‘୨୦୨୪ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ପାଇପ ଯୋଗେ ମିଳିବ ପିଇବା ପାଣି’

The Sakala Picture
Published On

ଭୁବନେଶ୍ୱର : ୨୦୨୪ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ଲକ୍ଷ୍ୟ ରହିଛି। ଆଜି ବିଧାନସଭାର ପ୍ରଶ୍ନକାଳରେ ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି। ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି, ସେଠାରେ ୨୦୨୫ ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟ ସରିବ। ମାର୍ଚ୍ଚ ୨୦୨୩ ସୁଦ୍ଧା ୫୮ ପ୍ରତିଶତ ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି. […]

ଭୁବନେଶ୍ୱର : ୨୦୨୪ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ଲକ୍ଷ୍ୟ ରହିଛି। ଆଜି ବିଧାନସଭାର ପ୍ରଶ୍ନକାଳରେ ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି। ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି, ସେଠାରେ ୨୦୨୫ ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟ ସରିବ। ମାର୍ଚ୍ଚ ୨୦୨୩ ସୁଦ୍ଧା ୫୮ ପ୍ରତିଶତ ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି. ଯେଉଁଠି ପାଇପ ନାହିଁ କି କାମ ଜାରି ରହିଛି, ସେଠାରେ ଜିଲ୍ଲାପାଳ, PD DRDA ଓ ନିର୍ବାହୀ ଯନ୍ତ୍ରୀଙ୍କୁ ନଳକୂଅ ବସାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଟ୍ରେନରେ ଯାଉଥିବାବେଳେ ଆରମ୍ଭ ହେଲା ପ୍ରସବ ବେଦନା, ପ୍ଲାଟଫର୍ମରେ କନ୍ୟା ସନ୍ତାନକୁ ଜନ୍ମ ଦେଲେ ମହିଳା

ନୂଆ ଜନବସତିରେ ଅତିରିକ୍ତ ନଳକୂପ ଲଗାଯିବ । ଯେଉଁଠି ୭୦ ଲୋକଙ୍କ ଜନସଂଖ୍ୟା ଅଛି, ସେଠାରେ ବି ନୂଆ ନଳକୂପ ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ କି ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଯାଞ୍ଚ ରିପୋର୍ଟ ଆଧାରରେ ନୂଆ ନଳକୂପ ଲଗାଯିବ । ହେଲେ ଯେଉଁଠି ଘରୋଇ ନଳକୂପ କି ପାଇପ ଅଛି, ସେଠାରେ ନଳକୂପ ଲଗାଯିବାର କୌଣସି ଯୋଜନା ନାହିଁ । ପାନୀୟ ଜଳ ସମସ୍ୟା ଥିଲେ, ୧୯୧୬ ହେଲ୍ପଲାଇନ ନମ୍ବର ଯୋଗେ ପ୍ରଶାସନକୁ ଜଣାଇବାର ବ୍ୟବସ୍ଥା ରହିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର କେଶରୀ ନଗର RI, ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର