକାଳୁ ଦୁର୍ଘଟଣାଗ୍ରସ୍ତ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଛି। ବସ୍‌ଟି ଏକ କଲଭର୍ଟ ବାଡ଼ରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ନିଆଁ ଲାଗିଯାଇଥିବା ଜଣାଯାଇଛି। ବସ୍‌ ନିଆଁ ଲାଗିବା ପରେ କାଚ ଭାଙ୍ଗି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ବସରେ ନିଆଁ ଲାଗିବା ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ମିଳିଥିବା ସୂଚନା ଅନୁସାରେ  ବଲାଙ୍ଗିରରୁ ଭୁବନେଶ୍ବର ଆସୁଥିଲା ଲଳିତା ନାମକ ଘରୋଇ ବସ୍ । ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ପହଞ୍ଚିବାର କିଛି ସମୟ ପୂର୍ବରୁ ବସ୍‌ଟି ବରମୁଣ୍ଡା ଓଭର୍ ବ୍ରିଜ ତଳେ ଦୃତ ଗତିରେ ଯାଉଥିଲା। ଏହି ସମୟରେ ଭାରସାମ୍ୟ ହରାଇ ବସ୍‌ଟି ଏକ କଲଭର୍ଟ ବାଡ଼ରେ ପିଟି ହୋଇ ଯାଇଥିଲା।ଫଳରେ ବସ୍‌ର ଇଞ୍ଜିନଟି ହଠାତ୍‌ ଜଳିବା ଆରମ୍ଭ କଲା । ଏହାଦେଖି ଯାତ୍ରୀମାନେ ତୁରନ୍ତ ବସ୍‌ରୁ ଓହ୍ଲାଇ ପଡ଼ିଥିଲେ। ଏହାପରେ ସମ୍ପୂର୍ଣ୍ଣ ବସ୍‌ଟି ହୁତୁହୁତୁ ହୋଇ ଜଳିଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ୪ ଜଣ ସାମାନ୍ୟ ଆହତ ହୋଇଛନ୍ତି।

About The Author: The Sakala