ସାରା ରାଜ୍ୟରେ ପେଟ୍ରୋଲ-ଡିଜେଲ ସଙ୍କଟ, ଠପ୍ ହୋଇଯିବ କି ବସ୍ ସେବା !

Madhusudan Das Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ପେଟ୍ରୋଲ ଡିଜେଲ ଘୋର ସଙ୍କଟ । ପେଟ୍ରୋଲ ପମ୍ପରେ ଲାଗୁଛି ଲମ୍ବା ଲାଇନ । ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ଯାହାକୁ ନେଇ ବେଶୀ ଚିନ୍ତାରେ ପଡିଛନ୍ତି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଯଦି ଏଭଳି ସମସ୍ୟା ଲାଗି ରୁହେ ତେବେ ୬ରୁ ୭ ଦିନ ମଧ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ହୋଇଯିବ। ଏମିତି ଆଶଙ୍କା ପ୍ରକାଶ କରିଛି ରାଜ୍ୟ ଘରୋଇ ବସ ମାଲିକ ସଙ୍ଘ । ରାଜ୍ୟ ଘରୋଇ ବସ ମାଲିକ ସଙ୍ଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଏହା କହିଛନ୍ତି ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ସରକାର ଏଥିପ୍ରତି ତୁରନ୍ତ ଧ୍ୟାନ ଦେବାକୁ ସେ ଅନୁରୋଧ କରିଛନ୍ତି। ପବ୍ଲିକ ଟ୍ରାନ୍ସପୋର୍ଟ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା  ଏବଂ କାର୍ଡ ବ୍ୟବସ୍ଥା କରି ଡିଜେଲ ଦେବାକୁ ଅନୁରୋଧ  କରିଛନ୍ତି। ବର୍ତ୍ତମାନ୍ ରାଜ୍ୟରେ ମୋଟ ୧୪ ହଜାର ଘରୋଇ ବସ୍ ଚାଲିଛି। ତେଲ ନ ମିଳିବାରୁ ପ୍ରାୟ ଦୁଇ ହଜାର ବସ୍ ବନ୍ଦ ହୋଇପଡ଼ିଛି। ଗ୍ରାମାଞ୍ଚଳରେ ତେଲ ନ ମିଳିବାରୁ ବସ୍‌ଗୁଡ଼ିକ ଆସିପାରୁନାହିଁ। 

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜରେ ଲଜ୍ଜା: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫ

ସେ କହିଛନ୍ତି, ଓଡିଶା ସମେତ ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରେ ମଧ୍ୟ ତେଲ ମିଳୁ ନାହିଁ। ତେଣୁ ବାହାର ରାଜ୍ୟର ଗାଡ଼ି ଓଡିଶାକୁ ଆସି ପାରୁ ନାହିଁ। ରାଜ୍ୟ ସରକାର ସମ୍ବେଦନଶୀଳ ହୋଇ ତୁରନ୍ତ ଯାତ୍ରୀବାହୀ ବସ ଗୁଡିକୁ ତେଲ ଯୋଗାଇ ଦିଅନ୍ତୁ। ନଚେତ ଗାଡ଼ି ଚଳାଚଳ ସମ୍ଭବ ହେବ ନାହିଁ। 

ଆହୁରି ପଢ଼ନ୍ତୁ: ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ; ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ କ୍ୟାମ୍ପସରେ ଉତ୍ତେଜନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର