ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ। ମୋ ସରକାର ହେଉଛି ଲୋକଙ୍କ ସରକାର […]

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌ ଚାଲିଲା। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ । ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍‌ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍‌ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ।

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ। ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ଯାଜପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ, କେନ୍ଦ୍ରାପଡାରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଖୋର୍ଦ୍ଧାରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଶ୍ୱେତସ୍ନିଗ୍ଧା ମିଶ୍ର, ବିଧାୟକ ରାଜେନ୍ଦ୍ର କୁମାର ସାହୁ, ପୁରୀରୁ ବିଧାୟକ ରୁଦ୍ର ପ୍ରତାପ ମହାରଥୀ, ପୂର୍ବତନ ବିଧାୟକ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ରାପଡାରୁ ବିଧାୟକ ଧ୍ରୁବ ଚରଣ ସାହୁ, ଭଦ୍ରକରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଡ. ସଞ୍ଜୟ ଦାସ, ବିଧାୟକ ଶ୍ରୀ ବିଷ୍ଣୁବ୍ରତ ରାଉତରାୟ, ନୟାଗଡରୁ ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ବିଧାୟକ ଡ. ଅରୁଣ କୁମାର ସାହୁ, କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନା, ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଗରୀବ ପରିବାର ଆର୍ଥିକ ଖର୍ଚ୍ଚାନ୍ତରୁ ମୁକ୍ତ ହୋଇ ସଂଚୟ କରିପାରିବେ। ଲକ୍ଷ୍ମୀ ଯୋଜନା ପଞ୍ଚାୟତର ବିକାଶକୁ ଗତିଶୀଳ କରିବ। ଗ୍ରାମାଞ୍ଚଳ ଜନଜୀବନରେ ଉନ୍ନତି ଆଣିବ। ଏକ ଉତ୍ତରଦାୟୀ ସରକାର ଭାବରେ ଓଡିଶା ସରକାରଙ୍କ ରାଜ୍ୟବାସୀଙ୍କ ପାଖରେ ସୁନାମ ରହିଛି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଆଜି ରାଜ୍ୟରେ ମା’ମାନେ ସବୁ କ୍ଷେତ୍ରରେ ଆଗକୁ ବଢି ଗତିଶୀଳ ହୋଇଛନ୍ତି ବୋଲି ସେମାନେ କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ପୁରୀରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ  ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

16 Feb 2024 By The Sakala

https://www.thesakala.in/latest-odisha-news/by-februarylaxmi-bus-bus-will-run-in-all-districts-of-the-odisha/article-29959
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର