ଓଡ଼ିଶା ବନ୍ଦର ନୀତି-୨୦୨୨ ସମେତ ୧୭ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‍ ବୈଠକରେ ମୋଟ୍‌ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ବନ୍ଦର ନୀତିକୁ ଅନୁମୋଦନ ମିଳିଛି। ସାମୁଦ୍ରିକ ସଂରଚନାର ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି। ଏହି ନୀତି ଅନୁସାରେ ଅନ୍ତର୍ଦେଶୀୟ ଜଳପଥ ଓ କ୍ଷୁଦ୍ର ବନ୍ଦରର ବିକାଶ ହୋଇପାରିବ। ବନ୍ଦର କ୍ଷେତ୍ରରେ ଘରୋଇ ପୁଂଜି ନିବେଶକୁ ପ୍ରୋତ୍ସାହିତ ଦେବ। ବନ୍ଦର ଏବଂ ବନ୍ଦର ସଂପର୍କୀତ ଶିଳ୍ପ ସମୂହ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‍ ବୈଠକରେ ମୋଟ୍‌ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ବନ୍ଦର ନୀତିକୁ ଅନୁମୋଦନ ମିଳିଛି। ସାମୁଦ୍ରିକ ସଂରଚନାର ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି। ଏହି ନୀତି ଅନୁସାରେ ଅନ୍ତର୍ଦେଶୀୟ ଜଳପଥ ଓ କ୍ଷୁଦ୍ର ବନ୍ଦରର ବିକାଶ ହୋଇପାରିବ। ବନ୍ଦର କ୍ଷେତ୍ରରେ ଘରୋଇ ପୁଂଜି ନିବେଶକୁ ପ୍ରୋତ୍ସାହିତ ଦେବ। ବନ୍ଦର ଏବଂ ବନ୍ଦର ସଂପର୍କୀତ ଶିଳ୍ପ ସମୂହ ମଧ୍ୟ ବିକାଶ ହେବ। ସେହିପରି ସାମୁଦ୍ରିକ ପର୍ୟ୍ୟଟନ, ବହୁମୁଖୀ ଜେଟି ଆଦିକୁ ଏହି ନୀତି ପ୍ରୋତ୍ସାହନ ଯୋଗାଇବ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

କଟକ ଜିଲ୍ଲା ହାଡୁଆ ନଦୀରେ ଜଳ ଭଣ୍ଡାର ନିର୍ମାଣକୁ ମଂଜୁରୀ । ୩୮୭ ମିଟର ଦୀର୍ଘ ଓ ୪୩.୮୨୫ ମିଟର ଉଚ୍ଚର କଂକ୍ରିଟ ବନ୍ଧ ହେବ । ହାଡୁଆ ନଦୀରେ ଡ୍ୟାମ ନିର୍ମାଣ ପାଇଁ ଖର୍ଚ୍ଚ ହେବ ୨୨୫ କୋଟି । ନରସିଂହପୁର , ବଡମ୍ବା , ତିଗିରିଆ ବ୍ଲକର ଚାଷ ଜମିକୁ ମିଳିବ ପାଣି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଅନ୍ୟପଟେ ରାଜ୍ୟ ଶିଶୁ ନୀତି-୨୦୨୨ ‘ପ୍ରାରମ୍ଭ’ କୁ ମଂଜୁରୀ ଦେଇଛି କ୍ୟାବିନେଟ । ଶିଶୁଙ୍କର ବଞ୍ଚିବାର ଅଧିକାର ଓ ସୁରକ୍ଷାକୁ ଗୁରୁତ୍ୱ ଦେବ ନୂଆ ନୀତି । ଶିଶୁଙ୍କର ମାନସିକ ଓ ଶାରୀରିକ ସ୍ୱାସ୍ଥ୍ୟ , ଶିକ୍ଷା ଅଧିକାରକୁ ଗୁରୁତ୍ୱ । ଶିଶୁଙ୍କର ସର୍ବାଙ୍ଗୀନ ବିକାଶକୁ ଗୁରୁତ୍ୱ ଦେବ ନୂଆ ଶିଶୁ ନୀତି । ବିଜ୍ଞପ୍ତିର ବର୍ଷକ ମଧ୍ୟରେ ଲାଗୁ ହେବ ରାଜ୍ୟ ଶିଶୁ ନୀତି ପ୍ରାରମ୍ଭ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

ଏଥିସହ ଟେକ୍ ହୋମ ରାସନ ନୀତିକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଓଡ଼ିଶା ମ୍ୟୁନିସିପାଲ ଆଇନ୍ ୧୯୫୦ର ସଂଶୋଧନ ପ୍ରସ୍ତାବ ଓ ଓଡ଼ିଶା ମ୍ୟୁନିସିପାଲ କର୍ପୋରେସନ ଆଇନ୍ ୨୦୦୩ର ସଂଶୋଧନ ପ୍ରସ୍ତାବ ଉପରେ ମୋହର ମାରିଛି କ୍ୟାବିନେଟ୍ । ଏଥିସହ ଓୟୁଟିଆର ରୂପାନ୍ତରଣ ପାଇଁ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା ।

ଖଣ୍ଡଗିରି ସ୍ଥିତ ଜେଡି ସେଣ୍ଟର ଅଫ ଆର୍ଟ୍ସକୁ ରାଜ୍ୟ ସରକାର ଆର୍ଥିକ ସହାୟତା ଦେବା ନେଇ ପ୍ରସ୍ତାବକୁ ମୋହର ମରାଯାଇଛି । ଏଥିସହ ଗ୍ରୁପ ବି ଓ ଗ୍ରୁପ ସି ସ୍ପେଶାଲିଷ୍ଟ ପଦବୀ ଓ ସେବା ନିୟମାବଳୀ ୨୦୨୨ ସମନ୍ବିତ ପରୀକ୍ଷା ଅନୁଷ୍ଠିତ ହେବାକୁ ନେଇଥିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏଥିସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ଅଧିନିୟମରେ ହେବ ସଂଶୋଧନ । ଇଚ୍ଛାଧୀନ କୋଟାରେ ସିଙ୍ଗଲ ଆଲଟମେଣ୍ଟକୁ ଟାସ୍କଫୋର୍ସରୁ ବାଦ ପଡିବ । ଏଣିକି ବିଡିଏ, ସିଡିଏ ଓ OSHBର ସିଙ୍ଗଲ ଆଲଟମେଣ୍ଟ ଜମି ବୈଧ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର