OSRTC ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ୪ ଗୁରୁତର

Madhusudan Das Picture
Published On

ଢେଙ୍କାନାଳ: OSRTC ବସ୍ -ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟରାଜପଥ ର ଦୁମୁହାଁଣି ନିକଟରେ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ବସରେ ଥିବା ୩ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ପରଜଙ୍ଗ ଓ ପରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁତର ଆହତମାନେ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି। ବସଟି ଭୁବନେଶ୍ବରରୁ ରାଉରକେଲା ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । 

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ସୂଚନା ଅନୁସାରେ, ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ OSRTC ବସ ରାତି ପ୍ରାୟ ତିନିଟା ସମୟରେ ୧୪୯ ନମ୍ବର ଜାତୀୟ ରାଜପଥର ରଙ୍ଗଥଳି ଦେଇ ଯାଉଥିବା ବେଳେ ଅପର ପାର୍ଶ୍ଵରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା l ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରକର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବା ବେଳେ ବସର ସାମ୍ନା ମଧ୍ୟ ଭାଙ୍ଗିରୁଜି ଯାଇଛି l ତେବେ ଦୁର୍ଘଟଣା ଫଳରେ ବସରେ ଥିବା ତିନି ଯାତ୍ରୀ ଗୁରୁତର ହୋଇଥିବା ବେଳେ ଟ୍ରକର ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି l ଖବର ପାଇ ପୋଲିସ ଓ ୧୦୮ ଆମ୍ବୁଲାନ୍ସ ପହଞ୍ଚି ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ପରଜଙ୍ଗ ମେଡିକାଲରେ ଭର୍ତ୍ତି କରାଇଥିବା ବେଳେ ପରେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପର୍ଣ୍ଣ ଥିବାରୁ ସେମାନଙ୍କୁ କାମାକ୍ଷାନଗର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି l 

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

08 Nov 2025 By Madhusudan Das

OSRTC ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ୪ ଗୁରୁତର

ଢେଙ୍କାନାଳ: OSRTC ବସ୍ -ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟରାଜପଥ ର ଦୁମୁହାଁଣି ନିକଟରେ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ବସରେ ଥିବା ୩ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ପରଜଙ୍ଗ ଓ ପରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁତର ଆହତମାନେ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି। ବସଟି ଭୁବନେଶ୍ବରରୁ ରାଉରକେଲା ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । 

ସୂଚନା ଅନୁସାରେ, ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ OSRTC ବସ ରାତି ପ୍ରାୟ ତିନିଟା ସମୟରେ ୧୪୯ ନମ୍ବର ଜାତୀୟ ରାଜପଥର ରଙ୍ଗଥଳି ଦେଇ ଯାଉଥିବା ବେଳେ ଅପର ପାର୍ଶ୍ଵରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା l ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରକର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବା ବେଳେ ବସର ସାମ୍ନା ମଧ୍ୟ ଭାଙ୍ଗିରୁଜି ଯାଇଛି l ତେବେ ଦୁର୍ଘଟଣା ଫଳରେ ବସରେ ଥିବା ତିନି ଯାତ୍ରୀ ଗୁରୁତର ହୋଇଥିବା ବେଳେ ଟ୍ରକର ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି l ଖବର ପାଇ ପୋଲିସ ଓ ୧୦୮ ଆମ୍ବୁଲାନ୍ସ ପହଞ୍ଚି ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ପରଜଙ୍ଗ ମେଡିକାଲରେ ଭର୍ତ୍ତି କରାଇଥିବା ବେଳେ ପରେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପର୍ଣ୍ଣ ଥିବାରୁ ସେମାନଙ୍କୁ କାମାକ୍ଷାନଗର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି l 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର