ଜଳେଶ୍ୱରରେ ଭୟଙ୍କର ସଡକ ଦୁର୍ଘଟଣା: ଟ୍ରକକୁ ଧକ୍କା ଦେଲା ବସ୍, ୨ ମୃତ

Madhusudan Das Picture
Published On

ଜଳେଶ୍ୱର : ଜଳେଶ୍ୱରରେ ଭୟଙ୍କର ସଡକ ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଲା ବସ, ୨ ମୃତ । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ମୃତକ ଦୁଇଜଣ ହେଲେ ମୀର ଅବଦୁଲ ରହିମ୍ (୩୯) ଓ ନୃସିଂହ କାଠୁଆ  (୪୦) । ଜଳେଶ୍ଵର ଥାନା ଅଧୀନସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଜଳେଶ୍ଵର ନୂଆ କୋର୍ଟ ସମ୍ମୁଖରେ ବିଳମ୍ୱିତ ରାତିରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟ୍ରକଟି ରାସ୍ତାରେ ଠିଆ ହୋଇଥିବାବେଳେ ପଛକୁ ଧକ୍କା ଦେଲା ବସ୍। ବସଟି ଢେଙ୍କାନାଳର  ନୃସିଂହପୁରରୁ କୋଲକାତା ଅଭିମୁଖେ ଯାଉଥିଲା । ଏହି ବସରେ ପାଖାପାଖି ୬୦ ଜଣ ଯାତ୍ରୀ ଥିବା ସୂଚନା ।  ଅଗ୍ନିଶମ ବାହିନୀ ଓ ଏନଏଚ ଆମ୍ବୁଲାନ୍ସ କର୍ମଚାରୀମାନେ ଗୁରୁତରମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ଜଳେଶ୍ଵର ଜିକେ ଭଟ୍ଟର ହସ୍ପିଟାଲକୁ ଆଣିଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

29 Oct 2025 By Madhusudan Das

ଜଳେଶ୍ୱରରେ ଭୟଙ୍କର ସଡକ ଦୁର୍ଘଟଣା: ଟ୍ରକକୁ ଧକ୍କା ଦେଲା ବସ୍, ୨ ମୃତ

ଜଳେଶ୍ୱର : ଜଳେଶ୍ୱରରେ ଭୟଙ୍କର ସଡକ ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଲା ବସ, ୨ ମୃତ । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ମୃତକ ଦୁଇଜଣ ହେଲେ ମୀର ଅବଦୁଲ ରହିମ୍ (୩୯) ଓ ନୃସିଂହ କାଠୁଆ  (୪୦) । ଜଳେଶ୍ଵର ଥାନା ଅଧୀନସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଜଳେଶ୍ଵର ନୂଆ କୋର୍ଟ ସମ୍ମୁଖରେ ବିଳମ୍ୱିତ ରାତିରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟ୍ରକଟି ରାସ୍ତାରେ ଠିଆ ହୋଇଥିବାବେଳେ ପଛକୁ ଧକ୍କା ଦେଲା ବସ୍। ବସଟି ଢେଙ୍କାନାଳର  ନୃସିଂହପୁରରୁ କୋଲକାତା ଅଭିମୁଖେ ଯାଉଥିଲା । ଏହି ବସରେ ପାଖାପାଖି ୬୦ ଜଣ ଯାତ୍ରୀ ଥିବା ସୂଚନା ।  ଅଗ୍ନିଶମ ବାହିନୀ ଓ ଏନଏଚ ଆମ୍ବୁଲାନ୍ସ କର୍ମଚାରୀମାନେ ଗୁରୁତରମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ଜଳେଶ୍ଵର ଜିକେ ଭଟ୍ଟର ହସ୍ପିଟାଲକୁ ଆଣିଥିବା ସୂଚନା ମିଳିଛି ।

https://www.thesakala.in/latest-odisha-news/bus-truck-accident-in-jaleswar-2-died/article-42874
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର